ଜୟପୁର: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନବନିର୍ବାଚିତ ବିଧାୟକ ଭଜନ ଲାଲ ଶର୍ମା । ଆଜି ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି ଭଜନ ଲାଲ । ଶପଥ ପାଠ କରାଇଛନ୍ତି ରାଜ୍ୟପାଳ କଲରାଜ ମିଶ୍ରା । ରାଜସ୍ଥାନର ଜୟପୁରସ୍ଥିତ ଐତିହାସିକ ଆଲବର୍ଟ ହଲ୍ରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ କାରାଯାଇଛି ।
ରାଜଧାନୀ ରାୟପୁରରେ ଗତ ଗୁରବାର ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ପରେ ଭଜନ ଲାଲଙ୍କୁ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଚୟନ କରାଯାଇଥିଲା । ଏହାପରେ ସେ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଜଣାଇଥିଲେ । ରାଜ୍ୟପାଳଙ୍କ ଅନୁମତି କ୍ରମେ ଆଜି ଭଜନ ଲାଲଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ ଶପଥ ନେଇଛନ୍ତି । ୪ ଥର ରାଜ୍ୟ ବିଜେପିର ସାଧାରଣ ସଂପାଦକ ରହିଥିବା ଭଜନଲାଲ ଶର୍ମା ଏବେ ରାଜସ୍ଥାନ ବିଜେପିର ସାଧାରଣ ସଂପାଦକ ଅଛନ୍ତି