May 30, 2026 12:55 am

ଭୁବନେଶ୍ବର ବିମାନ ବନ୍ଦରରୁ ଚାଲାଣ ସମୟରେ ୪କୋଟି ଟଙ୍କାର ମାରିଜୁଆନା ଜବତ

ଭୁବନେଶ୍ୱର:ଅବକାରୀ ବିଭାଗକୁ ମିଳିଛି ଏକ ବଡ଼ ସଫଳତା। ଭୁବନେଶ୍ବର ବିମାନ ବନ୍ଦରରୁ ଚାଲାଣ ସମୟରେ ୪କୋଟି ଟଙ୍କାର ମାରିଜୁଆନା ଜବତ ହୋଇଛି। ଜଣେ ଯାତ୍ରୀଙ୍କ ବ୍ୟାଗରୁ ଏହାକୁ ଜବତ କରିଛି କଷ୍ଟମ ବିଭାଗ। ତେବେ ଆଗକୁ ନୂଆବର୍ଷ ଥିବାରୁ ଏହି ମାରିଜୁଆନା ସହରକୁ ଆସିଥିବା ସନ୍ଦେହ କରାଯାଉଛି। ଜବତ ମାରିଜୁଆନାର ମୂଲ୍ୟ ୪କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଥାଇଲାଣ୍ଡରୁ ଏହି ମାରିଜୁଆନା ଭୁବନେଶ୍ବର ଆସୁଥିବା ସୂଚନା ମିଳିଛି lତେବେ ଯାତ୍ରୀଜଣକ ଭୁବନେଶ୍ବରରୁ ଓହ୍ଲାଇବା ପରେ କୁଆଡେ ଯାଇଥାନ୍ତେ ଏବଂ ଏତେ ଟଙ୍କାର ମାରିଜୁଆନା ଡିଲ ପଛରେ କାହାର ହାତ ରହିଛି ସେନେଇ ତଦନ୍ତ ଆରମ୍ଭ କରିଛି କଷ୍ଟମ ବିଭାଗ।