February 26, 2026 6:09 pm

୮ ଜଣ ମନ୍ତ୍ରୀଙ୍କୁ ୮ଟି ଜୋନ୍ ଦାୟିତ୍ବ ଦେଲା ବିଜେପି

ନୂଆପଡା: ଉପନିର୍ବାଚନ ଜିତିବା ପାଇଁ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳର ଯୋଜନା । ନୂଆପଡ଼ା ଉପନିର୍ବାଚନ ପାଇଁ ୮ ଜଣ ମନ୍ତ୍ରୀଙ୍କୁ ୮ଟି ଜୋନ୍ ଦାୟିତ୍ବ ଦେଲା ବିଜେପି । ବଞ୍ଜରୀ ଦାୟିତ୍ବରେ ରହିବେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ । ସୁନାଦେଇ ଜୋନ୍ ଦାୟିତ୍ବରେ ରହିବେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ । ପାତାଳେଶ୍ୱର ପାଇଁ ମତ୍ସ୍ଯ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଜୟଜଂଘା ପାଇଁ ଖାଦ୍ୟ … Read more

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପାଇଁ ନୂଆ ଗାଇଡ଼ ଲାଇନ ଜାରି

ଭୁବନେଶ୍ୱର: ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବାର୍ଷିକ ପରୀକ୍ଷାର ମୂଲ୍ୟାୟନ କରାଯିବ । ଜିଲ୍ଲାସ୍ତରରେ ପ୍ରଶ୍ନପତ୍ର ଛପାଯିବା ସହ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାହାକୁ ରଖାଯିବ ଏବଂ ପରୀକ୍ଷା ଦିନ ସକାଳେ ବିଦ୍ୟାଳୟରେ ପ୍ରଶ୍ନପତ୍ର ପହଞ୍ଚିବ । ପରୀକ୍ଷାର ସୁପରିଚାଳନା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡ୍‌ ଲାଇନ୍‌ ଜାରି ସହ ୩ ସ୍ତରୀୟ ଷ୍ଟିୟରିଂ କମିଟି ଗଠନ କରାଯାଇଛି । ଗଣଶିକ୍ଷା ବିଭାଗ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ରାଜ୍ୟ ସ୍ତରୀୟ … Read more

ନୂଆପଡା ଉପନିର୍ବାଚନ; ୫ ନାମାଙ୍କନ ପତ୍ର ନାକଚ

ଭୁବନେଶ୍ୱର: ନୂଆପଡା ବିଧାନସଭା ଉପନିର୍ବାଚନ ପୂର୍ବରୁ ପ୍ରାର୍ଥୀ ପତ୍ର ଯାଞ୍ଚ ସମୟରେ ମୋଟ ୫ଟି ନାମାଙ୍କନ ପତ୍ର ନାକଚ କରାଯାଇଛି ବୋଲି ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ବୁଧବାର ସୂଚନା ଦେଇଛନ୍ତି। ଅଯୋଗ୍ୟ ଘୋଷଣା ହୋଇଥିବା ବ୍ୟକ୍ତିମାନେ ହେଉଛନ୍ତି ବହୁଜନ ସମାଜ ପାର୍ଟି (ବିଏସପି) ପ୍ରାର୍ଥୀ ରାଜାରାମ ସାହୁ, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳ ପ୍ରାର୍ଥୀ ସୀତାରାମ ବେହେରା ଏବଂ ତିନି ସ୍ୱାଧୀନ ପ୍ରାର୍ଥୀ – କମଳ କୁମାର ଛତ୍ରିଆ, ପୁରୁଷୋତ୍ତମ ବେହେରା ଏବଂ ଭୁଜବଳ ଆଦବାଙ୍ଗ। … Read more

ପୋଲିସ ସବ୍‌-‌ଇନ୍‌ସପେକ୍ଟର ନିଯୁକ୍ତି ପରୀକ୍ଷା ଦୁର୍ନୀତିର ସି.ବି.ଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ଭୁବନେଶ୍ବର: ବହୁ ଚର୍ଚ୍ଚିତ ପୋଲିସ ସବ୍‌ ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାର ତଦନ୍ତ ଭାର ସି.ବି.ଆଇ କୁ ଅର୍ପଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ସୂଚନାଯୋଗ୍ୟ ଯେ ଓଡିଶା ପୋଲିସ ସବ୍‌ଇନ୍‌ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ଭାର କ୍ରାଇମ ବ୍ରାଞ୍ଚ ସି.ଆଇ.ଡିକୁ ଦିଆଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ଅନୁସଂଧାନରୁ ଜଣାଯାଇଛି ଯେ ଏହି ଦୁର୍ନୀତିର ଚେର ଆନ୍ଧ୍ରପ୍ରଦେଶ ଓ … Read more

ଦେଶବ୍ୟାପୀ SIR ପ୍ରସ୍ତୁତି ପାଇଁ ଦୁଇ ଦିନିଆ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମ୍ମିଳନୀ ଆରମ୍ଭ

ଭୁବନେଶ୍ୱର: ଭାରତ ନିର୍ବାଚନ ଆୟୋଗ (ECI) ର ଦୁଇ ଦିନିଆ ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ସମ୍ମିଳନୀ ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଫର୍ ଡେମୋକ୍ରାସି ଆଣ୍ଡ ଇଲେକ୍ଟୋରାଲ୍ ମ୍ୟାନେଜମେଣ୍ଟ (IIIDEM) ରେ ଆରମ୍ଭ ହୋଇଛି । ଏହି ସମ୍ମିଳନୀ ରେ ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡିଶା ଶ୍ରୀ ଆର ଏସ ଗୋପାଳନ (ଭା. ପ୍ର. ସେ), ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ସୁଶାନ୍ତ ମିଶ୍ର, ଉପ ମୁଖ୍ୟ ନିର୍ବାଚନ ଅଧିକାରୀ ଡ଼ଃ ଲକ୍ଷ୍ମୀପ୍ରସାଦ ସାହୁ … Read more