February 26, 2026 11:18 am

୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ‘କ୍ରାନ୍ତି’  ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ‘ ମେରୀ ଜାନ୍ ହିନ୍ଦୁସ୍ତାନ-୨୦୨୪’ ମହାସମାରୋହରେ ପାଳିତ 

ଶାନ୍ତନୁ କୁମାର ରଣା

ବ୍ରହ୍ମପୁର: :ସ୍ଥାନୀୟ ବ୍ରହ୍ମା ନଗର ୧ମ ସାରଣୀ ସ୍ଥିତ କ୍ରାନ୍ତି ଅନୁଷ୍ଠାନ ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ ‘ମେରୀ ଜାନ୍ ହିନ୍ଦୁସ୍ତାନ -୨୦୨୪’ ସ୍ଥାନୀୟ ହିଲିପାଟଣା ସ୍ଥିତ ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ଠାରେ ମହାସମାରୋହରେ ପାଳିତ ହୋଇ ଯାଇଛି। ସମସ୍ତ ଅତିଥି ମାନେ ପ୍ରଥମେ ଜଗତର ନାଥ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ।

କ୍ରାନ୍ତି ଅନୁଷ୍ଠାନର କାର୍ଯୟନିର୍ବାହୀ ନିର୍ଦ୍ଦେଶକ ଡ଼ଃ ଦେବାନନ୍ଦ ଦାଶଙ୍କ ଅଧ୍ୟକ୍ଷତା ଓ ସଂଯୋଜନାରେ ଅନୁଷ୍ଠିତ କାର୍ଯକ୍ରମ ରେ ଲିଙ୍ଗରାଜ ଆଇନ୍ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ନୃସିଂହ ଚରଣ ପଟ୍ଟନାୟକ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ଏସ.ଏମ.ଆ.ଟି ର ସଭାପତି ଡଃ ଭଗବାନ ଗନ୍ତାୟତ, ଗ୍ରେଟ୍ ଇଣ୍ଡିଆ ଇଣ୍ଟରନେସନାଲ ପବ୍ଲିକ ସ୍କୁଲ, କାଲାମ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ସମ୍ପାଦକ ସନ୍ତୋଷ କୁମାର ଜେନା, ଜ୍ଞାନ ବିକାଶ ଇଂଲିଶ ମିଡ଼ିଅମ୍ ସ୍କୁଲ୍ ର ନିର୍ଦ୍ଦେଶକ ଇଁ. ସିଦ୍ଧାର୍ଥ ଶଙ୍କର ବେହେରା,ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଶିକ୍ଷାବିତ୍ ଅଜିତ କୁମାର ମହାପାତ୍ର, ମହାନ୍ ସଂଘ ସଭାପତି ସୁଶାନ୍ତ ସାବତ ଓ  ଆର୍ଶି ଗ୍ରୁପ୍ ର ବିରଞ୍ଚି ନାରାୟଣ ପାତ୍ର ପ୍ରମୁଖ ଅତିଥି ରୂପେ ଯୋଗଦେଇ ସମବେତ ବିଦ୍ୟାର୍ଥୀ ସହ ଅବିଭାବକଙ୍କୁ ଜନରାଜ୍ୟ ଦିବସର ତାତ୍ପର୍ଯ୍ୟ ସମ୍ପର୍କ ରେ ଆଲୋକପାତ କରିଥିଲେ।ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମରେ କ୍ରାନ୍ତି ଅନୁଷ୍ଠାନ ସହ ଗଞ୍ଜାମ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର କୁନି କୁନି ଛାତ୍ର ଛାତ୍ରୀ ମାନେ ଦଳଗତ ନୃତ୍ୟ ପରିବେଷଣ କରିଥିଲେ।

କ୍ରାନ୍ତି ଅନୁଷ୍ଠାନର କଳାକାରଙ୍କ ଦ୍ୱାରା ପରିବେଷିତ ସନ୍ଦେଶ ଆତା ହେ ନୃତ୍ୟ ଉପସ୍ଥିତ ସମସ୍ତ ଦର୍ଶକଙ୍କ ହୃଦୟସ୍ୱର୍ଶି ହୋଇ ପାରିଥିଲା। ଦଳଗତ ନୃତ୍ୟ ପ୍ରତିଯୋଗିତାରେ ଓଁ ଶ୍ରୀ ଇଣ୍ଟରନେସନାଲ ସ୍କୁଲ୍ , କିଡ ଜୀ, କିଡସ୍ ଗାର୍ଡେନ ପ୍ଲେ ସ୍କୁଲ୍ କୁ ପୁରସ୍କୃତ କରାଯାଇଥିଲା। ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତା ରେ ଭାଗନେଇଥିବା ୧୧୦୦ ଛାତ୍ରଛାତ୍ରୀଙ୍କୁ ମାନପତ୍ର, ଟ୍ରଫି ସହ ପୁରସ୍କୃତ କରାଯାଇଥିଲା। କ୍ରାନ୍ତି ଅନୁଷ୍ଠାନର ଦେବରାଜ ରାଉତ ଉଦଘୋଷକ ରୂପେ ଦାୟୀତ୍ଵ ତୁଲାଇଥିବା ବେଳେ କାର୍ଯ୍ୟକ୍ରମ ଆୟୋଜନରେ ସଞ୍ଜୟ କୁମାର ରଥ, ନିର୍ମଳା ଦାଶ , ଅନିଲ କୁମାର ସେଠୀ, ଅରୁଣ ପଟ୍ଟନାୟକ, ପରମାନନ୍ଦ ପଣ୍ଡା, ଲିଙ୍ଗରାଜ ପଟ୍ଟନାୟକ, ସ୍ନିଗ୍ଧା ମହାରଣା, ଚର୍ଚ୍ଚିକା ଦାଶ ଓ ଚିନ୍ମୟାନନ୍ଦ ଦାଶ ପ୍ରମୁଖ ଉପସ୍ଥିତି ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ଶେଷରେ ଡ଼ଃ ଦେବାନନ୍ଦ ଦାଶ ସମସ୍ତଙ୍କୁ ସହଯୋଗ ପାଇଁ ହୃଦୟରୁ ଧନ୍ୟବାଦ ଦେଇଥିଲେ।