ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ ସେବା

ଭୁବନେଶ୍ୱର: ଏଣିକି ସରକାରୀ ସ୍କୁଲ ଛାତ୍ରଛାତ୍ରୀମାନେ ମାଗଣାରେ ଏହି ବସ୍‌ ରେ ଯାତ୍ରା କରିବେ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହ ଆଲୋଚନା ସରିଛି। ପରିବହନ ବିଭାଗ ଯେମିତି କ୍ଷତି ନ ସହିବ ସେନେଇ ଆଲୋଚନା ହୋଇଛି। ପ୍ରାୟ ୧୪୨୨ ଟି ସରକାରୀ ବସରେ ଏପରି ସୁବିଧା ପ୍ରଦାନ କରାଯିବ। ସ୍କୁଲ୍ ୟୁନିଫର୍ମ ଓ ଆଇକାର୍ଡ ଦେଖାଇ ଛାତ୍ରଛାତ୍ରୀମାନେ ଏହି ସେବା ପାଇପାରିବେ। କେଉଁ ରୁଟ୍‌ରେ କେତେ ବସ୍‌ ଚାଲିବ, ତାହା OSRTC ସ୍ଥିର … Read more

NIT ରାଉରକେଲାରେ ନୂଆ ପ୍ରକଳ୍ପର ଉଦ୍‌ଘାଟନ କଲେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ରାଉରକେଲା: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଉରକେଲା NIT ପରିସରରେ ନବ ନିର୍ମିତ ଇନଡୋର୍ ସ୍ପୋର୍ଟସ୍ କମ୍ପ୍ଲେକ୍ସକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେଏକ ଆଧୁନିକ ଇଣ୍ଡୋର୍ ସ୍ପୋର୍ଟସ୍ କମ୍ପ୍ଲେକ୍ସ ସହିତ ହଜାରେ ଆସନ ବିଶିଷ୍ଟ ଓପନ୍‌ଏୟାର୍ ଥିଏଟର ଉଦ୍‌ଘାଟିତ ହୋଇଛି । ନୂଆ ସ୍ପୋର୍ଟସ କମ୍ପ୍ଲେକ୍ସରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଛାତ୍ରଛାତ୍ରୀ ମାନଙ୍କ ସହ ବ୍ୟାଡମିଣ୍ଟନ ଖେଳିଛନ୍ତି । ଏଥିସହ ଆଉ ୩ଟି ବଡ଼ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଇଣ୍ଡୋର୍ ସ୍ପୋର୍ଟସ୍ … Read more

ଏମ୍‌ଭି ଦ’ ପାଟ୍ରନ ଜାହାଜକୁ ଗିରଫ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ପାରାଦୀପ: ପାରାଦୀପ ବନ୍ଦରରୁ ଏକ ଜାହାଜକୁ ଗିରଫ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ହାଇକୋର୍ଟ। ଜାନୁଆରି ପ୍ରଥମ ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଏକ ସାମୁଦ୍ରିକ ବିବାଦ ମାମଲାର ଶୁଣାଣି କରି ହାଇକୋର୍ଟ ବିଚାରପତି ଜଷ୍ଟିସ୍ ଏମ.ଏସ.ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ଜଲଧି ଓଭରସିଜ ପିଟିଇ ଲିମିଟେଡ଼ ପକ୍ଷରୁ ହାଇକୋର୍ଟରେ ଏହି ମାମଲା ଏମଭି ଦି ପାଟ୍ରନ ଟିମ ଆଇଏମଓ-୯୪୮୧୪୩୯)ଜାହାଜ ବିରୋଧରେ କରାଯାଇଛି। ପ୍ରତିପକ୍ଷ ଏମଭି ଦି ପାଟ୍ରନ ଟିମକୁ ହାଇକୋର୍ଟଙ୍କ … Read more

ଓଡିଶା ଆସିଛନ୍ତି ଭାରତର ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ତାଙ୍କ ପରିବାର ସହ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ବର ଏୟାରପୋର୍ଟରେ ଅବତରଣ ପରେ ଓଡ଼ିଶାର ଐତିହ୍ୟ ଓ ପରମ୍ପରା ବିଷୟରେ ଜାଣିବାକୁ ଆସିଥିବା କହିଛନ୍ତି । ଆଜି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ପରେ କୋଣାର୍କ ଗସ୍ତ କରିବେ । କାଲି ରଘୁରାଜପୁର, ଧଉଳି ଓ ଖଣ୍ଡଗିରି-ଉଦୟଗିରି ଗୁମ୍ଫା ବୁଲି ଦେଖିବା କାର୍ଯ୍ୟକ୍ରମ ରହିଛି । ୨୯ ତାରିଖ ଦିନ CEC … Read more

୨୯ ତାରିଖ ରେ ରାଜ୍ୟ ସାରା ଆନ୍ଦୋଳନ କରିବ କଂଗ୍ରେସ: ଭକ୍ତ ଦାସ

ଭୁବନେଶ୍ୱର:ଟାଟା ପାୱାର ର ଆଡିଶନାଲ ସିକ୍ୟୁରିଟି ଡିପୋଜିଟ ମନି ସଂଗ୍ରହକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ପିସିସି ସଭାପତି ଭକ୍ତ ଦାସ l ଓଇଆରସି ନିର୍ଦ୍ଦେଶରେ ଟାଟା ପାୱାର ଆଡିଶନାଲ ସିକ୍ୟୁରିଟି ଡିପୋଜିଟ ମନି ସଂଗ୍ରହ କରୁଛି ବୋଲି ଅଭିଯୋଗ କରିଛି କଂଗ୍ରେସ।ସିକ୍ୟୁରିଟି ଡିପୋଜିଟ ମନି ସଂଗ୍ରହ ଆଦାୟ ବନ୍ଦ, ସ୍ମାର୍ଟ ମିଟର ପାଇଁ ଆଦାୟ ହେଉଥିବା ଟଙ୍କା ଆଦାୟ ବନ୍ଦ ଓ ମାଗଣା ବିଜୁଳି ବଣ୍ଟନ କରିବାକୁ ସେ ଦାବି କରିଛନ୍ତି। ବାହାର ରାଜ୍ୟରେ … Read more

ଶଙ୍ଖ ଭବନରେ ପାଳିତ ହେଲା ବିଜେଡି ର ୨୯ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ଶୁକ୍ରବାର ଦିନ ଶଙ୍ଖ ଭବନରେ ବିଜେଡି ୨୯ତମ ପ୍ରତିଷ୍ଠା ଦିବସ ପାଳନ କରିଛି l ଏହି ଅବସରରେ ଦଳର ସଭାପତି ନବୀନ ପଟ୍ଟନାୟକ ଉତ୍ସବରେ ସାମିଲ ହୋଇ ଦଳୀୟ କର୍ମୀ ଓ ନେତାଙ୍କୁ ଉଦବୋଧନ ଦେଇଥିଲେ। ପ୍ରତିଷ୍ଠା ଦିବସରେ ନବୀନ ପଟ୍ଟନାୟକ ବିରୋଧୀଙ୍କୁ କଡ଼ା ସମାଲୋଚନା କରି କହିଛନ୍ତି, ବିଜେଡି ଅଛି ଓ ଶହେ ବର୍ଷ ରହିବ। କିଛି ଦଳ ବିଜେଡି ବିରୋଧରେ ଅପପ୍ରଚାର କରୁଛନ୍ତି। ବିଜେଡି ଭାଙ୍ଗିଯିବ ବୋଲି କହୁଛନ୍ତି, କିନ୍ତୁ ବିଜେଡି ଅଛି … Read more

ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ହେବ ବନ୍ଦ

ଭୁବନେଶ୍ବର: ଆଜି ଠାରୁ ସକାଳ ୧୦ରୁ ୧୧ଟା ଏକ ଘଣ୍ଟା ପର୍ଯ୍ୟନ୍ତ ସରକାରୀ ଡାକ୍ତରଖାନାରେ ବହିର୍ବିଭାଗ, ଓପିଡି ବନ୍ଦ ରହିବ । ଏହାସହ ଜାତୀୟ ସ୍ବାସ୍ଥ୍ୟ ମିସନ୍‌ ପକ୍ଷରୁ ହେଉଥିବା କାର୍ଯ୍ୟକୁ ମଧ୍ୟ ବନ୍ଦ କରାଯିବ । ଏନେଇ ଓଡ଼ିଶା ମେଡିକାଲ ସେବା ସଂଘ, ଓମସା ପକ୍ଷରୁ ଘୋଷଣା କରାଯାଇଛି ।ରାଜ୍ଯର ସମସ୍ତ ସରକାରୀ ମେଡିକାଲରେ ସକାଳ ୧୦ରୁ ୧୧ଟା ପର୍ଯ୍ୟନ୍ତ ଡାକ୍ତରମାନେ ଓପିଡିରେ ରୋଗୀ ଦେଖିବେ ନାହିଁ । ସେପଟେ, ଓଡ଼ିଶା ମେଡିକାଲ ସେବା ସଂଘ … Read more

ପରଲୋକରେ ପୂର୍ବତନ ବିଧାୟିକା ତଥା ବରିଷ୍ଠ ବିଜେପି ନେତ୍ରୀ ସଞ୍ଚିତା ମହାନ୍ତି

ଭୁବନେଶ୍ୱର: କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ଭୁବନେଶ୍ୱର ସ୍ଥିତ ତାଙ୍କ ବାସଭବନରେ ପରଲୋକ ଘଟିଛି । ତାଙ୍କ ମୃତ୍ୟୁ ଖବର ପାଇ ବାସଭବନକୁ ବିଜେପିର ବହୁ ନେତା ଓ ମୁଖ୍ୟମନ୍ତ୍ରୀ ପହଞ୍ଚି ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଅନେକ ଦିନ ଧରି ସେ ଅସୁସ୍ଥ ରହି ଚିକିତ୍ସିତ ହେଉଥିଲେ। ସେ ୨୦୦୪ରୁ ୨୦୦୯ ଯାଏ କୋରେଇ ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ବିୟୋଗରେ ବହୁ ବିଜେପି ନେତା ଗଭୀର‌ … Read more

ଦୁବାଇ ବଜାରରେ ବିକ୍ରି ହେବ ଓଡିଶାର ପନିପରିବା

ଭୁବନେଶ୍ୱର: ଏଥର ଓଡ଼ିଶା ରସୁଣ ଓ ବିନ୍ସର ସ୍ୱାଦ ମିଳିବ ଦୁବାଇରେ । ରସୁଣ ଏବଂ ଫ୍ରେଞ୍ଚ ବିନ୍ସ ବ୍ୟତୀତ, ସେମାନେ ଓଡ଼ିଶାର ସବୁଜ ପନିପରିବା ଯେପରିକି ପୋଟଳ, ଅମୃତଭଣ୍ଡା ଏବଂ ଆଳୁର ମଧ୍ୟ ସ୍ବାଦ ପାଇବେ। ଗତ ବୁଧବାର ଦିନ ଭୂବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଓଡ଼ିଶାର କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାର ଚାଷୀମାନେ ୟୁନାଇଟେଡ୍ ଆରବ ଏମିରେଟ୍ସର ଦୁବାଇକୁ ୧ ହଜାର କିଲୋଗ୍ରାମ ତାଜା ଉଦ୍ୟାନ କୃଷି ଉତ୍ପାଦ ସଫଳତାର ସହ ରପ୍ତାନୀ … Read more

ହର୍ବାଲ ଟି’କୁ ଚା’ କହି ବିକିବା ବେଆଇନ ବୋଲି ଘୋଷଣା କଲା FSSAI

ନୂଆଦିଲ୍ଲୀ:କେନ୍ଦ୍ର ସରକାର ଏବେ ଚା’ର ନାମ ବ୍ୟବହାର ଉପରେ ନିୟମ ଲାଗୁ କରିଛନ୍ତି l ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ସ୍ପଷ୍ଟ କରିଛି ଯେ,ଚା’ କେବଳ ସେହି ଉତ୍ପାଦକୁ କହିହେବ ଯାହା କାମେଲିଆ ସାଇନେସିସ୍ ଗଛର ପତ୍ରରୁ ତିଆରି ହୋଇଥିବ। FSSAI ନିର୍ଦ୍ଦେଶ ଦେଇଛି ହର୍ବାଲ୍ ଟି, ଡିଟକ୍ସ ଟି ଏବଂ ଫ୍ଲାଓ୍ବାର ଟି ଭଳି ବହୁ ପ୍ରଡକ୍ଟକୁ ଏବେ ସେମାନଙ୍କର ନାମ ବଦଳାଇବାକୁ ପଡିବ। ଏହାକୁ ଚା’ ଭାବରେ ବିକ୍ରି ହୋଇପାରିବ … Read more