Nababharat News

‘ଆମ ସାଥି ୟୁନିଫାଏଡ୍ ହ୍ୱାଟ୍ସଆପ୍’ ହେଲା ଲୋକାର୍ପିତ: ଗୋଟିଏ କ୍ଲିକ୍‌ରେ ୧୩୨ ପ୍ରକାରର ସରକାରୀ ସୁବିଧା

ଭୁବନେଶ୍ୱର: ହାତ ପାହାନ୍ତାରେ ମିଳିବ ସରକାରୀ ସେବା । ଜନ୍ମ ମୃତ୍ୟୁ ପ୍ରମାଣପତ୍ର, ଆଇନଗତ ଉତ୍ତରାଧିକାରୀ, ସ୍ଥାୟୀ ବାସିନ୍ଦା ଓ ଆୟ ପ୍ରମାଣପତ୍ର, ଡ୍ରାଇଭିଂ ଲାଇସେନ୍ସ, ଫର୍ଟିଲାଇଜର ଲାଇସେନ୍ସ ଆଦି ବହୁ ସୁବିଧା ହ୍ୱାଟସଆପ ଜରିଆରେ ମିଳିପାରିବ । ଲୋକଙ୍କ ହାତ ପାହାନ୍ତାରେ ସେବା ପହଞ୍ଚାଇବାକୁ ଆରମ୍ଭ ହେଲା ଆମ ସାଥୀ ୟୁନିଫାଏଡ ହ୍ୱାଟସଆପ । ଏଥିପାଇଁ ୯୪୩୭୨୯୨୦୦୦ ହ୍ୱାଟସଆପ ନମ୍ବରରେ ଆବେଦନ କରି ପାରିବେ । ଆବେଦନ ପରେ ସାର୍ଟିଫିକେଟ ଏହି ନମ୍ୱର୍ ଜରିଆରେ ପାଇ ପାରିବେ । ପ୍ରଥମ ପର୍ଯ୍ୟାୟରେ ସରକାରଙ୍କ ବିଭିନ୍ନ ବିଭାଗର ୧୩୨ ଟି ସେବା ପାଇଁ ଆବେଦନ କରିହେବ । ୨୦୨୫ ଶେଷ ସୁଦ୍ଧା ଓଡ଼ିଶା ଲୋକସେବା ଅଧିକାର ଆଇନ ଅଧୀନରେ ଅଧିସୂଚିତ ସମସ୍ତ ସାର୍ବଜନୀନ ସେବା ଏକକ ହ୍ବାଟ୍ସଆପ ବଟ୍ ମାଧ୍ୟମରେ ଯୋଗାଇ ଦିଆଯିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ଜଣେ ବ୍ୟକ୍ତି ଇଂରାଜୀ କିମ୍ବା ଓଡ଼ିଆରେ ଲେଖି ହ୍ବାଟ୍ସଆପରେ ସମସ୍ତ ସରକାରୀ ସେବାରୁ ଉପକୃତ ହୋଇପାରିବେ । ଓଡ଼ିଆ ବା ଇଂରାଜୀ ଲେଖି ଜାଣି ନଥିବା ଲୋକମାନେ ଭାରତ ସରକାରଙ୍କ ‘ଭାଷିନୀ ପ୍ଲାଟଫର୍ମ’ ବ୍ୟବହାର କରି ନିଜର କଣ୍ଠସ୍ବର ମାଧ୍ୟମରେ ଏହି ସେବା ପାଇପାରିବେ । ମେଟା ଇଣ୍ଡିଆ ସହ ମିଶି ସାଧରଣ ପ୍ରଶାସନ ବିଭାଗ ଏହି ପଦକ୍ଷେପ ନେଇଛି ।.

Exit mobile version