February 26, 2026 2:25 am

ଧାନ କିଣା ତଥ୍ୟ ଜାରି କଲେ ସରକାର

ଭୁବନେଶ୍ୱର:ଆଜି ସୁଦ୍ଧା ଧାନ କିଣା ତଥ୍ୟ ଜାରି କଲେ ସରକାର । ବର୍ତ୍ତମାନ ସୁଦ୍ଧା ମଣ୍ଡିକୁ ୫୯ ଲକ୍ଷ ୯୨ ହଜାର ୮୬୪ ମେଟ୍ରିକ ଟନ୍‌ ଧାନ ଆସିଛି । ୫୯ ଲକ୍ଷ ୭୩ ହଜାର ୫୫୨ ମେଟ୍ରିକ ଧାନ କିଣା ହୋଇଛି । ୫୮ ଲକ୍ଷ ୬ ହଜାର ୪୩୨ ମେଟ୍ରିକ ଟନ ଧାନ ଉଠା ହୋଇଛି । ୧ ଲକ୍ଷ ୯୪ ହଜାର ୮୪୬ ମେଟ୍ରିକ ଟନ ଧାନ ମଣ୍ଡିରେ ପଡ଼ି ରହିଛି ବୋଲି … Read more

ଓଡିଶା ସମେତ ୧୦ଟି ରାଜ୍ୟ ପାଇଁ ରାଜ୍ୟସଭା ନିର୍ବାଚନ ପାଇଁ ତାରିଖ ଘୋଷଣା

ନୂଆଦିଲ୍ଲୀ: ଏପ୍ରିଲରେ ଖାଲି ପଡୁଥିବା ୩୭ଟି ରାଜ୍ୟସଭା ଆସନ ପାଇଁ ମାର୍ଚ୍ଚ ୧୬ ତାରିଖରେ ଭୋଟ୍ ଗ୍ରହଣ କରାଯିବ। ସମସ୍ତ ରାଜ୍ୟରେ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି ଏବଂ ରାଜନୈତିକ ଦଳଗୁଡ଼ିକ ପ୍ରାର୍ଥୀ ନାମାଙ୍କନ ଚୂଡ଼ାନ୍ତ କରିବା ଆରମ୍ଭ କରିଛନ୍ତି। ମହାରାଷ୍ଟ୍ରରେ ସାତଟି, ଓଡିଶାରେ ଚାରିଟି ଏବଂ ପଶ୍ଚିମବଙ୍ଗରେ ପାଞ୍ଚଟି ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ତାମିଲନାଡୁରେ ଛଅଟି ଏବଂ ପଶ୍ଚିମବଙ୍ଗରେ ପାଞ୍ଚଟି ଆସନ ପାଇଁ ମଧ୍ୟ ଭୋଟ୍ ଗ୍ରହଣ କରାଯିବ। ଆସାମରେ ତିନୋଟି … Read more

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ

ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ ଆଜି କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ପିସିସି ସଭାପତିଙ୍କ ନିକଟକୁ ସେ ଆଜି ଇସ୍ତଫା ପତ୍ର ପଠାଇଛନ୍ତି। ଦଳକୁ ସମୟ ଦେଇ ପାରୁନଥିବାରୁ ଇସ୍ତଫା ଦେଇଥିବା ସେ କହିଛନ୍ତି। ଦଣ୍ଡକାରଣ୍ୟ ପର୍ବତାଞ୍ଚଳ ବିକାଶ ପରିଷଦ ଗଠନ କରି ନେତୃତ୍ବ ନେଉଛନ୍ତି ଜୟରାମ। ଏହା ପୂର୍ବରୁ ସେ ବିଜେପିରେ ରହିଥିଲେ। ୨୦୨୨ ମସିହାରେ ବିଜେପି ଛାଡି ସେ କଂଗ୍ରେସରେ ଯୋଗ ଦେଇଥିଲେ। ସେବେଠାରୁ ସେ ଅବିଭକ୍ତ କୋରାପୁଟ ଜିଲ୍ଲା ସମେତ ପଡୋଶୀ ଆନ୍ଧ୍ର ଓ … Read more

ବିରୋଧୀଙ୍କ ହଟ୍ଟଗୋଳ , ୪ଟା ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି

ଭୁବନେଶ୍ୱର:ଆଜି ଗୃହରେ ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକମାନେ ଧାନମଣ୍ଡି ପ୍ରସଙ୍ଗରେ ସରକାରଙ୍କୁ ଘେରିଥିଲେ । ଗୃହର ମଧ୍ୟ ଭାଗରେ ହୋହଲ୍ଲା ଓ ନାରାବାଜି କରିଥିଲେ । ଫଳରେ ବାଚସ୍ପତି ସୁରମା ପାଢୀ ଗୃହକୁ ପ୍ରଥମେ ୧୧ଟା ୩୦ମିନିଟ ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ । ହେଲେ ଏହାପରେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ସଦସ୍ୟମାନେ ମଧ୍ୟ ପୁଣି ଥରେ ସମାନ ପ୍ରସଙ୍ଗରେ ହୋହଲ୍ଲା କରିଥିଲେ ।ଗୃହ କାର୍ଯ୍ୟରେ ବାରମ୍ବାର … Read more

ପୁରୀ ରଥଯାତ୍ରା ପାଇଁ ୨ୟ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର :ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ପ୍ରସ୍ତୁତିର ଦ୍ୱିତୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି।ଏହି ବୈଠକରେ ଜାନୁୟାରୀ ୧୩ତାରିଖରେ ଅନୁଷ୍ଠିତ ପ୍ରଥମ ସମନ୍ୱୟ କମିଟି ବୈଠକର ନିଷ୍ପତ୍ତିଗୁଡ଼ିକର କାର୍ଯ୍ୟକାରିତାର ସମୀକ୍ଷା ହୋଇଥିଲା। ଚଳିତବର୍ଷ ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କ ସୁରକ୍ଷା ଓ ନିରାପତ୍ତାକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯାଇ ଥିବାବେଳେ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି।ବୈଠକରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା କୁ ଶୃଙ୍ଖଳିତ କରିବା ପାଇଁ ପୁରୀ ଜିଲ୍ଲାପାଳ … Read more

ଅବସରପ୍ରାପ୍ତ ଇଞ୍ଜିନିୟରଙ୍କ ୨.୫ କୋଟିର ସମ୍ପତ୍ତି ଜବତ ନିର୍ଦ୍ଦେଶ

ଭୁବନେଶ୍ୱର: ମଙ୍ଗଳବାର ଦିନ ଉମରକୋଟର ଗ୍ରାମୀଣ ନିର୍ମାଣ ବିଭାଗର ପୂର୍ବତନ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସୀମାଦ୍ରି ନାୟକଙ୍କୁ ଭୁବନେଶ୍ୱରର ଏକ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରିବା ସହ ତାଙ୍କର ୨.୫ କୋଟି ଟଙ୍କାର ସମ୍ପତ୍ତି ବ୍ୟାଜାପ୍ତି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।ଜବତ କରାଯାଇଥିବା ସମ୍ପତ୍ତିରେ ଆୟ ବହିର୍ଭୁତ ସମ୍ପତ୍ତି ବାହାରେ ସଂଗୃହିତ ସ୍ଥାବର ଏବଂ ଅସ୍ଥାବର ଉଭୟ ସମ୍ପତ୍ତି ଅନ୍ତର୍ଭୁକ୍ତ ରହିଛି। ଯେଉଁଥିରେ ରାୟଗଡ଼ାରେ ଗୋଟିଏ ବହୁମହଲା କୋଠା, ନବରଙ୍ଗପୁରରେ … Read more