ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ ବସିଛି । ୧୦ଟି ଦିଗକୁ ଫୋକସ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏଣିକି ରାଜ୍ୟର ସବୁ ଅଫିସରେ ଲାଗିବ ଏଆଇ କ୍ୟାମେରା । ପ୍ରଥମେ ଖାରବେଳ ଭବନ ଓ ଲୋକସେବା ଭବନରେ ଲାଗିବ କ୍ୟାମେରା । ପରେ ଜିଲ୍ଳା ସ୍ତରୀୟ ସବୁ ସରକାରୀ ଅଫିସରେ ଏଆଇ କ୍ୟାମେରା ଲଗାଯିବ। ଲୋକଙ୍କୁ ସେବା ପ୍ରଦାନରେ ବିଳମ୍ବର ଅନୁଧ୍ୟାନ କରାଯିବ। ସେହିପରି ମୁଖ୍ୟମନ୍ତ୍ରୀଙ୍କ ଅଫିସରୁ ଆସୁଥିବା ୟୁଆଇ ନୋଟ୍ ର ତୁରନ୍ତ ଉତ୍ତର ସହ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ନିର୍ଦ୍ଧାରିତ ସମୟରେ ଅଧିକାରୀମାନେ ଅଫିସ୍ ଆସିବା ଉପରେ ଗୁରୁତ୍ୱ ଦିଆଯାଇଛି । କାର୍ଯ୍ୟରେ ଉତ୍ତମ ପ୍ରଦର୍ଶନ ନଥିବା ଅଧିକାରୀଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ସେମାନଙ୍କୁ ସୁଧାର ଆଣିବାକୁ ସୁଯୋଗ ଦିଆଯିବ, ନହେଲେ ଭି ଆର ଏସ ଦିଆଯିବ । ଅକ୍ଟୋବର ମାସରୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଡାସ୍ ବୋର୍ଡ । କେନ୍ଦ୍ରୀୟ ସ୍କିମ ପ୍ରତିମାସ ୭ ତାରିଖରେ ଜିଲ୍ଲାପାଳ ସମୀକ୍ଷା କରିବେ । ୧୨ ତାରିଖରେ ଜଙ୍ଗଲ ଓ ପରିବେଶ ବିଭାଗ ଓ ରାଜସ୍ୱ ବିଭଗ ସମୀକ୍ଷା କରିବେ। ସବୁ ବିଭାଗ ସେମାନଙ୍କ ବିଭାଗର ଖର୍ଚ୍ଚ ବୃଦ୍ଧି ଉପରେ ଗୁରୁତ୍ୱ ଦେବେ । ଅଫିସରଙ୍କୁ ଫିଲ୍ଡ ଭିଜିଟ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ । ଏନଫୋର୍ସମେଣ୍ଟ ଉପରେ ସରକାରଙ୍କ ଗୁରୁତ୍ୱ ରହିବ ବୋଲି ବୈଠକରେ କୁହାଯାଇଛି ।









