February 26, 2026 12:19 pm

ଆସନ୍ତା କାଲି ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

କଟକ : ଆସନ୍ତା ୧୪ ତାରିଖରେ ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ। ଓଡିଶା ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ଆୟୋଜିତ ସାଧାରଣ ଲୋକଙ୍କ ପାଇଁ ନ୍ୟାୟ ସୁନିଶ୍ଚିତ, ମାମଲା ଖର୍ଚ୍ଚ ଏବଂ ବିଳମ୍ବ ହ୍ରାସ କରିବା ପାଇଁ ରଣନୀତି ଶୀର୍ଷକ ଆଲୋଚନା ଚକ୍ରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ପ୍ରଧାନ ବିଚାରପତି। କଟକ ଶହୀଦ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ମୁଖ୍ୟ ବକ୍ତା, ଆଡଭୋକେଟ ଜେନେରାଲ ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ ଓ ରାଜ୍ୟ ଆଇନଜୀବୀ ପରିଷଦ ଅଧ୍ୟକ୍ଷ ସିତାଂଶୁ ମୋହନ ଦ୍ବିବେଦୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଉଛନ୍ତି । ଏହି କାର୍ଯ୍ୟକ୍ରମରେ ୫୦ ବର୍ଷରୁ ଅଧିକ ସମୟ ଧରି ଓକିଲାତି ପେଶାରେ ନିୟୋଜିତ ଥିବା ବରିଷ୍ଠ ଆଇନଜୀବୀଙ୍କୁ ସମ୍ବର୍ଦ୍ଧିତ କରାଯିବାର ରହିଛି ବୋଲି ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି।