Nababharat News

ଅନୁ ଗର୍ଗ ହେଲେ ଓଡିଶା ର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ବରିଷ୍ଠ ପ୍ରଶାସନିକ ଅଧିକାରୀ ଅନୁ ଗର୍ଗ ହେଲେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ। ନୂଆ ବର୍ଷରୁ ଦାୟିତ୍ଵ ଗ୍ରହଣ କରିବେ ଅନୁ ଗର୍ଗ। ୧୯୯୧ ବ୍ୟାଚର ଆଇଏଏସ ଅଫିସର ଅନୁ ବର୍ତ୍ତମାନ ମୁଖ୍ୟ ଶାସନ ସଚିବ ଥିବା ମନୋଜ ଆହୁଜାଙ୍କ ସ୍ଥାନ ନେଇଛନ୍ତି। ଆସନ୍ତା ୩୧ରେ ସରିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନୁ ଗର୍ଗ ବର୍ତ୍ତମାନ ଉନ୍ନୟନ କମିଶନର ମୁଖ୍ୟ ସଚିବ ଅଛନ୍ତି। ଉଲ୍ଲେଖନୀୟ ଅନୁ ଗର୍ଗ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟ କରିବାକୁ ଯାଉଛନ୍ତି।ବର୍ତ୍ତମାନ ଅନୁ ଗର୍ଗ ରାଜ୍ୟର ଉନ୍ନୟନ କମିଶନର, ତଥା ଜଳ ସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଭାବରେ କାର୍ଯ୍ୟରତ ଅଛନ୍ତି । ଅନୁ ଗର୍ଗ ସ୍ଵାସ୍ଥ୍ୟ,ମହିଳା ଓ ଶିଶୁ ବିକାଶ, ଜଳ ସମ୍ପଦ ଭଳି ଗୁରୁତ୍ଵପୂର୍ଣ୍ଣ ବିଭାଗର ମୁଖ୍ୟ ଭାବେ ନିଜର ଦକ୍ଷତା ପ୍ରତିପାଦିତ କରିଛନ୍ତି ।

Exit mobile version