December 6, 2025 4:44 pm

ପିତୃପୁରୁଷଙ୍କୁ ପିଣ୍ଡଦାନର ପରମ୍ପରା ଆଜିଠୁ ଆରମ୍ଭ

ପୁରୀ: ଆଜି ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦା ତିଥି ତେଣୁ ଆରମ୍ଭ ହୋଇଛି ପିତୃପୁରୁଷଙ୍କୁ ପିଣ୍ଡଦାନ । ଏହି ସମୟରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ଓ ପିଣ୍ଡଦାନ କରାଯାଏ । ଏହା ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ଚାଲିବ । ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦଠାରୁ ଅମାବାସ୍ୟା ପର୍ଯ୍ୟନ୍ତ ପକ୍ଷକୁ ପିତୃପକ୍ଷ କୁହାଯାଏ । ଏହି ସମୟ ପିତୃ ଉପାସନାର ପ୍ରକୃଷ୍ଟ ସମୟ ବୋଲି ଶାସ୍ତ୍ରରେ ଉଲ୍ଲେଖ ଅଛି । ପିତୃପକ୍ଷ ଅବସରରେ ଆଜି ପୁରୀର ତୀର୍ଥରାଜ ମହୋଦଧି, ଶ୍ୱେତଗଙ୍ଗା, ମାର୍କଣ୍ଡେୟ, ଇନ୍ଦ୍ରଦ୍ୟୁମ୍ନ ଓ ନରେନ୍ଦ୍ର ପୁଷ୍କରିଣୀରେ ଶ୍ରଦ୍ଧାଳୁମାନେ ସ୍ନାନକରି ତିଳତର୍ପଣ କରିବାକୁ ଲୋକଙ୍କ ବହୁ ଭିଡ ଦେଖିବାକୁ ମିଳିଛି । ତେଣୁ ଶ୍ରଦ୍ଧାର ସହ ଶ୍ରାଦ୍ଧ ଏହି ସମୟରେ ରୀତିନୀତି ଅନୁସାରେ କରାଯାଇଥାଏ । ପିତୃ ପୁରୁଷମାନେ ସେମାନଙ୍କ ବଂଶଧରମାନଙ୍କ ଦ୍ୱାରା କରାଯାଇଥିବା ତର୍ପଣ, ଶ୍ରାଦ୍ଧ ଏବଂ ପିଣ୍ଡଦାନ ଇତ୍ୟାଦିରେ ସନ୍ତୁଷ୍ଟ ହୋଇ ସେମାନେ ବଂଶ ବୃଦ୍ଧି, ସୁଖ ଏବଂ ସମୃଦ୍ଧତା ପାଇଁ ଆଶୀର୍ବାଦ କରିଥାନ୍ତି । ଏହି ସମୟରେ ପିତୃଲୋକର ସବୁ ଅତୃପ୍ତ ପ୍ରେତ ପ୍ରେତତ୍ତ୍ୱରୁ ମୁକ୍ତି ପାଇଥାନ୍ତି । କନ୍ୟାରାଶିକୁ ଭଗ ନାମକ ସୂର୍ଯ୍ୟ ଗମନ କଲେ ପିତୃରାଜ୍ୟରେ ଶୁଭଫଳ ମିଳିଥାଏ ବୋଲି ବିଶ୍ୱାସ ରହିଛି ।