May 30, 2026 10:00 pm

ବିଜେଡିରୁ ୬ ବିଧାୟକ ନିଲମ୍ବିତ

ଭୁବନେଶ୍ୱର: ଶନିବାର ରାଜ୍ୟସଭା ନିର୍ବାଚନରେ କ୍ରସଭୋଟିଂ କରିଥିବା ୬ ଜଣ ବିଜେଡ଼ି ବିଧାୟକଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ବିଧାୟକ ଚକ୍ରମଣି କହଁର, ନବକିଶୋର ମଲ୍ଲିକ, ସୌଭିକ ବିଶ୍ୱାଳ, ସୁଭାଷିନୀ ଜେନା, ରମାକାନ୍ତ ଭୋଇ ଓ ଦେବୀରଞ୍ଜନ ତ୍ରିପାଠୀଙ୍କୁ ନିଲମ୍ବନ କରାଯାଇଛି। ଦଳବିରୋଧୀ କାର୍ଯ୍ୟକଳାପ ଓ ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ କାରଣରୁ ସେମାନଙ୍କୁ ଦଳରୁ ନିଲମ୍ବନ କରାଯାଇଥିବା ଚିଠିରେ ଉଲ୍ଲେଖ କରାଯାଇଛି। ଏନେଇ ସେମାନଙ୍କୁ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଦେଇଥିବା ଚିଠିର ଉତ୍ତରକୁ ମଧ୍ୟ ତର୍ଜମା କରାଯାଇଥିବା ଉଲେଖ ହୋଇଛି। ଗତକାଲି ମୁଖ୍ୟ ସଚେତକଙ୍କ କାରଣ ଦର୍ଶାଅ ନୋଟିସର ଜବାବ ଦେଇଛନ୍ତି। ଗତ ୧୭ତାରିଖରେ ଦଳର ୬ଜଣ ବିଧାୟକଙ୍କୁ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ନୋଟିସ ଜାରି କରିଥିଲେ।