June 28, 2025 4:05 pm

ନିଲମ୍ବିତ ହେଲେ ବିଜେଡି ନେତା

ବିଜେଡିରୁ ବିଦା ହେଲେ ପୂର୍ବତନ ବ୍ଲକ୍‌ ସଭାପତି ବିଭୁ ପ୍ରସାଦ ଦେହୁରୀ । ଢ଼େଙ୍କାନାଳ ସଦର ବ୍ଲକ୍‌ର ପୂର୍ବତନ ବିଜେଡି ସଭାପତି ବିଭୁ ପ୍ରସାଦଙ୍କୁ ନିଲମ୍ବନ କରାଯାଇଛି । ଦଳ ବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବନ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳ ବିରୋଧୀ କାମରେ ସେ ଲିପ୍ତ ଥିବା ଖବର ଆସିବା ପରେ ଏଭଳି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ବିଜେଡି ସୁପ୍ରିମୋ । ସେପଟେ ବିଜେଡିରେ ସବୁ କିଛି ଠିକ୍ ନଥିବା ଚର୍ଚ୍ଚା ହେଉଛି … Read more

ଅତିରିକ୍ତ ତହସିଲଦାରଙ୍କୁ ମାରଣାତ୍ମକ ଆକ୍ରମଣ

ମାଫିଆଙ୍କ ଦୌରାତ୍ମ୍ୟ। ଥାନା ସମ୍ମୁଖରେ ଅତିରିକ୍ତ ତହସିଲଦାରଙ୍କୁ ମାରିଲେ, ଗାଡି ଭାଙ୍ଗିଲେ। ଏଭଳି ଘଟଣା ଘଟିଛି କପ୍ତିପଦା ଥାନା ସମ୍ମୁଖରେ। କପ୍ତିପଦା ଅତିରିକ୍ତ ତହସିଲଦାର ଭୀମକାନ୍ତ ମାଝୀ ଆଜି ସକାଳ ସମୟରେ ବେଆଇନ ଚୋରା ବାଲି ଚାଲାଣ ଧରପଗଡ଼ ପାଇଁ କାର୍ଯ୍ୟାଳୟରୁ ନିଜ କାର ଧ ରି ବାହାରିଯିବା ସମୟରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ମାଫିଆମାନେ ପ୍ରଥମେ ଅତିରିକ୍ତ ତହସିଲଦାରଙ୍କୁ ଅଟକାଇ ଧମକ ଦେଇଥିଲେ।ଏହା ପରେ କପ୍ତିପଦା ଥାନାକୁ ଆସିବା ବେଳେ କପ୍ତିପଦା ଥାନା ସମ୍ମୁଖରେ ୧୦ରୁ … Read more

ଜୁନ୍‌ ୪ ତାରିଖ ଯାଏଁ ଘୁଞ୍ଚିଲା ଯୁକ୍ତ୩ ନାମଲେଖା ଅବଧି

ଭୁବନେଶ୍ୱର: ଯୁକ୍ତ୩ ପାଠ୍ୟକ୍ରମରେ ନାମଲେଖା ଆବେଦନକୁ ପୁଣି ବୃଦ୍ଧି କରାଯାଇଛି । ଛାତ୍ରଛାତ୍ରୀ ଜୁନ୍‌ ୪ ତାରିଖ ରାତି ୧୧ଟା ୪୩ ପର୍ଯ୍ୟନ୍ତ ସାମ୍‌ସ ପୋର୍ଟାଲ୍‌ରେ ଅନ୍‌ଲାଇନ୍‌ରେ କମନ୍‌ ଆପ୍ଲିକେସନ୍‌ ଫର୍ମ (ସିଏଏଫ୍‌) ପୂରଣ କରିପାରିବେ। ଏହି ସମୟ ଅବଧି ମଧ୍ୟରେ ପୂର୍ବରୁ ସିଏଏଫ୍‌ ଦାଖଲ କରିଥିବା ଛାତ୍ରଛାତ୍ରୀ ସେମାନଙ୍କ ଫର୍ମରେ ଆବଶ୍ୟକ ସଂଶୋଧନ କିମ୍ବା ଯୁକ୍ତ୨ ମାର୍କ ଅପ୍‌ଲୋଡ୍‌ କରିପାରିବେ। ପ୍ରଥମ, ଦ୍ଵିତୀୟ, ତୃତୀୟ ପର୍ଯ୍ୟାୟ ପ୍ରୋଭିଜନାଲ୍‌ ତାଲିକା ଓ ୱେଟିଂ ଲିଷ୍ଟ ଛାତ୍ରଛାତ୍ରୀଙ୍କ ନାମଲେଖା … Read more

କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କରି ଏହାକୁ ଏକ ସ୍ୱୟଂ ସମ୍ପୂର୍ଣ୍ଣ ଅତ୍ୟାଧୁନିକ ଷ୍ଟୁଡ଼ିଓ ଭାବେ ବିକଶିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ଏକ ଡିପିଆର୍‍ ପ୍ରସ୍ତୁତ କରିବା ପାଇଁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।

ପାକିସ୍ତାନ ଲାଗି ଗୁଇନ୍ଦାଗିରି ସନ୍ଦେହରେ,ଏନଆଇଏ ର ରେଡ

ନୂଆଦିଲ୍ଲୀ: ପାକିସ୍ତାନ ଲାଗି ଗୁଇନ୍ଦାଗିରି ସନ୍ଦେହରେ ୮ ରାଜ୍ୟର ୧୫ଟି ସ୍ଥାନରେ ଏନଆଇଏ ରେଡ। ଦିଲ୍ଲୀ, ମୁମ୍ବାଇ, ହରିୟାଣା, ଉତ୍ତରପ୍ରଦେଶ, ରାଜସ୍ଥାନ, ଛତିଶଗଡ଼, ଆସାମ ଏବଂ ପଶ୍ଚିମବଙ୍ଗର ଏକାଧିକ ସ୍ଥାନରେ ଚାଲିଛି ଚଢାଉ। ରେଡରୁ ଅନେକ ଇଲେକ୍ଟୋନିକ୍ସ ସାମଗ୍ରୀ ସହ ଦସ୍ତାବିଜ ଜବତ ହୋଇଛି। ରେଡରୁ NIA ଇଲେକ୍ଟ୍ରୋନିକ୍ ଡିଭାଇସ୍, ସମ୍ବେଦନଶୀଳ ଅର୍ଥ କାରବାର ଡକ୍ୟୁମେଣ୍ଟ୍ ଏବଂ ଅନ୍ୟାନ୍ୟ ଅପରାଧମୂଳକ ସାମଗ୍ରୀ ଜବତ କରିଛି। ଭାରତ ବିରୋଧୀ ଆତଙ୍କବାଦ ଷଡ଼ଯନ୍ତ୍ରକୁ ନେଇ ଚାଲିଛି ଯାଞ୍ଚ। ଜଣେ CRPF … Read more

ମହୋଦଧିରେ ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ..

ପୁରୀ: ଆଜି ମହୋଦଧିରେ ବାପା ଉତ୍ତମ ମହାନ୍ତିଙ୍କ ଅସ୍ଥି ବିସର୍ଜନ କରିବା ସହ ଲଣ୍ଡା ହୋଇଛନ୍ତି ଓଲିଉଡର ଜଣାଶୁଣା ଅଭିନେତା ବାବୁସାନ୍ । ନିଜର ସିନେମା ‘ବୋଉ ବୁଟୁ ଭୂତ’ର ସୁଟିଂ ପାଇଁ ବାପା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ପରେ ସେ ଲଣ୍ଡା ହୋଇନଥିଲେ ଆଜି ମହୋଦଧିରେ ବାପାଙ୍କ ଅସ୍ଥି ବିସର୍ଜନ ସହ ଲଣ୍ଡା ହୋଇଛନ୍ତି ଅଭିନେତା ବାବୁସାନ୍। ବାବୁସାନ୍ ଆଜି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଦର୍ଶନ ମଧ୍ୟ କରିଛନ୍ତି। ବାପାଙ୍କ ମୃତ୍ୟୁ ପରେ ଲଣ୍ଡା ହୋଇନଥିବାରୁ … Read more

ମଟନ୍‌ ଦୋକାନ ଭାଙ୍ଗିଲେ ଉତ୍ତ୍ୟକ୍ତ ଲୋକେ…

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅନ୍ତର୍ଗତ କାଏମା ବ୍ରିଜ ନିକଟରେ ଥିବା ମଟନ ଦୋକାନୀ ସ୍ଥାନୀୟ ଅଞ୍ଚଳରେ ହେଉଥିବା ଗୋରୁ ଚୋରି ଘଟଣାରେ ସମ୍ପୃକ୍ତି ଥିବା ଅଭିଯୋଗ ଆଣି ସ୍ଥାନୀୟ ଲୋକେ ଆଜି ଭୋର ସମୟରେ ଉକ୍ତ ମଟନ ଦୋକାନ ଭାଙ୍ଗି ଦେଇଛନ୍ତି।ସୂଚନା ମୁତାବକ ଉକ୍ତ ଅଞ୍ଚଳରେ ଅନେକ ଦିନ ହେବ ଗୋରୁ ଚୋରି ହେଉଥିବା ନେଇ ଧର୍ମଶାଳା ଥାନାରେ ଅଭିଯୋଗ ହୋଇ ଆସୁଥିଲେ ବି ପୋଲିସ ଧରିବାରେ ସକ୍ଷମ ହୋଇ ପାରି ନ ଥିଲା। … Read more

ରାଜଧାନୀରେ ଦୁର୍ଘଟଣା:ଯାତ୍ରୀଙ୍କ ଅବସ୍ଥା ଗୁରୁତର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ସିରିଜ ଦୁର୍ଘଟଣା ଘଟିଛି। ୟୁନିଟ-୨ ପେଟ୍ରୋଲ ପମ୍ପ୍‌ ନିକଟରେ ଏକ ଅଟୋ ସହ ୨ଟି କାର୍‌ ପଛକୁ ପଛ ପିଟି ହୋଇଯାଇଥିଲା। ଫଳରେ ପରେ କାର୍‌ଟି ଏକ ସରକାରୀ କ୍ଵାଟର ଗେଟ୍‌ ଭାଙ୍ଗି ଘର ଭିତରକୁ ମାଡ଼ିଯାଇଥିଲା। ଘଟଣାସ୍ଥଳରେ ଉତ୍ତେଜନା ଲାଗିରହିଥିବାବେଳେ ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲା । ଚାଳକ ଜଣକ ନିଶାସକ୍ତ ଅବସ୍ଥାରେ ଗାଡ଼ି ଚଳାଉଥିବା ଅଭିଯୋଗ ହୋଇଛି। ମିଳିଥିବା ଖବର ଅନୁଯାଇ ସମସ୍ତ ଯାତ୍ରୀଙ୍କ ଅବସ୍ଥା … Read more

କଣ୍ଟାବାଞ୍ଜି ଆସନ ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଦ୍ୱିତୀୟ ଆସନ କଣ୍ଟାବାଞ୍ଜି ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସେ ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏହି ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ, ବଲାଙ୍ଗୀର ସାଂସଦ ପ୍ରାର୍ଥୀ ସୁରେନ୍ଦ୍ର ସିଂ ଭୋଇ, ବରିଷ୍ଠ ନେତା ଅନଙ୍ଗ ଉଦୟ ସିଂହଦେଓ , ଟିଟିଲାଗଡ଼ ବିଧାୟକ ପ୍ରାର୍ଥୀ ଟୁକୁନି ସାହୁ, ବଲାଙ୍ଗୀର ବିଧାୟକ ପ୍ରାର୍ଥୀ କଳିକେଶ ସିଂହଦେଓ ପ୍ରମୁଖ ଉପସ୍ଥିତ ଥିଲେ। ନବୀନ ଆଜି ସକାଳେ … Read more

ବିଜେଡିର ଅନ୍ତିମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା, ଦେବଗଡରେ  ପ୍ରାର୍ଥୀ ପରିବର୍ତ୍ତନ

ଭୁବନେଶ୍ଵର: ଆଜି ବିଜୁ ଜନତା ଦଳର ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳ ତରଫରୁ ଶେଷ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଘୋଷଣା ଅନୁସାରେ ବିଜେଡିର ବଳକା ଥିବା ତିନି ଆସନର ପ୍ରାର୍ଥୀ ହେଲେ ଖଣ୍ଡପଡା- ସାବିତ୍ରୀ ପ୍ରଧାନ ନୀଳଗିରି- ସୁକାନ୍ତ ନାୟକ କୋରେଇ- ସଂଧ୍ୟାରାଣୀ ଦାସ ସେହିପରି ଦେବଗଡର ପ୍ରାର୍ଥୀଙ୍କୁ ପରିବର୍ତ୍ତନ କରିଛି ବିଜେଡି। ସେଠାରେ ରାଣୀ ଅରୁନ୍ଧତୀ ଦେବୀଙ୍କୁ ପରିବର୍ତ୍ତନ କରି ରୋମାଞ୍ଚ ରଂଜନ ବିଶ୍ଵାଳଙ୍କୁ ପ୍ରାର୍ଥୀ କରାଯାଇଛି।