February 26, 2026 12:22 pm

ଶଙ୍ଖ ଭବନରେ ପାଳିତ ହେଲା ବିଜେଡି ର ୨୯ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ଶୁକ୍ରବାର ଦିନ ଶଙ୍ଖ ଭବନରେ ବିଜେଡି ୨୯ତମ ପ୍ରତିଷ୍ଠା ଦିବସ ପାଳନ କରିଛି l ଏହି ଅବସରରେ ଦଳର ସଭାପତି ନବୀନ ପଟ୍ଟନାୟକ ଉତ୍ସବରେ ସାମିଲ ହୋଇ ଦଳୀୟ କର୍ମୀ ଓ ନେତାଙ୍କୁ ଉଦବୋଧନ ଦେଇଥିଲେ। ପ୍ରତିଷ୍ଠା ଦିବସରେ ନବୀନ ପଟ୍ଟନାୟକ ବିରୋଧୀଙ୍କୁ କଡ଼ା ସମାଲୋଚନା କରି କହିଛନ୍ତି, ବିଜେଡି ଅଛି ଓ ଶହେ ବର୍ଷ ରହିବ। କିଛି ଦଳ ବିଜେଡି ବିରୋଧରେ ଅପପ୍ରଚାର କରୁଛନ୍ତି। ବିଜେଡି ଭାଙ୍ଗିଯିବ ବୋଲି କହୁଛନ୍ତି, କିନ୍ତୁ ବିଜେଡି ଅଛି ଓ ରହିବ। ବିଜେଡି ଶହେ ବର୍ଷ ଓଡ଼ିଶାବାସୀଙ୍କ ସ୍ବର ହୋଇ ରହିବ। ଓଡ଼ିଶାର ବିକାଶରେ ବିଜୁ ଜନତା ଦଳ ସର୍ବଦା ଅଟଳ। ବିଜୁ ବାବୁଙ୍କ ଆଦର୍ଶ ଓ ଲକ୍ଷ ଲକ୍ଷ କର୍ମୀଙ୍କ ସମର୍ପଣରେ ବିଜୁ ଜନତା ଦଳ ଦେଶର ଶ୍ରେଷ୍ଠ ଆଞ୍ଚଳିକ ଦଳ ହୋଇଛି। ସେହିପରି ଦଳର ଗୌରବମୟ ୨୯ତମ ପ୍ରତିଷ୍ଠା ଦିବସ ଅବସରରେ ସମସ୍ତେ ସେବା, ସ୍ବାଭିମାନ ଓ ସଂଗ୍ରାମର ମନ୍ତ୍ରରେ ସଂକଳ୍ପବଦ୍ଧ ହୋଇ ଆଗକୁ ବଢ଼ିବାକୁ ନବୀନ କର୍ମୀଙ୍କୁ ଆହ୍ବାନ ଦେଇଛନ୍ତି। ଏହା ସହିତ ଓଡିଶାବାସୀଙ୍କ ସ୍ୱାର୍ଥ ପାଇଁ ବିଜେଡି ତାର ଲଢେଇ ଜାରି ରଖିବ ବୋଲି ସେ କହିଛନ୍ତି l