Nababharat News

ରେଳଧାରଣାରୁ ପୂର୍ବତନ ବାର୍ ଆସୋସିଏସନ୍ ସଭାପତି ତ୍ରିନାଥ ଗୁଆଲଙ୍କ ମୃତଦେହ ଉଦ୍ଧାର

ଝାରସୁଗୁଡା: ଝାରସୁଗୁଡ଼ା ରେଳ ଷ୍ଟେସନ ନିକଟରେ ଥିବା ରେଳଧାରଣାରୁ ତ୍ରିନାଥ ଗୁଆଲଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ଘଟଣା ସମଗ୍ର ଜିଲ୍ଲା ଓ ଆଇନଜୀବୀ ମହଲରେ ଶୋକର ଛାୟା ଖେଳାଇ ଦେଇଛି। ତେବେ ଏହା ହତ୍ୟା କି ଆତ୍ମହତ୍ୟା ଜଣା ପଡ଼ି ନଥିବାବେଳେ ପରିବାର ଲୋକ ହତ୍ୟା ସନ୍ଦେହ କରୁଛନ୍ତି । ଖବର ଅନୁସାରେ, ରେଳଧାରଣା ନିକଟରେ ଏକ ମୃତଦେହ ପଡ଼ିଥିବା ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପ୍ରାଥମିକ ତଦନ୍ତ ପରେ ମୃତକଙ୍କୁ ବରିଷ୍ଠ ଆଇନଜୀବୀ ତ୍ରିନାଥ ଗୁଆଲ ଭାବେ ଚିହ୍ନଟ କରାଯାଇଛି। ପୋଲିସ ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି। ତେବେ ମୃତ୍ୟୁର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଶବ ବ୍ୟବଚ୍ଛେଦ ରିପୋର୍ଟ ଏବଂ ତଦନ୍ତ ପ୍ରକ୍ରିୟା ଶେଷ ହେବା ପରେ ଘଟଣାର ପ୍ରକୃତ ସତ୍ୟତା ଜଣା ପଡିବ।

Exit mobile version