February 26, 2026 11:21 am

୫ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ୨୯ ତମ ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ମୁଖ୍ୟ ଶାସନ ସଚିବ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ। କ୍ୟାବିନେଟ ବୈଠକରେ ମୋଟ ୪ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲl। ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ଗୋଟିଏ, କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ଗୋଟିଏ, ବାଣିଜ୍ୟ ଓ ପରିବହନ ବିଭାଗର ୧ଟି ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ୨ଟି ଏହିଭଳି ମୋଟ ୫ଟି ପ୍ରସ୍ତାବ ଉପରେ ଆଲୋଚନା କରାଯାଇ ଅନୁମୋଦନ କରାଯାଇଥିଲା। ମୁଖ୍ୟ ଶାସନ ସଚିବ କହିଛନ୍ତି, ଆଜି କ୍ୟାବିନେଟ୍‌ରେ ଅନୁମୋଦନ ମିଳିଥିବା ପ୍ରସ୍ତାବ ମଧ୍ୟରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ଗୋଟିଏ, କୃଷି ଓ କୃଷକ ସଶକ୍ତି କରଣ ବିଭାଗର ଗୋଟିଏ, ବାଣିଜ୍ୟ ଓ ପରିବହନ ବିଭାଗର ଗୋଟିଏ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ୨ଟି ସାମିଲ ରହିଛି।ଶ୍ରୀ ଆହୁଜା କହିଛନ୍ତି, ଆଗାମୀ ୧୦ ବର୍ଷ ପାଇଁ ୨୦୦ଟି ଇ-ବସ୍‌ ରାଜ୍ୟରେ ଚାଲିବ। ଏଥିରେ ପ୍ରଥମକରି ଅନୁଗୁଳ, ଝାରସୁଗୁଡ଼ା, କେଉଁଝର ଓ ବାରିପଦାରେ ୨୫ ଲେଖାଏଁ ନୂଆ ଇ-ବସ୍‌ ଚାଲିବ। ସେହିଭଳି ବ୍ରହ୍ମପୁର ଓ ସମ୍ବଲପୁର ୫୦ ବସ୍‌ ଚାଲିବ। ଏଥିପାଇଁ ୯୫୨.୫୬ କୋଟି ଟଙ୍କା ଖର୍ଚ୍ଚ ହେବ। ଏଣିକି ଆହାର ଯୋଜନା ପାଇଁ ଖର୍ଚ୍ଚ ରାଜ୍ୟ ସରକାର ନିଜେ ବହନ କରିବେ। ଏଥିପାଇଁ ୫ ବର୍ଷ ପାଇଁ ୫୧୨ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।