Nababharat News

ଅଜିତଙ୍କ ପାୱାରଙ୍କ ବିମାନ ଦୁର୍ଘଟଣାର ତଦନ୍ତ ଦାବି କଲେ ମମତା

ପଶ୍ଚିମବଙ୍ଗ :ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ତଦନ୍ତ ଦାବି କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଅଜିତ ପାୱାରଙ୍କ ଆକସ୍ମିକ ବିୟୋଗରେ ମୁଁ ଗଭୀର ଭାବରେ ମର୍ମାହତ ଏବଂ ସ୍ତବ୍ଧ ବୋଲି ପ୍ରକାଶ କରିଛନ୍ତି । ପାୱାର ପରିବାରକୁ ସମବେଦନା ଜଣାଇବା ସହ ବିମାନ ଦୁର୍ଘଟଣାର ତଦନ୍ତ ଦାବି କରିଛନ୍ତି । ଘଟଣାର ଉପଯୁକ୍ତ ତଦନ୍ତ ଆବଶ୍ୟକ ବୋଲି ସେ କହିଛନ୍ତି ।ସୂଚନାଯୋଗ୍ୟ, ଆଜି ସକାଳ ୮ଟା ସମୟରେ ପାୱାରଙ୍କ ବିମାନ ସକାଳ ୮ଟା ସମୟରେ ମୁମ୍ବାଇରୁ ଉଡାଣ ଆରମ୍ଭ କରିଥିଲା । ୮ଟା ୪୫ ମିନିଟ୍‌ରେ ଅବତରଣ କରିବା ସମୟରେ ଖସି ପଡିଥିଲା ବିମାନ ।

Exit mobile version