February 26, 2026 10:56 am

ଭୁବନେଶ୍ୱର- ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ ଟିକଟ  ମୂଲ୍ୟ ୧୧୬୫  ଟଙ୍କା

ଭୁବନେଶ୍ଵର:  ଆଜିଠାରୁ ନିକଟରେ ଉଦଘାଟିତ ହୋଇଥିବା ଓଡିଶାପାଇଁ  ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ଆରମ୍ଭ କରିଛି। ଏହି ବନ୍ଦେ ଭାରତ ଏକ୍ସପ୍ରେସ ଭୁବନେଶ୍ୱରରୁ ବିଶାଖାପାଟଣା ପର୍ଯ୍ୟନ୍ତ ଚଳାଚଳ କରିବ। ଉକ୍ତ ଟ୍ରେନ ସୋମବାରକୁ ବାଦ ଦେଲେ ଅନ୍ୟ ସବୁ ଦିନରେ ଅର୍ଥାତ ସପ୍ତାହକୁ ୬ ଦିନ ଚାଲିବ।

ଭୁବନେଶ୍ବର- ବିଶାଖାପାଟଣା ଟାଇମ ଟେବଲ :

ଭୁବନେଶ୍ୱର- ସକାଳ ୫.୧୫ ଛାଡିବ

ଖୋର୍ଦ୍ଧା ରୋଡ- ସକାଳ ୫.୩୩

ବାଲୁଗାଁ- ସକାଳ ୬.୨୩

ବ୍ରହ୍ମପୁର- ସକାଳ ୭.୦୫

ଇଚ୍ଛାପୁରମ- ସକାଳ ୭.୧୮

ପଲାସା- ସକାଳ ୮.୧୮

ଶ୍ରୀକାକୁଲମ ରୋଡ- ସକାଳ ୯.୦୦

ବିଜୟାନାଗରମ- ସକାଳ ୯.୪୩

ବିଶାଖାପାଟନମ- ପୂର୍ବାହ୍ନ ୧୧ ଘଟିକାରେ ପହଞ୍ଚିବ।

ସେହିପରି ଭାବେ ବିଶାଖାପାଟନମ- ଭୁବନେଶ୍ବର  

ବିଶାଖାପାଟନମ- ଅପରାହ୍ନ ୩.୩୦ରୁ ଛାଡିବ

ବିଜୟାନାଗରମ- ୪.୧୫

ଶ୍ରୀକାକୁଲମ ରୋଡ- ୫.୦୩

ପଲାସା- ୬.୧୦

ଇଚ୍ଛାପୁରମ- ୬.୪୦

ବ୍ରହ୍ମପୁର- ୭.୦୦

ବାଲୁଗାଁ- ୭.୫୨

ଖୋର୍ଦ୍ଧା ରୋଡ- ୮.୫୭

ଭୁବନେଶ୍ୱର- ରାତି ୯.୩୦ ରେ ପହଞ୍ଚିବ।ତେବେ ଉକ୍ତ ଟ୍ରେନର ସମସ୍ତ ବଗି ଶୀତତାପ ନିୟନ୍ତ୍ରିତ ଏବଂ ଚେୟାର କାର ବର୍ଗ ହୋଇଥିବା ବେଳେ ଭୁବନେଶ୍ୱରରୁ ବିଶାଖାପାଟନମ ଦର ୧୧୧୫ ଟଙ୍କା ରହିଥିବା ଜଣାପଡିଛି।  ସେହିପରି ଭୁବନେଶ୍ୱରରୁ ବାଲୁଗାଁ ୪୪୫ ଟଙ୍କା, ଭୁବନେଶ୍ୱରରୁ ବ୍ରହ୍ମପୁର ୫୬୫ ଟଙ୍କା, ବାଲୁଗାଁଠୁ ବିଶାଖାପାଟନମ ୯୩୫ ଟଙ୍କା ଏବଂ ବାଲୁଗାଁଠାରୁ ବ୍ରହ୍ମପୁର ୪୪୦ ଟଙ୍କା ଧାର୍ଯ୍ୟ ହୋଇଥିବା ଜଣାପଡିଛି।