December 11, 2025 10:02 pm

ଭକ୍ତ ଦାସଙ୍କୁ ଚ୍ୟାଲେଞ୍ଜ କଲେ ମୋକିମ୍‌, ଲେଖିଲେ ସୋନିଆଙ୍କୁ ଚିଠି

ଭୁବନେଶ୍ୱର: ଓଡ଼ିଶା କଂଗ୍ରେସ ନେତୃତ୍ଵକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି ମହମ୍ମଦ ମୋକିମ୍ । ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ଵ ଉପରେ ପ୍ରଶ୍ନ ଉଠାଇ ମୋକିମ୍ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖିଛନ୍ତି । ଚିଠିରେ ମୋକିମ୍‌ ଓଡ଼ିଶାରେ କଂଗ୍ରେସ ସ୍ଥିତି ଏବଂ ନେତୃତ୍ଵକୁ ନେଇ କହିଛନ୍ତି ଯେ , ୩ଥର ଲୋକସଭା ନିର୍ବାଚନ ହାରିଥିବା ଭକ୍ତଙ୍କୁ ୨୦୨୫ରେ ମିଳିଛି ଦଳର ନେତୃତ୍ୱ। ତାଙ୍କର ବ୍ୟକ୍ତିଗତ ବିଚାରଧାରା ଆମଠାରୁ ପୁରା ଅଲଗା। ଜୟପ୍ରକାଶଙ୍କ ଆନ୍ଦୋଳନ … Read more

UNESCO ସାଂସ୍କୃତିକ ଐତିହ୍ୟ ତାଲିକାରେ ‘ଦୀପାବଳି’ ସାମିଲ

ନୂଆଦିଲ୍ଲୀ: ଭାରତର ଦୀପାବଳି ପର୍ବକୁ UNESCOର ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଐତିହାସିକ ନିଷ୍ପତ୍ତିରେ ଖୁସି ପ୍ରକାଶ କରିଛନ୍ତି । ସେ କହିଛନ୍ତି ‘ଦୀପାବଳି ଆମ ସଂସ୍କୃତି ଏବଂ ନୀତି ସହିତ ଘନିଷ୍ଠ ଭାବରେ ଜଡ଼ିତ’ । ଏହା ଆମ ସଭ୍ୟତାର ଆତ୍ମା, ଆଲୋକ ଓ ଧାର୍ମିକତାକୁ ପ୍ରତିପାଦିତ କରେ । ପ୍ରଭୁ ଶ୍ରୀ ରାମଙ୍କ ଆଦର୍ଶ ଅନନ୍ତକାଳ ପାଇଁ ଆମକୁ ମାର୍ଗଦର୍ଶନ କରୁ ବୋଲି ମୋଦି କହିଛନ୍ତି … Read more

ମହାନଦୀ ବିବାଦ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ୱର: ମହାନଦୀ ଜଳ ସମ୍ବନ୍ଧୀୟ ସମସ୍ତ ପ୍ରାସଙ୍ଗିକ ଦିଗକୁ ପରୀକ୍ଷା କରିବାପାଇଁ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶରେ ୭ ଜଣିଆ କମିଟି ଗଠନ ହୋଇଛି । ଏଥିରେ ମନ୍ତ୍ରୀ ସୁରେଶ ପୂଜାରୀ, ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ବିଧାୟକ ନିରଞ୍ଜନ ପୂଜାରୀ, ବିଧାୟକ ଜୟନାରାୟଣ ମିଶ୍ର, ବିଧାୟିକା ସୋଫିଆ ଫିର୍ଦ୍ଦୋଶ ରହିଛନ୍ତି। ୨୦୧୬ରେ ମହାନଦୀକୁ ନେଇ ମୁଣ୍ଡ ଟେକିଥିଲା ଛତିଶଗଡ଼-ଓଡିଶା ଜଳ ବିବାଦ … Read more

ବାରବାଟୀରେ ଭାରତର ଆକର୍ଷଣୀୟ ବିଜୟ

କଟକ: ବାରବାଟୀରେ ଭାରତର ବିରାଟ ବିଜୟ ।ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର ବୃହତ ବ୍ୟବଧାନରେ ପରାସ୍ତ କରି କଟକ ଠାରେ ଥିବା ପୂର୍ବ ରେକର୍ଡକୁ ଭାଙ୍ଗି ଦେଇଛି। ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ମାତ୍ର ୨୮ ବଲରେ ୫୯ ରନର ବିସ୍ଫୋରକ ଇନିଂସ ଖେଳି ଦଳକୁ ୧୭୫ ରନରେ ପହଞ୍ଚାଇଥିଲେ l ଭାରତ ଦେଇଥିବା ୧୭୬ ରନର ଲକ୍ଷ୍ୟର … Read more

ଓଡିଶା ରେ ୪୪,୭୭୧ କୋଟି ଟଙ୍କାର ସଡ଼କ ପ୍ରକଳ୍ପକୁ କେନ୍ଦ୍ରର ଅନୁମୋଦନ

ଭୁବନେଶ୍ୱର:ନୂଆଦିଲ୍ଲୀ ଗସ୍ତରେ ଥିବା ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମଙ୍ଗଳବାର ଦିନ କେନ୍ଦ୍ର ମନ୍ତ୍ରୀ, ସଡ଼କ ପରିବହନ ଓ ରାଜମାର୍ଗ ଶ୍ରୀ ନିତିନ ଗଡ଼କରିଙ୍କ ସହ ସାକ୍ଷାତ ଆଲୋଚନା କରିବା ସହ ରାଜ୍ୟରେ ଥିବା ବିଭିନ୍ନ ରାସ୍ତା ପ୍ରକଳ୍ପ ବିଷୟରେ ଆଲୋଚନା କରିଛନ୍ତି Iଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି ଯେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ରାଜ୍ୟରେ ୫ଟି ଜାତୀୟ ରାଜପଥ ପ୍ରକଳ୍ପ, ୫ଟି ରାଜ୍ୟ ରାଜପଥ … Read more