Nababharat News

୫ଟି ଅଧକ୍ଷ୍ୟ ଭିକେ ପଣ୍ଡିଆନଙ୍କ ମୟୂଭଞ୍ଜ ଜିଲ୍ଲା ଗସ୍ତ

୫ଟି ଅଧକ୍ଷ୍ୟ ଭିକେ ପଣ୍ଡିଆନଙ୍କ ମୟୂଭଞ୍ଜ ଜିଲ୍ଲା ଗସ୍ତ

ବାରିପଦା: ମୁଖମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଧେଶକ୍ରମେ ଆଜି ମୟୁରଭଞ୍ଜ ଜିଲ୍ଲା ଗସ୍ତ କରିଥିଲେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ । ସେ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସେ ସମୀକ୍ଷା କରିବା ସହିତ ସ୍ଥାନୀୟ ଜନସାଧାରଣ ଓ ଛାତ୍ରଛାତ୍ରୀମାନଙ୍କ ସହ ମତ ବିନିମୟ କରିଥିଲେ ।

ବାରିପଦା ବିଶ୍ୱବିଦ୍ୟାଳୟ ପଡ଼ିଆରେ ଜିଲ୍ଲାର ସମସ୍ତ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରି ନୂଆ ଓଡ଼ିଶା ଗଠନରେ ଯୁବଶକ୍ତିର ଯୋଗଦାନ ପାଇଁ ପ୍ରେରଣା ଦେଇଥିଲେ । ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ କହିଥିଲେ ଯେ ଏହା ଯୁବକଯୁବତୀମାନଙ୍କ ପାଇଁ ବିପୁଳ ସୁଯୋଗ ସୃଷ୍ଟି କରିଛି । ଏହି କାର୍ଯ୍ୟକ୍ରମ ଦ୍ୱାରା ସେମାନେ ନିଜର ପ୍ରତିଭା ପ୍ରଦର୍ଶନ କରିବା ସହିତ ସେମାନଙ୍କର ସାମଗ୍ରିକ ବ୍ୟକ୍ତିତ୍ୱର ବିକାଶରେ ମଧ୍ୟ ସହାୟକ ହେବ ।

ଏଥିସହ ପାଠପଢ଼ାରେ ମଧ୍ୟ ସେମାନେ ଉଲ୍ଲେଖନୀୟ ସଫଳତା ହାସଲ କରିପାରିବେ ବୋଲି ଶ୍ରୀ ପାଣ୍ଡିଆନ୍ କହିଥିଲେ। ଏହାପରେ ସେ ମୟୁରଭଞ୍ଜ ଜିଲ୍ଲାରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ସମୀକ୍ଷା କରିଥିଲେ । ୧୦,୨୧୦ କୋଟି ଟଙ୍କା ବ୍ୟୟରେ କାର୍ଯ୍ୟକାରୀ ହେଉଥିବା ଏହି ପ୍ରକଳ୍ପ ଦ୍ୱାରା ୨,୭୦,୯୦୦ ଏକର ଚାଷଜମି ଜଳସେଚିତ ହୋଇପାରିବ। ୨୦୨୪ ମଇ ସୁଦ୍ଧା ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ ଶେଷ ହେବ ଏବଂ ଦ୍ୱିତୀୟ ପର୍ଯ୍ୟାୟ ଜୁନ ୨୦୨୮ ସୁଦ୍ଧା ସଂପୂର୍ଣ୍ଣ ହେବ।

ଏହି ଅବସରରେ ଶ୍ରୀ ପାଣ୍ଡିଆନ ଦେଓ, ଉଦଳାର ସୋନ ପ୍ରକଳ୍ପ, ଖଇରୀ ବନ୍ଧନ ପ୍ରକଳ୍ପ ଓ କ୍ଲଷ୍ଟର ବୃହତ ଉଠାଜଳସେଚନ ପ୍ରକଳ୍ପ ଆଦି ପ୍ରମୁଖ ଜଳସେଚନ ପ୍ରକଳ୍ପର ସମୀକ୍ଷା କରିଥିଲେ । ଏହିସବୁ ପ୍ରକଳ୍ପ ଗୁଡିକ ପାଇଁ ୩୨୮୨ କୋଟି ଟଙ୍କା ବିନିଯୋଗ ହେଉଥିବା ବେଳେ, ଏହାଦ୍ୱାରା ୧,୧୬,୫୦୦ ଏକର ଜମି ଜଳସେଚିତ ହୋଇପାରିବ। ଏହିସବୁ ପ୍ରକଳ୍ପ ଗୁଡିକୁ ତ୍ୱରାନ୍ୱିତ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ ।

ଏହାପରେ ସେ ବାରିପଦାରେ ବୁଢାବଳଙ୍ଗ ଉପରେ ନିର୍ମାଣାଧୀନ ନଦୀ ବନ୍ଧ ଏବଂ ରିଂଗ ରୋଡ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ । ଏଥିପାଇଁ ୧୫୪ କୋଟି ଟଙ୍କା ବିନିଯୋଗ କରାଯାଉଛି। ଏହାସହିତ ୭୨.୬୩ କୋଟି ଟଙ୍କାରେ ନିର୍ମିତ ହେବାକୁ ଥିବା ଘାଟି ରାସ୍ତା, ବାରିପଦାରେ ୪୮ କୋଟି ଟଙ୍କା ବ୍ୟୟରେ ବୁଢାବଳଙ୍ଗ ନଦୀ ଉପରେ ବୃହତ ସେତୁର ନିର୍ମାଣ, ୩୦୬ କୋଟି ଟଙ୍କା ବ୍ୟୟରେ ନିର୍ମାଣାଧୀନ ୬୫୦ ଶଯ୍ୟା ବିଶିଷ୍ଟ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍‌ପିଟାଲ ଏବଂ ବାରିପଦା ଠାରେ ୪୭.୩୫ କୋଟି ଟଙ୍କା ବ୍ୟୟରେ ଏକ କ୍ୟାନସର ହସ୍‌ପିଟାଲ ନିର୍ମାଣ ଆଦି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରି ସମସ୍ତ ପ୍ରକଳ୍ପକୁ ତ୍ବରାନ୍ବିତ କରି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ । ମୟୂରଭଞ୍ଜ ଜିଲ୍ଲାକୁ ଓଡିଶାର ଏକ ସର୍ବଶ୍ରେଷ୍ଠ ଜିଲ୍ଲା ଭାବରେ ଗଢିବା ପାଇଁ ସରକାରଙ୍କ ପ୍ରତିଶ୍ରୁତିବଦ୍ଧତା ସହିତ ସମସ୍ତେ କାର୍ଯ୍ୟକରିବା ପାଇଁ ସମସ୍ତଙ୍କୁ ଆହ୍ଵାନ ଦେଇଥିଲେ।

Exit mobile version