କଟକ:କଟକ ଦରଘା ବଜାରରେ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ ଘଟଣାରେ ଆସନ୍ତା ସୋମବାର କଟକ ବନ୍ଦ ଡାକରା ଦେଇଛି ବିଶ୍ଵ ହିନ୍ଦୁ ପରିଷଦ । ପୋଲିସ ଓ ଜିଲ୍ଲା ପ୍ରଶାସନର ବିଫଳତାକୁ ଦାୟୀ କରାଯାଇଛି । ଏହାସହ କଟକ ଜିଲ୍ଲାପାଳ ଓ ଡିସିପିଙ୍କ ବଦଳି ଦାବି କରାଯାଇଛି ।ସୂଚନାଯୋଗ୍ୟ ଯେ, କଟକ ଦରଘା ବଜାରରେ ଭସାଣି ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ଗୋଷ୍ଠୀ ସଂଘର୍ଷରେ ଡିସିପିଙ୍କ ସମେତ ୬ ଆହତ ହୋଇଥିଲେ । ଗୁରୁବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ସ୍ଥିତି ନିୟନ୍ତ୍ରଣ ପାଇଁ ପୋଲିସକୁ ଲାଠି ମାଡ଼ କରିବାକୁ ପଡିଥିଲା । ବେଶ କିଛି ସୟମ ଧରି ଚାଲିଥିଲା ଧାଁ ଦଉଡ, ସଂଘର୍ଷ, ଉତ୍ତେଜନା ସହ ଧାରଣା । ଫଳରେ ଆଗକୁ ଯାଇ ନପାରି ଅଟକି ରହିଥିଲା ଦେବୀଙ୍କ ମେଢ଼ । ରାତି ପ୍ରାୟ ୨ଟା ସମୟରେ ଝାଞ୍ଜିରିମଙ୍ଗଳା ମେଢ଼ ଦରଘାବଜାର ହାତୀପୋଖରୀ ନିକଟରେ ପହଞ୍ଚିବା ମାତ୍ରେ ଛାତ ଉପରୁ ଅଚାନକ ଢ଼େଲା ସହ ବୋତଲ ମାଡ଼ ହୋଇଥିଲା । ଡିପିସିଙ୍କ ମୁହଁ ରେ ଆଘାତ ଲାଗିଥିଲା । ଡିସିପିଙ୍କ ସମେତ ୬ଜଣ ଆହତ ହୋଇଥିଲେ l
Post Views: 163









