April 12, 2026 12:43 pm

ରାଜ୍ୟରେ ୪୮ଟି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନବୀନ ସରକାର କ୍ରୀଡ଼ାକୁ ଗୁରୁତ୍ଵ ଦେଉଥିବାବେଳେ ଆଜି ମୁଖ୍ୟମନ୍ତ୍ରୀ ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ୬୬୦ କୋଟି ଟଙ୍କା କ୍ରୀଡ଼ା ଭିତ୍ତିଭୂମି ଉଦଘାଟନ କରିଛନ୍ତି। ଏଥିରେ ବିଶ୍ଵର ସର୍ବ ବୃହତ ହକି ଷ୍ଟାଡିୟମ ନିକଟରେ ନିର୍ମିତ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଓ ଜିମ଼ନାଷ୍ଟିକ ଏକାଡେମୀ ସାମିଲ ରହିଛି। ମୁଖ୍ୟମନ୍ତ୍ରୀ ଏହାସହ ସୁନ୍ଦରଗଡ଼ ଜିଲ୍ଲାର ୧୦ଟି ସ୍ଥାନରେ ନିର୍ମିତ ହକି ପ୍ରଶିକ୍ଷଣ କେନ୍ଦ୍ର ଓ ବୀରମିତ୍ରପୁରରେ ନିର୍ମିତ ବହୁମୁଖୀ ଇଣ୍ଡୋର ଷ୍ଟାଡିୟମର ଉଦଘାଟନ କରିଛନ୍ତି।

ରାଉରକେଲା ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ଓ ଜିମ଼ନାଷ୍ଟିକ ଏକାଡେମୀ ସମ୍ପୂର୍ଣ୍ଣ ଶୀତତାପ ନିୟନ୍ତ୍ରିତ ରହିଛି। ଏଥିରେ ଟେବୁଲ୍ ଟେନିସ, ଜିମ, ଓ୍ବୈଟ ଲିଫଟିଂ, ଯୋଗ କକ୍ଷ, ବ୍ୟାୟମଶାଳା, ଜିମ୍ନାଷ୍ଟିକ ଉପକରଣ ଓ ଅତ୍ୟାଧୁନିକ ଶୌଚାଳୟ ସୁବିଧା ରହିଛି।

ମୁଖ୍ୟମନ୍ତ୍ରୀ ରାଜ୍ୟରେ ୪୮ଟି ଇନଡୋର ଷ୍ଟାଡିୟମ ଓ ୧୨ଟି ହକି ପ୍ରଶିକ୍ଷଣ କେନ୍ଦ୍ରର ଶୁଭ ଉଦଘାଟନ କରିଛନ୍ତି। କଟକ ଟେବୁଲ ଟେନିସ ଏକାଡେମୀ, ରାଉରକେଲା ଜିମ୍ନାଷ୍ଟିକ ଏକାଡେମୀ, ଭବାନୀପାଟଣା ବହୁମୁଖୀ ଇନଡୋର ହଲର ଉଦ୍‌ଘାଟନ ସହ ଦେବଗଡ଼ରେ ହକି ପ୍ରଶିକ୍ଷଣ କେନ୍ଦ୍ର, କେନ୍ଦ୍ରାପଡ଼ା ଜିଲ୍ଲା ଆଳିରେ ମହିଳା ଫୁଟବଲ ପ୍ରଶିକ୍ଷଣ କେନ୍ଦ୍ର, ରେମୁଣା, ବାଲିଗୁଡ଼ା, କରଞ୍ଜିଆ ଓ ଟିଟିଲାଗଡ଼ରେ ବହୁମୁଖୀ ଇନଡୋର ଷ୍ଟାଡିୟମ, ଭଦ୍ରକରେ ଇନଡୋର ସୁଇମିଂ ପୁଲ୍ ଓ କଟକରେ ଫୁଟବଲ ପ୍ରଶିକ୍ଷଣ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।