February 26, 2026 3:20 am

ବିରୋଧୀଙ୍କ ହଟ୍ଟଗୋଳ , ୪ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି

ଭୁବନେଶ୍ୱର:ଆଜି ଗୃହରେ ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକମାନେ ଧାନମଣ୍ଡି ପ୍ରସଙ୍ଗରେ ସରକାରଙ୍କୁ ଘେରିଥିଲେ । ଗୃହର ମଧ୍ୟ ଭାଗରେ ହୋହଲ୍ଲା ଓ ନାରାବାଜି କରିଥିଲେ । ଫଳରେ ବାଚସ୍ପତି ସୁରମା ପାଢୀ ଗୃହକୁ ପ୍ରଥମେ ୧୧ଟା ୩୦ମିନିଟ ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ । ହେଲେ ଏହାପରେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ସଦସ୍ୟମାନେ ମଧ୍ୟ ପୁଣି ଥରେ ସମାନ ପ୍ରସଙ୍ଗରେ ହୋହଲ୍ଲା କରିଥିଲେ ।ଗୃହ କାର୍ଯ୍ୟରେ ବାରମ୍ବାର ସୃଷ୍ଟି ହେବାରୁ ବାଚସ୍ପତି ଆଜି ପାଇଁ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି। ଧାନମଣ୍ଡି ସମସ୍ୟାକୁ ନେଇ ସରକାରଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ଓ ବିଜେଡି ବିଧାୟକ ।