February 25, 2026 11:07 pm

ଟି-୨୦ ବିଶ୍ବକପ: ପାକିସ୍ତାନ ବିପକ୍ଷରେ ଭାରତର ବଡ଼ ବିଜୟ

ନୂଆଦିଲ୍ଲୀ: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ‘ଟିମ୍ ଇଣ୍ଡିଆ’ ଉଭୟ ବ୍ୟାଟିଂ ଓ ବୋଲିଂରେ ଭଲ ପ୍ରଦର୍ଶନ କରିଛି। ୧୭୬ ରନ୍‌ର ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିବା ପାକିସ୍ତାନର ବ୍ୟାଟିଂ ଆରମ୍ଭରୁ ବିପର୍ଯ୍ୟୟ ହୋଇଥିଲା। ପାକିସ୍ତାନ ୧୮ ଓଭରରେ ସମସ୍ତ ୱିକେଟ୍‌ ହରାଇ ୧୧୪ ରନ୍‌ କରିବା ସହିତ ୬୧ ରନ୍‌ରେ ପରାସ୍ତ ହୋଇଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ପାକିସ୍ତାନ ପ୍ରଥମେ ବୋଲିଂ କରିବ ବୋଲି ନିଷ୍ପତ୍ତି ନେଇଥିଲା। ଫଳରେ ଭାରତ ବ୍ୟାଟିଂ କରିଥିଲା। ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୭ଟି ୱିକେଟ୍‌ ହରାଇ ୧୭୫ ରନ୍‌ ସଂଗ୍ରହ କରିଥିଲା।