ଶ୍ରୀକାକୁଲମ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଅଘଟଣ; ୧୦ ଭକ୍ତଙ୍କ ମୃତ୍ୟୁ
ହାଇଦ୍ରାବାଦ: କାସି ବୁଗା ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଦଳାଚକଟା ହେବାରୁ ଅତି କମରେ ୧୦ ଜଣ ଭକ୍ତଙ୍କ ମୃତ୍ୟୁ ଘଟିଛି। ଅନେକ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ଗୁରୁତର ରହିଛି। ଏକାଦଶୀ ଅବସରରେ ଏଠାରେ ଭକ୍ତଙ୍କ ପ୍ରବଳ ଭିଡ଼ ଜମିଥିଲା। ଏହି ସମୟରେ ଅଘଟଣ ଘଟିଥିଲା ବୋଲି ଖବର ମିଳିଛି ।ଏହି ଦୁର୍ଘଟଣାକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଦୁଃଖ ପ୍ରକାଶ କରିବା ସହ ଏହାକୁ ଦୁର୍ଭାଗ୍ୟଜନକ ଘଟଣା ବୋଲି କହିଛନ୍ତି। ଏଥିସହିତ … Read more