February 27, 2026 11:10 am

ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ମାର୍ଗଶିର ଶୁକ୍ଳ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ୫ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ