February 26, 2026 4:37 am

ଭକ୍ତନିବାସ ପାର୍କିଂ ଫି ୫୦୦ ଟଙ୍କା ରହିବ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ: ଶୁକ୍ରବାର ଦିନ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀମାନଙ୍କୁ ନେଇ ଅନୁଷ୍ଠିତ ହୋଇଥିବା ବୈଠକରେ ଅନେକ ଗୁଡ଼ିଏ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ବୈଠକରେ ଭକ୍ତ ନିବାସ ପାର୍କିଂ ବିବାଦ ନେଇ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟ ପ୍ରଶାସକ ସେ କହିଛନ୍ତି ଭକ୍ତ ନିବାସରେ ରୁମ୍ ଭଡ଼ା ବୃଦ୍ଧି କରାଯିବ ନାହିଁ । ଯେଉଁମାନେ ଭକ୍ତ ନିବାସରେ ରହିବା ପାଇଁ ଚାରିଚକିଆ ଆଣି ଆସୁଛନ୍ତି ସେମାନେ ଏହି ପାର୍କିଂ ଫି ଦିନକୁ ୫ଶହ ଟଙ୍କା ଦେବେ । ଅନ୍ୟ ବାହାର ଲୋକ କେହି ଭକ୍ତ ନିବାସରେ ଗାଡ଼ି ପାର୍କିଂ କରିପାରିବେ ନାହିଁ । ଅନ୍ୟ ପାର୍କିଂ ସ୍ଥଳରେ ୨୪୦ ଟଙ୍କା ଦେଇ ଗାଡ଼ି ପାର୍କିଂ କରୁଛନ୍ତି ଯାତ୍ରୀ । ଯେଉଁମାନେ ଚାହୁଁଛନ୍ତି ସେମାନେ ଅନ୍ୟ ପାର୍କିଂ ସ୍ଥଳରେ ଗାଡ଼ି ରଖି ଭକ୍ତ ନିବାସରେ ମଧ୍ୟ ରହିପାରିବେ ।ଏଥି ସହିତ ଆଗାମୀ ରଥଯାତ୍ରା ଅବସରରେ ରଥ ନିର୍ମାଣ ପାଇଁ ଆବଶ୍ୟକ ଥିବା ରଥ କାଠକୁ ନେଇ ବୈଠକରେ ଆଲୋଚନା ହୋଇଛି । ଦିବ୍ୟାଙ୍ଗ‌ ଓ ବରିଷ୍ଠ ନାଗରିକଙ୍କ ଦର୍ଶନ ବ୍ୟବସ୍ଥା ସୁଗମ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଖୁବଶୀଘ୍ର ପଦକ୍ଷେପ ନିଆଯିବ । ଏପ୍ରିଲ୍ ୨୦୨୬ ମଧ୍ୟରେ ଶ୍ରୀମନ୍ଦିର ସହିତ ଜଡିତ ସମସ୍ତ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ଓବିସିସିକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି ।