June 26, 2025 8:48 pm

କନିଷ୍ଠ ଶିକ୍ଷକଙ୍କ ପରିଶ୍ରମିକ ୨୦୦୦୦ ଟଙ୍କାକୁ ବୃଦ୍ଧି  

୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ 

ଭୁବନେଶ୍ଵର: ରାଜ୍ୟ ସରକାର ରାଜ୍ୟର ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ କାର୍ଯ୍ୟକରୁଥିବା କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି।  ଏହି ବୃଦ୍ଧି ପିଛିଲା ଭାବେ ତା.୦୧.୦୧.୨୦୨୩ ରିଖ ଠାରୁ ଲାଗୁ ହେବ ।

ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ । ଏଥିପାଇଁ ଅତିରିକ୍ତ ୯୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ ହେବ। ସୂଚନାଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ ।