ଭୁବନେଶ୍ୱର: ବୁଧବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାସ୍ଥ୍ୟ ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା କରିଛନ୍ତି। ଏଥିରେ ମୁଖ୍ୟତଃ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉନ୍ନତିକରଣ ଉପରେ ଗୁରୁତ୍ୱ ଦିଆଯାଇଥିଲା। ସାରା ରାଜ୍ୟରେ ଆୟୁଷ ଔଷଧକୁ ଲୋକପ୍ରିୟ କରିବାପାଇଁ, ଆୟୁଷ ଡାକ୍ତରମାନେ କେବଳ ଆୟୁର୍ବେଦିକ ଔଷଧ ହିଁ ଲେଖିବେ ଏବଂ କୌଣସି ଏଲୋପାଥିକ ଔଷଧ ପ୍ରେସକ୍ରାଇବ ନ କରିବାକୁ ସେ କହିଛନ୍ତି l ଓଡ଼ିଶାରେ ଆୟୁଷ ଡାକ୍ତରମାନଙ୍କର ସେବାକୁ ଅଗ୍ରାଧିକାର ଦେବା ନିମନ୍ତେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ମାନଙ୍କରେ ଆର୍ୟୁବେଦିକ ଓ ହୋମିଓପାଥି ମେଡିସିନ ଉପଲବ୍ଧ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଡିଜିଟାଲ୍ ମିଶନ ଦ୍ୱାରା ଅଧିକାଂଶ ସ୍ୱାସ୍ଥ୍ୟସେବାକୁ ଯଥା ଆପଏଣ୍ଟମେଣ୍ଟ, ବୁକିଙ୍ଗ୍, ରେଫରାଲ୍ ଓ ଫଲୋଅପ୍ ବ୍ୟବସ୍ଥା ଇତ୍ୟାଦି ସମସ୍ତ କାର୍ଯ୍ୟ ଡିଜିଟାଲ ମାଧ୍ୟମରେ କରାଯିବ। ଏହା ଦ୍ୱାରା ରୋଗୀମାନଙ୍କ ପ୍ରତୀକ୍ଷା ସମୟ କମିବ ଏବଂ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିର ସର୍ବୋତ୍ତମ ବ୍ୟବହାର ହୋଇପାରିବ।
ଆୟୁଷ ଡାକ୍ତରମାନେ କେବଳ ଆୟୁର୍ବେଦିକ ଔଷଧ ହିଁ ଲେଖିବେ:ମୁଖ୍ୟମନ୍ତ୍ରୀ
