June 26, 2025 6:53 pm

ବିଜେଡ଼ିରେ ଯୋଗଦେଲେ ପୂର୍ବତନ କଂଗ୍ରେସ ବିଧାୟକ ଚିରଞ୍ଜୀବ ବିଶ୍ଵାଳ ଓ ନୀଳଗିରି ବିଜେପି ବିଧାୟକ ସୁକାନ୍ତ ନାୟକ 

ଭୁବନେଶ୍ଵର:  ଏକ ଗୁରୁତ୍ବପୂର୍ଣ ରାଜନୈତିକ ଘଟଣା କ୍ରମେ ଆଜି ବିଜୁ ଜନତା ଦଳ (ବିଜେଡି) ରେ ସାମିଲ ହୋଇଛନ୍ତି କଂଗ୍ରେସର ଭେଟରାନ ନେତା ଚିରଞ୍ଜୀବ ବିଶ୍ଵାଳ ଏବଂ ତାଙ୍କ ସମର୍ଥକ। ଆଜି ଚିରଞ୍ଜୀବ ଏକ ଶୋଭାଯାତ୍ରାରେ ଆସି ଶଙ୍ଖ ଭବନରେ ପହଞ୍ଚିଥିଲେ। ସେଠାରେ ସାଂସଦ ମାନସ ମଙ୍ଗରାଜ ଏବଂ ସାଂସଦ ସସ୍ମିତ ପାତ୍ର ତାଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ଦଳରେ ସାମିଲ କରାଇଥିଲେ।

ଏହି ଅବସରରେ ସେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛି। ଏହା ବ୍ୟତିତ ମୋର ଅନ୍ୟ କୌଣସି ଉଦ୍ଦେଶ୍ୟ ନାହିଁ ବୋଲି ଚିରଞ୍ଜୀବ କହିଛନ୍ତି। ବର୍ତ୍ତମାନ ଦଳ ଚଳିତ ନିର୍ବାଚନରେ ଯେଉଁ ସଫଳତା ହାସଲ କରିବାକୁ ଯାଉଛନ୍ତି ସେଥିରେ ମୁଁ ଗୁଣ୍ଡୁଚି ମୂଷା ପରି କାମ କରିବି ବୋଲି ଚିରଞ୍ଜୀବ କହିଛନ୍ତି।

ସେହିପରି ନୀଳଗିରି ବିଧାୟକ ସୁକାନ୍ତ ନାୟକ ଆଜି ବିଜେଡିରେ ସାମିଲ ହୋଇଛନ୍ତି। ଦୁଇ ଦିନ ତଳେ ସେ ବିଜେପିରୁ ଇସ୍ତଫା ଦେଇଥିଲେ। ଆଜି ତାଙ୍କ ଶତାଧିକ ସମର୍ଥକଙ୍କ ସହ ସେ ଶଙ୍ଖଭବନରେ ତାଙ୍କର ପୁରୁଣା ଘରକୁ ଫେରିଛନ୍ତି।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପକ୍ଷରୁ ତାଙ୍କୁ ସ୍ୱାଗତ କରିଛନ୍ତି ସାଂସଦ ସସ୍ମିତ ପାତ୍ର।

ତାଙ୍କ ସହିତ ସରପଞ୍ଚ ତାରିଣୀ ସିଂ, କୁଲମନି ନାୟକ, ଚନ୍ଦ୍ରମଣି ମୁର୍ମୁ, ଅନ୍ନପୂର୍ଣ୍ଣା ସିଂ, ବସନ୍ତ ସିଂ, ବାବାମଣି ମାର୍ଣ୍ଡି, ଭାଗବତ ଖିଲାର, ବିନିତା ମଢେଇ, ରଜନୀ ଗିରି, ଅହଲ୍ୟା ନାୟକ, ରାଜୀବ ଦାସ, ସାବିତ୍ରୀ ସିଂ, ଲକ୍ଷ୍ମୀପ୍ରିୟା ସିଂ, ଗଙ୍ଗାଧର ମିଶ୍ର, ଅକ୍ଷୟ ବେହେରା, ଉପେନ୍ଦ୍ର ବେହେରା, ଚିତ୍ତରଞ୍ଜନ ମହାନ୍ତି, ଅଶୋକା ନାୟକ ବିଜେପି ଛାଡି ବିଜେଡି ଆସିଛନ୍ତି।

2014 ରେ ବିଜେଡି ପ୍ରାର୍ଥୀ ହୋଇ ସେ ନୀଳଗିରିରୁ ବିଧାୟକ ହୋଇଥିଲେ। ହେଲେ ଦଳ 2019 ରେ ଟିକେଟ ନ ଦେବାରୁ ବିଜେପି ଟିକେଟରୁ ନୀଳଗିରି ବିଧାୟକ ଭାବେ ଜିତିଥିଲେ।