April 12, 2026 6:36 pm

କଣ୍ଟାବାଞ୍ଜି ଆସନ ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଦ୍ୱିତୀୟ ଆସନ କଣ୍ଟାବାଞ୍ଜି ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସେ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏହି ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ, ବଲାଙ୍ଗୀର ସାଂସଦ ପ୍ରାର୍ଥୀ ସୁରେନ୍ଦ୍ର ସିଂ ଭୋଇ, ବରିଷ୍ଠ ନେତା ଅନଙ୍ଗ ଉଦୟ ସିଂହଦେଓ , ଟିଟିଲାଗଡ଼ ବିଧାୟକ ପ୍ରାର୍ଥୀ ଟୁକୁନି ସାହୁ, ବଲାଙ୍ଗୀର ବିଧାୟକ ପ୍ରାର୍ଥୀ କଳିକେଶ ସିଂହଦେଓ ପ୍ରମୁଖ ଉପସ୍ଥିତ ଥିଲେ। ନବୀନ ଆଜି ସକାଳେ … Read more

ବିଜେଡିର ଅନ୍ତିମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା, ଦେବଗଡରେ  ପ୍ରାର୍ଥୀ ପରିବର୍ତ୍ତନ

ଭୁବନେଶ୍ଵର: ଆଜି ବିଜୁ ଜନତା ଦଳର ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳ ତରଫରୁ ଶେଷ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଘୋଷଣା ଅନୁସାରେ ବିଜେଡିର ବଳକା ଥିବା ତିନି ଆସନର ପ୍ରାର୍ଥୀ ହେଲେ ଖଣ୍ଡପଡା- ସାବିତ୍ରୀ ପ୍ରଧାନ ନୀଳଗିରି- ସୁକାନ୍ତ ନାୟକ କୋରେଇ- ସଂଧ୍ୟାରାଣୀ ଦାସ ସେହିପରି ଦେବଗଡର ପ୍ରାର୍ଥୀଙ୍କୁ ପରିବର୍ତ୍ତନ କରିଛି ବିଜେଡି। ସେଠାରେ ରାଣୀ ଅରୁନ୍ଧତୀ ଦେବୀଙ୍କୁ ପରିବର୍ତ୍ତନ କରି ରୋମାଞ୍ଚ ରଂଜନ ବିଶ୍ଵାଳଙ୍କୁ ପ୍ରାର୍ଥୀ କରାଯାଇଛି।

ଓଡିଶା: ୬ଟି ବିଧାନସଭା ଆସନରେ ବିଜେପି ପ୍ରାର୍ଥୀ ଘୋଷଣା କଲା

ଭୁବନେଶ୍ଵର: ଭାରତୀୟ ଜନତା ପାର୍ଟି (ବିଜେପି) ଗୁରୁବାର ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟିର ସାଧାରଣ ସଂପାଦକ ଅରୁଣ ସିଂହ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ କହିଛନ୍ତି, କେନ୍ଦୁଝର ଜିଲ୍ଲା ଘସିପୁରାରେ ବ‌ିଜେପି ଶମ୍ଭୁନାଥ ରାଉତଙ୍କୁ ପ୍ରାର୍ଥୀ କରିଛି। ସେହିପରି ବାଲେଶ୍ବର ଜିଲ୍ଲା ଭୋଗରାଇରେ ଆଶିଷ ପାତ୍ର, ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀରେ ସୁଧାଂଶୁ ନାୟକ, ଯାଜପୁର ଜିଲ୍ଲା ବରୀରେ ଉମେଶ‌ ଜେନା, ବାରବାଟୀ କଟକରେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ଖୋର୍ଦ୍ଧା … Read more