Nababharat News

ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଜନ୍ମଦିନ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଆଜି ହେଉଛି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ୍ମଦିନ। ସେ 1972 ମସିହା ଜାନୁୟାରୀ 6 ତାରିଖରେ ଜନ୍ମଗ୍ରହଣ କରିଥିଲେ। କେଉଁଝରରୁ ବିଧାୟକ ଭାବେ ନିର୍ବାଚିତ ହେବା ପରେ ବର୍ତ୍ତମାନ ଓଡିଶାର ମୁଖ୍ୟମନ୍ତ୍ରୀ ଅଛନ୍ତି। ତାଙ୍କର ଜନ୍ମ ଦିନରେ ବିଭିନ୍ନ ବ୍ୟକ୍ତି ବିଶେଷଙ୍କଠାରୁ ଶୁଭେଚ୍ଛା ବାର୍ତ୍ତା ଆସିବାରେ ଲାଗିଛି। ରାଜ୍ୟ ମନ୍ତ୍ରୀମାନେ ଶୁଭେଚ୍ଛା ଦେବା ସହିତ ଖୋଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ ଶୁଭେଚ୍ଛା ବାର୍ତ୍ତାରେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଜଣେ ପରିଶ୍ରମି ନେତା ଭାବେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶାର ପରିଶ୍ରମୀ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ସେ ଓଡ଼ିଶାର ବିକାଶ ପଥକୁ ବୃଦ୍ଧି କରିବା ଏବଂ ରାଜ୍ୟର ଯୁବପିଢ଼ିଙ୍କୁ ସଶକ୍ତ କରିବା ପାଇଁ ଉଲ୍ଲେଖନୀୟ ପ୍ରୟାସ କରିଛନ୍ତି। ଲୋକଙ୍କ ସେବାରେ ତାଙ୍କର ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରୁଛି।

Exit mobile version