ଭୁବନେଶ୍ୱର:ଆସନ୍ତା ୮, ୯ ଏବଂ ୧୦ ତାରିଖରେ ବାହାର ରତ୍ନଭଣ୍ଡାରର ୨ୟ ପର୍ଯ୍ୟାୟ ଗଣତିମଣତି ହେବ । ଏନେଇ ଆଇନ ମନ୍ତ୍ରୀ ସୂଚନା ଦେଇଛନ୍ତି ।ସେ କହିଛନ୍ତି ଯେ, ଗତ ୨୫ ତାରିଖରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଗଣତିମଣତି ହୋଇଥିଲା । ପ୍ରଥମ ପର୍ଯ୍ୟାୟ ଗଣତି ସୁରୁଖୁରରେ ସରିଥିବା ବେଳେ ଏବେ ୨ୟ ପର୍ଯ୍ୟାୟ ଗଣତି ମଣତି ହେବ । ଏପ୍ରିଲ ମାସରେ ତିନି ଦିନ ଧରି ବାହାର ରତ୍ନଭଣ୍ଡାରରେ ଗଣତି ମଣତି କରାଯିବ । ସେଥିପାଇଁ ତାରିଖ ମଧ୍ୟ ଧାର୍ଯ୍ୟ କରାଯାଇଛି । ଯଥାକ୍ରମେ ଏପ୍ରିଲ ମାସର ୮, ୯ ଏବଂ ୧୦ ତାରିଖକୁ ଚୟନ କରାଯାଇଛି । ଏହି ଗଣତି ମଣତି ଦିନ ଯେପରି ମହାପ୍ରଭୁଙ୍କ ଦର୍ଶନ କିମ୍ବା ଠାକୁରଙ୍କ ନୀତିକାନ୍ତି କୌଣସି ପରିସ୍ଥିତିରେ ବାଧାପ୍ରାପ୍ତ ନହେବ, ସେନେଇ ଆଲୋଚନା ସରିଛି । ସମସ୍ତ ପ୍ରକାରର ପ୍ରସ୍ତୁତି ମଧ୍ୟ ଚାଲିଛି । ସମସ୍ତ ପ୍ରସ୍ତୁତି ପରେ ଭିତର ରତ୍ନଭଣ୍ଡାର ଗଣତି ମଣତି ହେବ । ଆଶା କରାଯାଉଛି ସବୁ କାମ ଠିକଣା ସମୟରେ ସରିଯିବ ।
Post Views: 41









