December 6, 2025 1:14 pm

ନୂଆପଡ଼ା ଉପନିର୍ବାଚନ: ସଂନ୍ଧ୍ୟା ୫ଟା ସୁଦ୍ଧା ୭୫.୩୭% ଭୋଟିଂ

ନୂଆପଡା:ନୂଆପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆଜି ଉପନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହୋଇଛି। ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ୭୫.୩୭% ମତଦାନ ହୋଇଛିlଏ ନେଇ ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ।ନୂଆପଡ଼ା ବିଧାନସଭା କ୍ଷେତ୍ରରେ ମୋଟ ୨ଲକ୍ଷ ୫୩ହଜାର ୬୨୪ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି। ଏଥି ମଧ୍ୟରେ ୧ ଲକ୍ଷ ୨୪ ହଜାର ୧୦୮ଜଣ ପୁରୁଷ ଭୋଟର ଓ ୧ ଲକ୍ଷ ୨୯ହଜାର ୪୯୫ ମହିଳା ଭୋଟର ଥିଲେ । ସେହିଭଳି ୮୫ବର୍ଷରୁ ଅଧିକ ବୟସର ବରିଷ୍ଠ ନାଗରିକ ଭୋଟରଙ୍କ ସଂଖ୍ୟା ୧ ହଜାର ୭୮୬ ହୋଇଥିବା ବେଳେ ୯ ହଜାର ୪୨୯ ଯୁବ ଭୋଟର ଥିଲେ । ୨ ହଜାର ୯୮୮ଜଣ ଦିବ୍ୟାଙ୍ଗ ଭୋଟର ଏବଂ ୨୧ଜଣ ଥାର୍ଡ଼ ଜେଣ୍ଡର ଭୋଟର ଥିଲେ। ୩୫୮ଟି ମତଦାନ କେନ୍ଦ୍ରରେ ଭୋଟିଂ ଦେଇଛନ୍ତି ଭୋଟର।ଭୋଟିଂ ସମୟରେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ୧୪ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ସହ ସମ୍ବେଦନଶୀଳ ବୁଥରେ ସଶସ୍ତ୍ର ସୁରକ୍ଷା କର୍ମୀଙ୍କୁ ନିୟୋଜିତ କରାଯାଇଥିଲା।