ଭାରତୀୟ ନ୍ୟାୟ ସଂହିତା ପଢିବେ ଛାତ୍ରଛାତ୍ରୀ : ସିବିଏସଇ

ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ଅର୍ଥାତ୍ CBSE ଐତିହାସିକ ଆଇନଗତ ପରିବର୍ତ୍ତନ ସହିତ ଆଇନଗତ ଅଧ୍ୟୟନକୁ ପରିବର୍ତ୍ତନ କରିବାକୁ ଯୋଜନା କରିଛି।ଏପରି ପରିସ୍ଥିତିରେ, ଛାତ୍ରଛାତ୍ରୀମାନଙ୍କ ପାଇଁ ଆଇନ ବିଷୟରେ ନୂତନ ଫୌଜଦାରୀ ଆଇନ ଅନ୍ତର୍ଭୁକ୍ତ କରାଯିବ। ଏଥିରେ ତିନି ତଲାକ, ଦେଶଦ୍ରୋହ, ଧାରା ୩୭୭ ଅନ୍ତର୍ଭୁକ୍ତ ହେବ। ସ୍କୁଲରେ, ଛାତ୍ରଛାତ୍ରୀମାନଙ୍କୁ ଭାରତୀୟ ଦଣ୍ଡ ସଂହିତା ପରିବର୍ତ୍ତେ ଭାରତୀୟ ନ୍ୟାୟ ସଂହିତା ପଢ଼ାଯିବ। CBSE ୨୦୨୬-୨୭ ଅଧିବେଶନରୁ ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀ ପାଇଁ ଆଇନ ବିଷୟରେ … Read more

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ‘ଏମ୍‌.ଏଲ.ଏ ଲ୍ୟାଡ ୱେବ୍ ପୋର୍ଟାଲ’ର ଶୁଭାରମ୍ଭ ହେଲା

ଭୁବନେଶ୍ୱର: ଆଜି ଲୋକସେବା ଭବନରେ ‘ଏମ.ଏଲ.ଏ ଲ୍ୟାଡ଼’ ଓ ‘ସିଏମ୍-ଏସ୍.ଏ’ ର ସରଳୀକୃତ ଗାଇଡଲାଇନ ଉନ୍ମୋଚିତ କରିବା ସହିତ ଏମ.ଏଲ.ଏ ଲ୍ୟାଡ ୱେବ୍ ପୋର୍ଟାଲର (https://mlalads.odisha.gov.in) ମଧ୍ୟ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି କ୍ୟାବିନେଟ୍ ବୈଠକ ଆରମ୍ଭ ହେବା ପୂର୍ବରୁ ସମସ୍ତ କ୍ୟାବିନେଟ୍ ସହଯୋଗୀମାନଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ ଏହାକୁ ଉନ୍ମୋଚିତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ନିର୍ଦ୍ଦେଶାବଳୀର ସରଳୀକରଣ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ପରିବର୍ତ୍ତିତ ନିର୍ଦ୍ଦେଶାବଳୀ … Read more

୧୪ ଜଣିଆ ସାଇବର୍ ଠକ ଗ୍ୟାଙ୍ଗ୍ ଗିରଫ, ଦୁବାଇ ଯାଏ ଲମ୍ବିଛି ଚେର

ରାଉରକେଲା: ସାଇବର ଠକେଇ ମାମଲାରେ ରାଉରକେଲା ପୋଲିସକୁ ଏକ ବଡ଼ ସଫଳତା ମିଳିଛି । ପୋଲିସ ଏକ ବଡ଼ ସାଇବର ଠକେଇ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି । ଏକକାଳୀନ ୧୪ ଜଣ ସାଇବର ଠକଙ୍କୁ ଗିରଫ କରାଯାଇଛି । ଏମାନେ ଗୋଟିଏ କିମ୍ବା ଦୁଇଟି ନୁହେଁ ୮୦୦ରୁ ଅଧିକ ବ୍ୟାଙ୍କ ଆକାଉଣ୍ଟ ଖୋଲି ଲୋକଙ୍କୁ ଠକୁଥିଲେ ବୋଲି ଜଣାପଡ଼ିଛି ।ପୋଲିସର କହିବା ମୁତାବକ, ସାଇବର ଅପରାଧ ମାମଲାରେ ୧୪ ଜଣ ସାଇବର ଠକଙ୍କୁ ଗିରଫ କରାଯାଇଛି … Read more

ଶ୍ରୀମନ୍ଦିର ଭାଙ୍ଗିଦେବା ପାଇଁ ମିଳିଛି ଆତଙ୍କବାଦୀଙ୍କ ଧମକପୂର୍ଣ୍ଣ ଲେଖା

ପୁରୀ: ଶ୍ରୀମନ୍ଦିର ଦକ୍ଷିଣ ପାର୍ଶ୍ୱ ପରିକ୍ରମା ମାର୍ଗରେ ଧମକପୂର୍ଣ୍ଣ ପୋଷ୍ଟର। ପରିକ୍ରମା ମାର୍ଗ ବାଲିସାହି ପ୍ରବେଶପଥର ଏକ ମନ୍ଦିର କାନ୍ଥରେ ଧମକପୂର୍ଣ୍ଣ ଲେଖା ନଜର ଆସିଛି। ଆତଙ୍କବାଦୀ ଆକ୍ରମଣ ନେଇ ଦୁଇଟି ସ୍ଥାନରେ ଧମକପୂର୍ଣ୍ଣ ଲେଖା, ଲେଖା ହୋଇଛି। ଲାଗିଥିବା ଏକାଧିକ ଡେକୋରେଟିଭ୍ ଲାଇଟ୍‌ ମଧ୍ୟ ଭାଙ୍ଗି ଦେଇଛନ୍ତି ଦୁର୍ବୃତ୍ତ। ବାଲି ସାହି ପ୍ରବେଶ ପଥ ଠିକ୍ ଡାହାଣ ପଟେ ଥିବା ବୁଢ଼ୀ ମା ଠାକୁରାଣୀଙ୍କ କାନ୍ଥରେ କେହି ଦୃର୍ବୁତ୍ତ ଏଭଳି ଧମକପୂର୍ଣ୍ଣ ଲେଖା ଲେଖିଛି।ସୂଚନା ଅନୁସାରେ … Read more

ଓଡ଼ିଶାରେ ସ୍ଥାପନ ହେବ ୨ ସେମିକଣ୍ଡକ୍ଟର ମାନ୍ୟୁଫାକ୍ଚରିଂ ୟୁନିଟ୍‌

ଭୁବନେଶ୍ୱର: ଓଡ଼ିଶାରେ ସ୍ଥାପନ ହେବ ୨ଟି ସେମିକଣ୍ଡକ୍ଟର ମ୍ୟାନୁଫାକଚରିଂ ୟୁନିଟ୍‌ । ଏ ସମ୍ପର୍କିତ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ୍ ମଙ୍ଗଳବାର ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଅନୁଷ୍ଠିତ ହୋଇଯାଇଛି । କ୍ୟାବିନେଟ ବୈଠକ ରେ ୧୮,୫୪୧ କୋଟି ଟଙ୍କାର ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ଏଥିରେ ଓଡ଼ିଶା, ଆନ୍ଧ୍ର ପ୍ରଦେଶ ଓ ପଞ୍ଜାବ ସେମିକଣ୍ଡକ୍ଟର ୟୁନିଟ୍ … Read more

‘ହରିଜନ’ ଶବ୍ଦ ବ୍ୟବହାର ନ କରିବାକୁ ସରକାର ଦେଲେ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡ଼ିଶା ସରକାର ସମସ୍ତ ସରକାରୀ ପ୍ରତିଷ୍ଠାନ, ଶିକ୍ଷାନୁଷ୍ଠାନ ଏବଂ ବିଭାଗଗୁଡ଼ିକୁ ‘ହରିଜନ’ ଶବ୍ଦ ଆଉ ବ୍ୟବହାର ନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ମୁଖ୍ୟ ସଚିବ, ପ୍ରମୁଖ ସଚିବ ଏବଂ କମିଶନର-କମ୍-ସଚିବମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଯେ ‘ହରିଜନ’ ଶବ୍ଦଟି କୌଣସି ସରକାରୀ ଯୋଗାଯୋଗ, ରେକର୍ଡ, କାରବାର, ଜାତି ପ୍ରମାଣପତ୍ର, ପ୍ରକାଶନ, ବିଭାଗୀୟ ନାମ କିମ୍ବା ଅନ୍ୟ କୌଣସି ପ୍ରକାରର ବ୍ୟବହାରରେ କରାଯିବନାହିଁ । ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନ ଜାତି ବିକାଶ, ସଂଖ୍ୟାଲଘୁ ଏବଂ … Read more

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ମାରି ଅଡୁଆରେ ଶିକ୍ଷୟିତ୍ରୀ

ଭୁବନେଶ୍ୱର: ସରକାର ଶିକ୍ଷାର ବିକାଶ କ୍ଷେତ୍ରରେ ପାଠପଢ଼ା ପ୍ରତି ଆଗ୍ରହ ସୃଷ୍ଟି କରିବା ପାଇଁ ବିଦ୍ୟାଳୟକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଉଛି। କୌଣସି ଛାତ୍ରଛାତ୍ରୀଙ୍କୁ ଶାରୀରିକ ଓ ମାନସିକ ଆଘାତ ନଦେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ କଡ଼ା ନିର୍ଦେଶ ରହିଛି। ହେଲେ ସରକାରଙ୍କ ଏହି ନିର୍ଦ୍ଦେଶକୁ ଅଣଦେଖା କରୁଛନ୍ତି । ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ନିର୍ଯାତନା ଦିଆଯିବା ସହ ମାଡ଼ ମାରି ଲହୁଲୁହାଣ କରାଯାଉଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଦଶପଲ୍ଲା ବ୍ଳକ ଦ୍ଵାରଗାଁ ସ୍ଥିତ … Read more

ଏଣିକି ସବୁ ଅଫିସରେ ଲାଗିବ ଏଆଇ କ୍ୟାମେରା, ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ ବସିଛି । ୧୦ଟି ଦିଗକୁ ଫୋକସ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏଣିକି ରାଜ୍ୟର ସବୁ ଅଫିସରେ ଲାଗିବ ଏଆଇ କ୍ୟାମେରା । ପ୍ରଥମେ ଖାରବେଳ ଭବନ ଓ ଲୋକସେବା ଭବନରେ ଲାଗିବ କ୍ୟାମେରା । ପରେ ଜିଲ୍ଳା ସ୍ତରୀୟ ସବୁ ସରକାରୀ ଅଫିସରେ ଏଆଇ କ୍ୟାମେରା ଲଗାଯିବ। ଲୋକଙ୍କୁ ସେବା ପ୍ରଦାନରେ ବିଳମ୍ବର ଅନୁଧ୍ୟାନ କରାଯିବ। ସେହିପରି … Read more

ଅନଲାଇନ୍ ଗେମ ହେଲା କାଳ,ନେଲା ନାବାଳକ ଛାତ୍ରର ଜୀବନ…

ବାଲେଶ୍ୱର: ଅନଲାଇନ୍ ଗେମ ଖେଳିବାକୁ ବାରଣ କରିବାରୁ ଘଟିଛି ଏକ ଦୁଃଖଦ ଘଟଣା । ବାଲେଶ୍ୱର ଜିଲ୍ଲା ସିଂଲା ଥାନା ଗୁହାଳିପଦା ଗ୍ରାମରେ ଘଟିଛି ଅଘଟଣ। ଅନଲାଇନ୍ ଗେମ୍ ନେଲା ନାବାଳକ ଛାତ୍ରଙ୍କ ଜୀବନ। ଏହି ଗ୍ରାମର ଅଷ୍ଟମ ଶ୍ରେଣୀର ନାବାଳକ ଛାତ୍ର ସନ୍ତୋଷ କୁମାର ଜେନା(୧୩) ପ୍ରତ୍ୟେକ ଦିନ ବିଦ୍ୟାଳୟରୁ ଫେରିବା ପରେ ଅନଲାଇନ୍ ଗେମରେ ବ୍ୟସ୍ତ ରୁହନ୍ତି। ପରିବାର ଲୋକ ଏନେଇ ବାରମ୍ବାର ପୁଅକୁ ତାଗିଦ୍ କରୁଥିବା ବେଳେ ଲୁଚି ଲୁଚି ସନ୍ତୋଷ ଫ୍ରି … Read more

ରାଜ୍ୟର ବିଭିନ୍ନ ପୋଷ୍ଟ ଅଫିସରେ ଅଚଳାବସ୍ଥା

ଭୁବନେଶ୍ୱର: ରାଜ୍ୟରେ ପ୍ରାୟ ଏକ ସପ୍ତାହରୁ ଅଧିକ ସମୟ ହେଲାଣି ବିଭିନ୍ନ ପୋଷ୍ଟ ଅଫିସରେ ଅଚଳାବସ୍ଥା ଲାଗି ରହିଛି। ଧାଡ଼ିରେ ଠିଆ ହୋଇ ଅତିଷ୍ଠ ହେଲେଣି ଗ୍ରାହକ । ବିଭିନ୍ନ ଡାକଘରେ ଲାଗିଛି ଲିଙ୍କ୍‌ ଫେଲ୍‌ର ଫଳକ । ତେବେ ରାଖୀ ପାଇଁ ଭାରତୀୟ ଡାକ ସେବା ପକ୍ଷରୁ ରାଜ୍ୟରେ ନୂଆ ସଫ୍ଟୱେୟାର ଲଞ୍ଚ୍‌ ହୋଇଥିଲା । ଫଳରେ ସେ ସମୟରେ ସମସ୍ୟା ହେଉଥିଲା । ଲୋକମାନେ ଭାବୁଥିଲେ ରାଖୀ ପରେ ସମସ୍ୟାର ସମାଧାନ ହୋଇଯିବ । … Read more