April 12, 2026 10:44 pm

ସରିଲା ରତ୍ନଭଣ୍ଡାର ମରାମତି; ଆସନ୍ତାକାଲି ଅଳଙ୍କାର ସ୍ଥାନାନ୍ତର

ପୁରୀ: ରତ୍ନଭଣ୍ଡାର ମରାମତି କାମ ସମ୍ପୂର୍ଣ୍ଣ ହୋଇଥିବାରୁ ଶ୍ରୀଜିଉଙ୍କର ସମସ୍ତ ଅଳଙ୍କାର ଓ ମୂଲ୍ୟବାନ ସାମଗ୍ରୀ ଆସନ୍ତାକାଲି ଏହି ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ମାର୍ଗଦର୍ଶିକା ଅନୁସାରେ ରତ୍ନାଳଙ୍କାର ସ୍ଥାନାନ୍ତର କରାଯିବ। ଏଥିପାଇଁ ଆସନ୍ତାକାଲି ସକାଳ ୧୦ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ନାଟମଣ୍ଡପ ଓ ଜଗମୋହନ ଶୋଧ କରାଯିବ। ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ପ୍ରବେଶ ବନ୍ଦ ରହିବ। ରତ୍ନାଳଙ୍କାର ସ୍ଥାନାନ୍ତର ଯାଏଁ କଟକଣା ବଳବତ୍ତର ରହିବ। ରତ୍ନାଳଙ୍କାର ସ୍ଥାନାନ୍ତର ପରେ ଦର୍ଶନ ସ୍ବାଭାବିକ ହେବ। ଆନନ୍ଦବଜାରରୁ ମହାପ୍ରସାଦ ନେଇପାରିବେ ଭକ୍ତ। ଶ୍ରଦ୍ଧାଳୁଙ୍କୁ ସହଯୋଗ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି।