April 12, 2026 10:31 pm

ଟ୍ରଲରକୁ ଧକ୍କା ଦେଲା ଘରୋଇ ବସ୍ : ଜଣେ ମୃତ

ସମ୍ବଲପୁର: କଟକ NH-୫୫ର ରେଢାଖୋଲ ଲୁହାପଙ୍କ ଛକ ନିକଟରେ ଭାରସାମ୍ୟ ହରାଇ ଟ୍ରଲରକୁ ଧକ୍କା ଦେଇଛି ଏକ ଘୋରଇ ବସ୍। ଫଳରେ କଣ୍ଡକ୍ଟରଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ଜଣ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ତେଣୁ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହିତ ଘଟଣାର ତଦନ୍ତ କରିଥିଲେ।
ମିଳିଥିବା ସୂଚନା ଅନୁସାରେ, ୩୪ଜଣ ଯାତ୍ରୀଙ୍କୁ ନେଇ ଏକ ଘରୋଇ ବସଟି ଭୂବନେଶ୍ୱରରୁ ସମ୍ବଲପୁର ଅଭିମୁଖେ ଯାଉଥିଲା। ଏହି ସମୟରେ ହଠାତ ବସଟି ଭାରସାମ୍ୟ ହରାଇ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରଲରକୁ ଧକ୍କା ଦେଇଥିଲା। ଯାହାଫଳରେ ଘଟନସ୍ଥଳରେ ହିଁ କଣ୍ଡକ୍ଟରଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ଜଣ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଥିଲେ। ତେଣୁ ତୁରନ୍ତ ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଏହାସହିତ ପୋଲିସ ମଧ୍ୟ ଘଟଣାସ୍ଥଳରେ ପହଂଚି ଆହତଙ୍କ ପରିବାରକୁ ଖବର ଦେବା ସହିତ ଘଟଣାର ତଦନ୍ତ କରିଥିଲା।