Nababharat News

ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମୁମ୍ବାଇ: ପରଲୋକରେ ବଲିଉଡର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ। ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ଆସନ୍ତାକାଲି ଅପରାହ୍ନ ୪ଟାରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ। ବଲିଉଡରେ ଦୀର୍ଘ ବର୍ଷ ଧରି ସକ୍ରିୟ ଥିଲେ ଆଶା। ତାଙ୍କ ମୃତ୍ୟୁ ପରେ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟିଛି। ଗତକାଲି ତାଙ୍କୁ ହୃଦଘାତ ଯୋଗୁଁ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହୃଦଘାତ ଏବଂ ଫୁସଫୁସ ଜନିତ ସମସ୍ୟା ପାଇଁ ସେ ଚିକିତ୍ସିତ ହେଉଥିଲେ। ୭୦ ବର୍ଷରୁ ଅଧିକ ସମୟ ଧରି ବିଭିନ୍ନ ଭାଷାରେ ହଜାର ହଜାର ଗୀତ ଗାଇଛନ୍ତି ଆଶା। ୧୯୩୩ ସେପ୍ଟେମ୍ବର ୮ରେ ଜନ୍ମଗ୍ରହଣ କରିଥିବା ଆଶା ଭୋସଲେ ଭାରତୀୟ ସଙ୍ଗୀତର ବହୁମୁଖୀ ସ୍ୱରମାନଙ୍କ ମଧ୍ୟରୁ ଜଣେ। ଲତା ମଙ୍ଗେସକରଙ୍କ ସାନ ଭଉଣୀ ହେବା ସତ୍ତ୍ୱେ, ଆଶା ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ଶାସ୍ତ୍ରୀୟ ସଙ୍ଗୀତ ବ୍ୟତୀତୀ ପପ୍, ଗଜଲ ଏବଂ ଲୋକଗୀତ ବି ଗାଇଛନ୍ତି ଆଶା। ସେ ୧୯୫୦ ମସିହାରୁ ବଲିଉଡ ଫିଲ୍ମରେ ପ୍ଲେବ୍ୟାକ୍ ସିଙ୍ଗର୍ ଭାବେ କଣ୍ଠଦାନ କରିଆସୁଛନ୍ତି। ୧୯୫୨ ମସିହାରେ ମୁକ୍ତିଲାଭ କରିଥିବା ଫିଲ୍ମ‘ସଙ୍ଗଦିଲ’ରେ ପ୍ରଥମ ଗୀତ ଗାଇଥିଲେ। ତାଙ୍କୁ ଭାରତର ଦ୍ୱିତୀୟ ସର୍ବୋଚ୍ଚ ବେସାମରିକ ସମ୍ମାନ ‘ପଦ୍ମ ବିଭୂଷଣ’ରେ ସମ୍ମାନିତ କରାଯାଇଛି।

Exit mobile version