February 26, 2026 11:10 am

ଏମ୍‌ଭି ଦ’ ପାଟ୍ରନ ଜାହାଜକୁ ଗିରଫ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ପାରାଦୀପ: ପାରାଦୀପ ବନ୍ଦରରୁ ଏକ ଜାହାଜକୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ। ଜାନୁଆରି ପ୍ରଥମ ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଏକ ସାମୁଦ୍ରିକ ବିବାଦ ମାମଲାର ଶୁଣାଣି କରି ହାଇକୋର୍ଟ ବିଚାରପତି ଜଷ୍ଟିସ୍ ଏମ.ଏସ.ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ଜଲଧି ଓଭରସିଜ ପିଟିଇ ଲିମିଟେଡ଼ ପକ୍ଷରୁ ହାଇକୋର୍ଟରେ ଏହି ମାମଲା ଏମଭି ଦି ପାଟ୍ରନ ଟିମ ଆଇଏମଓ-୯୪୮୧୪୩୯)ଜାହାଜ ବିରୋଧରେ କରାଯାଇଛି। ପ୍ରତିପକ୍ଷ ଏମଭି ଦି ପାଟ୍ରନ ଟିମକୁ ହାଇକୋର୍ଟଙ୍କ ଅବକାଶକାଳୀନ ଖଣ୍ଡପୀଠ ଜବାବ ଦାଖଲ କରିବାକୁ ନୋଟିସ ଜାରି କରିଥିବା ବେଳେ ଜାନୁଆରୀ ୫ ତାରିଖକୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି। ୨୦୨,୦୦୦ ଆମେରିକୀୟ ଡଲାର ଦାବି କରି ଜଲଧି ଓଭରସିଜ ପିଟିଇ ଲିମିଟେଡ଼ ପକ୍ଷରୁ ଏମଭି ଦି ପାଟ୍ରନ ଆଇଏମଓ-୯୪୮୧୪୩୯) ଜାହାଜ ବିରୋଧରେ ଏହି ମାମଲା ରୁଜୁ ହୋଇଛି । ଏମଭି ଦି ପାଟ୍ରନ ଆଇଏମଓ-୯୪୮୧୪୩୯)ଜାହାଜ ପାରାଦୀପ ବନ୍ଦର ଛାଡି ଦେଲେ ଏହି ମାମଲା ନିରର୍ଥକ ହେବ ବୋଲି ଆବେଦନକାରୀ ଦର୍ଶାଇଥିବା ବେଳେ ଏହି ମାମଲାର ଜରୁରୀ ଶୁଣାଣି ପାଇଁ ନିବେଦନ କରିଥିଲେ । ଏହି ଅନ୍ତରୀଣ ଆବେଦନକୁ ଗ୍ରହଣ କରି ଓଡିଶା ହାଇକୋର୍ଟଙ୍କ ଅବକାଶ କାଳୀନ ଖଣ୍ଡପୀଠ ଜାହାଜକୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକାଶଥାଉକି, ଏମଭି ଦି’ ପାଟ୍ରନ ବିରୋଧରେ ୨୦୨,୦୦୦ ଆମେରିକୀୟ ଡଲାର ଅର୍ଥ ଦାବି କରି ଆବେଦନକାରୀ ସଂସ୍ଥା ହାଇକୋର୍ଟରେ ଏହି ମାମଲା ଦାୟର କରିଛି।