December 6, 2025 1:23 pm

ଡିସେମ୍ବର ୧ ତାରିଖରେ ଖୋଲିବ ଗୁଣ୍ଡିଚା ମନ୍ଦିର

ପୁରୀ : ଭକ୍ତଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର। ଆସନ୍ତା ଡିସେମ୍ବର ୧ ତାରିଖରେ ଖୋଲିବ ଗୁଣ୍ଡିଚା ମନ୍ଦିର । ଦୀର୍ଘ ପ୍ରାୟ ୬ ବର୍ଷ ହେଲା ବନ୍ଦ ରହିଛି ଗୁଣ୍ଡିଚା ମନ୍ଦିର । ଏନେଇ ବୁଧବାର ଦିନ ସୂଚନା ଦେଇଛନ୍ତି ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା । ଜିଲ୍ଲାପାଳ କହିଛନ୍ତି ଗୁଣ୍ଡିଚା ମନ୍ଦିର ନିକଟରୁ ହଟିଛି ଜବରଦଖଲ । ଭକ୍ତଙ୍କ ଦର୍ଶନ ପାଇଁ ହୋଇଛି ବ୍ୟବସ୍ଥା । ଗୁଣ୍ଡିଚା ମନ୍ଦିରର ପରିଚାଳନା କରିବ ଶ୍ରୀମନ୍ଦିର ପ୍ରଶାସନ । ଟିକେଟ ଦର୍ଶନ ବ୍ୟବସ୍ଥା ହେବ ନା ନାହିଁ ପରେ ଏନେଇ ନିଷ୍ପତ୍ତି ନିଆଯିବ । ପୂର୍ବରୁ ଅକ୍ଟୋବର ୩୦ ରେ, SJTA ମୁଖ୍ୟ ପ୍ରଶାସକ ଅରବିନ୍ଦ କୁମାର ପାଢୀ କହିଥିଲେ ଯେ ଗୁଣ୍ଡିଚା ମନ୍ଦିର ଖୁବ୍ ଶୀଘ୍ର ପୁନଃ ଖୋଲାଯିବ ଏବଂ ପ୍ରଶାସନ ସମସ୍ତ କାର୍ଯ୍ୟ ତଦାରଖ କରିବ ବୋଲି ଆଶ୍ୱାସନା ଦେଇଥିଲେ।