Nababharat News

ଭାଜପାରେ ସାମିଲ ହେଲେ ଯାଜପୁର ବିଜେଡିର ବହୁ ବରିଷ୍ଠ ନେତା

ଭୁବନେଶ୍ୱର:ବିଜେପି ରାଜ୍ୟ ମୁଖ୍ୟାଳୟରେ ଆୟୋଜିତ ଏକ ଭବ୍ୟ ମିଶ୍ରଣ ପର୍ବରେ ଯାଜପୁର ଜିଲ୍ଲାର ୧୬ ଜଣ ଜିଲ୍ଲା ପରିଷଦ ସଦସ୍ୟ ବିଜେଡି ଛାଡ଼ି ବିଜେପିରେ ମିଶିଛନ୍ତି । ଏହି ମିଶ୍ରଣ ପର୍ବରେ ଯାଜପୁରର ପୂର୍ବତନ ଏମ୍‌ପି ଶ୍ରୀମତୀ ରିତା ତରାଇ ଭାଜପାରେ ସାମିଲ ହୋଇଛନ୍ତି। ରସୁଲପୁର ବ୍ଲକ୍‌ ଅଧ୍ୟକ୍ଷ ଅରୁଣ କୁମାର ରାଉତ, ଧର୍ମଶାଳାର ବ୍ଲକ ସଭାନେତ୍ରୀ ବିଶ୍ୱବନ୍ଦନା ଜେନା, ଯାଜପୁର ବିଜେଡି ୟୁଥ ପ୍ରେସିଡେଣ୍ଟ କ୍ଷିତୀଶ ନାୟକ, ଉତ୍ତରପ୍ରତାପ ଗ୍ରାମ ପଞ୍ଚାୟତର ସମିତି ସଭ୍ୟା ଖିରାବଦ୍ଧି ତନୟା ମଲିକ ରହିଛନ୍ତି। ସେହିପରି ଚେରମୁହଁା ଗ୍ରାମ ପଞ୍ଚାୟତର ପୂର୍ବତନ ସମିତି ସଭ୍ୟା ଗୀତାଞ୍ଜଳି ପ୍ରଧାନ, ଧର୍ମଶାଳା ଯୁବ ସଂଗଠକ ସନ୍ତୋଷ ତରାଇ, ଧର୍ମଶାଳା ସୋସିଆଲ ମିଡିଆ ସଂଯୋଜିକା ଚିନ୍ମୟ ବେହୁରା, ଧର୍ମଶାଳା ଯୁବ ସଂଗଠକ ଆଦିତ୍ୟ ପ୍ରତାପ ପୃଷ୍ଟି ଭାଜପାରେ ମିଶିଥିବା ଜଣାପଡିଛି।ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ଭବ୍ୟ ମିଶ୍ରଣ ପର୍ବର ଆୟୋଜିତ କରାଯାଇ ସମସ୍ତଙ୍କୁ ସ୍ୱାଗତ କରାଯାଇଛି ।ଏହି ଅବସରରେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତି, ବିଜେପି ହେଉଛି ବିଶ୍ୱର ସବୁଠାରୁ ବଡ଼ ରାଜନୈତିକ ଦଳ । ଦେଶର ୨୧ ରାଜ୍ୟରେ ବିଜେପି ଏବଂ ଏନ୍ଡିଏର ସରକାର ଅଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ୧୨ବର୍ଷ ହେବ ଅତି ନିଷ୍ଠାର ସହ ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନ କରିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି ।

Exit mobile version