କେନ୍ଦୁଝର: ଆଜି ସକାଳେ ଓଡିଶା ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସ ଯବାନଙ୍କୁ ନେଇ ଯାଉଥିବା ଏକ ବସ୍ କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ୫୨୦ ନମ୍ବର ଜାତୀୟ ରାଜପଥ ତଡୁଆବାହାଲ ନିକଟରେ ଦୁର୍ଘଟଣାଗସ୍ତ ହୋଇଛି । ବସ ଟି କୁ ଏକ ଟ୍ରକ୍ ପଛରୁ ଧକ୍କା ଦେଇଛି । ଫଳରେ ୨୮ଜଣ ଯବାନ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୧୦ ଜଣ ଯବାନ ଗୁରୁତର ଆହତ ହୋଇଛନ୍ତି । ସମସ୍ତଙ୍କୁ ଚମ୍ପୁଆ ଓ ଭଦ୍ରକ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଚମ୍ପୁଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯବାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ଭର୍ତ୍ତି କରିଛି।
Post Views: 62









