June 26, 2025 4:13 pm

ଦାମ ବାବୁ ଆଉ ନାହାନ୍ତି 

ଭୁବନେଶ୍ଵର: ବରିଷ୍ଠ ବିଜେଡି ନେତା ଏବଂ ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସକାଳ ୫ଟା ୨୩ ମିନିଟରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।  ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା ।

ଓଡିଶା ରାଜନୀତିରେ ଦାମୋଦର ରାଉତ ଜଣେ ଦକ୍ଷ ଓ ବିଚକ୍ଷଣ ରାଜନେତା ଭାବେ ପରିଚିତ । ପ୍ରଥମେ ଜନତା ଦଳ ଓ ପରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ବିଜେଡି ସରକାରରେ ମନ୍ତ୍ରୀ ଭାବେ ଦୀର୍ଘ ଦିନ ଧରି ମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳିଥିଲେ । ସେ ଓଡିଶା ବିଧାନସଭାରେ ବିଧାୟକ ଭାବେ ୭ଥର କାର୍ଯ୍ୟ କରିବାର ସୁଯୋଗ ପାଇଛନ୍ତି । ୧୯୭୯ରୁ ୨୦୧୭ ଯାଏଁ ସେ ବିଭିନ୍ନ ସମୟରେ ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବେ କାର୍ଯ୍ୟ ତୁଲାଇଛନ୍ତି ।

ଭୂମିପୁତ୍ର ଭାବେ ପରିଚିତ ବିଜୁ ପଟ୍ଟନାୟକଙ୍କ ଦ୍ୱାରା ପ୍ରଭାବିତ ହୋଇ ଦାମୋଦର ରାଉତ ରାଜନୀତିରେ ପାଦ ଥାପିଥିଲେ । ବିଜୁ ବାବୁଙ୍କର ଅନୁଗତ ଭାବେ ସେ ଶେଷ ଯାଏଁ ଦାୟିତ୍ୱ ନେଇଥିଲେ । 

ଶେଷ ଥର ୨୦୧୯ରେ ବାଲିକୁଦା ଏରସମା ଆସନରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ ବି ଶେଷ ଯାଏଁ ରାଜନୀତିରେ ତାଙ୍କର ବିଶେଷ ପ୍ରଭୁତ୍ୱ ଥିଲା ।