ଡିସେମ୍ବର ୮ ଏବଂ ୯ ରେ ବାରବାଟୀରେ ଟି-20 ମ୍ୟାଚ୍ ପାଇଁ ଟ୍ରାଫିକ୍ କଟକଣା ଲାଗୁ

ଭୁବନେଶ୍ବର: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୦୯.୧୨.୨୦୨୫ ରେ କଟକର ବାରବାଟୀ ଷ୍ଟାଡିୟମରେ ଟି-୨୦ କ୍ରିକେଟ ମ୍ୟାଚ୍ ଏବଂ ୦୮.୧୨.୨୦୨୫ ରେ ଖେଳାଳିମାନଙ୍କ ଅଭ୍ୟାସ ଅଧିବେଶନ ଖେଳାଯିବାର କାର୍ଯ୍ୟକ୍ରମ ରହିଛି । ଦଳଗତ ଗତିବିଧି ଏବଂ ମ୍ୟାଚ୍ ସମ୍ବନ୍ଧୀୟ କାର୍ଯ୍ୟକଳାପ ଯୋଗୁଁ ଷ୍ଟାଡିୟମକୁ ଯାଉଥିବା ସମସ୍ତ ରାସ୍ତାରେ ପ୍ରବଳ ଟ୍ରାଫିକ୍ ଆଶଙ୍କା କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ଯାତ୍ରୀମାନଙ୍କୁ ଅନୁରୋଧ କରାଯାଇଛି ଯେ ସେମାନେ ସେମାନଙ୍କର ଯାତ୍ରା ଯୋଜନା କରନ୍ତୁ ଏବଂ ଟ୍ରାଫିକ୍ କର୍ମଚାରୀଙ୍କ … Read more

ଦକ୍ଷିଣ ଆଫ୍ରିକାକୁ ୯ ଓ୍ବିକେଟରେ ହରାଇ ସିରିଜ ଜିତିଲା ଭାରତ

ବିଶାଖାପାଟଣା: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା ସହିତ ଭାରତ ସିରିଜକୁ ୨-୧ରେ ଜିତି ଯାଇଛି।ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଦକ୍ଷିଣ ଆଫ୍ରିକା ଆରମ୍ଭରୁ ଉଇକେଟ ହରାଇଥିଲେ ମଧ୍ୟ କ୍ବିଣ୍ଟନ ଡି’କକ ଏବଂ ଅଧିନାୟକ ଟେମ୍ବା ବାଭୁମା ଲଢୁଆ ବ୍ୟାଟିଂ କରି ଦଳକୁ ଆଗକୁ ନେଇଥିଲେ। ବାଭୁମା ୪୮ ରନ କରି … Read more

ଆଜିଠୁ ଭାରତ- ଦକ୍ଷିଣ ଆଫ୍ରିକା ଦିନିକିଆ

ରାଞ୍ଚି: ଭାରତ – ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଏକଦିବସୀୟ ସିରିଜ୍ ର ପ୍ରଥମ ମ୍ୟାଚ୍ ଆଜି (ରବିବାର) ରାଞ୍ଚିରେ ହେବାକୁ ଯାଉଛି । ଦୁଇ ଦଳ ମଧ୍ୟରେ ପ୍ରଥମ ମ୍ୟାଚ୍ ରାଞ୍ଚିର ଜେଏସସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯିବ। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ମ୍ୟାଚ୍ ଅପରାହ୍ନ 1:30ରେ ଆରମ୍ଭ ହେବ। ଭାରତ ଏବଂ ଦକ୍ଷିଣ ଆଫ୍ରିକା ଏପର୍ଯ୍ୟନ୍ତ ମୋଟ୍ 94ଟି ODI ମ୍ୟାଚ୍ ଖେଳିଛନ୍ତି। ଯାହା ମଧ୍ୟରୁ ଭାରତ 40ଟି … Read more

ବାରବାଟୀ ମ୍ୟାଚ ପାଇଁ ଡିସେମ୍ବର ୫ରେ ହବ ଟିକେଟ୍‌ ବିକ୍ରି

କଟକ : ବାରବାଟୀରେ ଟି-୨୦ମ୍ୟାଚ ପାଇଁ ଡିସେମ୍ବର ୫ରେ ଟିକେଟ୍‌ ବିକ୍ରି ଆରମ୍ଭ ହେବ। ଏନେଇ ଓସିଏ ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି। ଷ୍ଟାଡିୟମର ୬ଟି କାଉଣ୍ଟରରେ ବିକ୍ରି ହେବ ଟିକେଟ୍‌। ଡିସେମ୍ବର ୧ ତାରିଖରେ ଅନଲାଇନ୍‌ରେ ମିଳିବ ଟିକେଟ୍‌। ଡିସେମ୍ବର ୩ ଓ ୪ରେ OCA ଅନୁବନ୍ଧିତ ସଂସ୍ଥାକୁ ଟିକେଟ୍‌ ଦିଆଯିବl ସୋମବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଡିସେମ୍ବର ୯ରେ ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ … Read more

ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ହେବେ ମୁହାଁମୁହିଁ

କଟକ: ଆସନ୍ତା ଡିସେମ୍ବର ୯ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍‌ ଯେପରି ସୁବ୍ୟବସ୍ଥିତ ଓ ସୁନିୟନ୍ତ୍ରିତ ଭାବେ ଆୟୋଜନ ହେବ ସେଥିପାଇଁ ସମସ୍ତ ବ୍ୟବସ୍ଥାକୁ ତ୍ରୁଟିଶୂନ୍ୟ ଭାବେ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ପରାମର୍ଶ ଦେଇଛନ୍ତି।ଲୋକସେବା ଭବନଠାରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଟି-୨୦ ମ୍ୟାଚ୍‌ ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତାକରି ମୁଖ୍ୟମନ୍ତ୍ରୀ ଓଡ଼ିଶା କ୍ରିକେଟ ଆସୋସିଏସନ ଓ ରାଜ୍ୟ ପ୍ରଶାସନର … Read more

ପ୍ରଥମ ଥର ମହିଳା ବିଶ୍ୱକପ୍ ଜିତିଲା ଟିମ୍ ଇଣ୍ଡିଆ

ନଭିମୁମ୍ବାଇ: ଭାରତୀୟ ମହିଳା ଦଳ ଇତିହାସ ରଚିଛି। ମହିଳା ଏକଦିବସୀୟ ବିଶ୍ୱକପ୍ 2025 ର ଫାଇନାଲରେ ଟିମ୍ ଇଣ୍ଡିଆ ଦକ୍ଷିଣ ଆଫ୍ରିକାକୁ 52 ରନରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଭାରତ 50 ଓଭରରେ 7 ୱିକେଟ ହରାଇ 298 ରନ କରିଥିଲା। ଜବାବରେ ଦକ୍ଷିଣ ଆଫ୍ରିକା 246 ରନରେ ଅଲଆଉଟ୍ ହୋଇଯାଇଥିଲା।ଦୀପ୍ତି ଶର୍ମା ଚାରିଟି ୱିକେଟ ନେଇ ମ୍ୟାଚ୍‌ର ମୋଡ଼ ବଦଳାଇ ଦେଇଥିଲେ। ଏହି ମ୍ୟାଚରେ ଦକ୍ଷିଣ ଆଫ୍ରିକା ଟସ ଜିତି ପ୍ରଥମେ ବୋଲିଂ … Read more

ମହିଳା ବିଶ୍ୱକପ୍‌ :ଫାଇନାଲ ରେ ଭାରତ

ମୁମ୍ବାଇ: ମହିଳା ଦିନିକିଆ କ୍ରିକେଟ ବିଶ୍ୱକପ୍‌ରେ ଭାରତୀୟ ଦଳ ଦ୍ୱିତୀୟ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି। ଗୁରୁବାର ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲରେ ଭାରତ ୫ ଉଇକେଟରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଅଷ୍ଟ୍ରେଲିଆ ପକ୍ଷରୁ ଧାର୍ଯ୍ୟ ୩୩୯ ରନର ଟାର୍ଗେଟକୁ ଜେମିମା ରୋଡ୍ରିଗ୍ସଙ୍କ ଅପରାଜିତ ୧୨୭ ରନର ପାଳି ବଳରେ ଭାରତ ୪୮.୩ ଓଭରରେ ୫ ଉଇକେଟ ହରାଇ ବିଜୟ ହାସଲ କରି ନେଇଥିଲା। ଏହି ବିଜୟ ସହ ଭାରତ ତୃତୀୟ ଥର ପାଇଁ ମହିଳା ବିଶ୍ୱକପ୍‌ … Read more

ଶ୍ରେୟସ ଆୟର ଆଇସିୟୁରେ ଆଡ୍‌ମିଟ୍‌..

ମୁମ୍ବାଇ: ଆଇସିୟୁରେ ଶ୍ରେୟସ ଆୟର। ଟିମ୍‌ ଇଣ୍ଡିଆ ପାଇଁ ଟେନ୍‌ସନ। ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍‌ରେ କ୍ୟାଚ୍ ନେବା ସମୟରେ ଶ୍ରେୟସ ଆୟରଙ୍କ ପଞ୍ଜରାରେ ଆଘାତ ଲାଗିଥିଲା। ଏହି ଘଟଣା ପରେ ଏବେ ଉପ-ଅଧିନାୟକ ଗୁରୁତର ଆଘାତ ପାଇ ସିଡନୀର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଏବେ ICUରେ ରଖାଯାଇଛି। ଘଟଣା ଘଟିବା ପରେ ପଞ୍ଜରା ହାଡ଼ ଭିତରେ ରକ୍ତସ୍ରାବ ହେବାରୁ ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଶ୍ରେୟସଙ୍କ ସୁସ୍ଥତା ଉପରେ ନିର୍ଭର … Read more

ଆଜିଠାରୁ ଆରମ୍ଭ ହେବ ୨୮ତମ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍

ଭୁବନେଶ୍ୱର: ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପର ଆୟୋଜନ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ଆଥଲେଟିକ୍ସ ସେଣ୍ଟରରେ କରାଯିବ। ଅନ୍ତର୍ଜାତୀୟ ଟେବୁଲ ଟେନିସ୍‌ ମହାସଂଘ, ଭାରତୀୟ ଟେବୁଲ ଟେନିସ୍ ମହାସଂଘ, ଏସିଆନ୍‌ ଟେବୁଲ ଟେନିସ୍ ୟୁନିୟନ, ଓଡ଼ିଶା ଟେବୁଲ ଟେନିସ୍ ଆସୋସିଏସନ ଏବଂ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଏହି ପ୍ରତିଯୋଗିତା ଆୟୋଜନ ହେବ। ଦୀର୍ଘ ୧୬ ବର୍ଷ ପରେ ଭାରତରେ ଏସୀୟ ଟେବୁଲ ଟେନିସ୍‌ ଚାମ୍ପିୟନସିପର … Read more

ମହିଳା ବିଶ୍ୱକପ ୨୦୨୫: ପାକିସ୍ତାନକୁ ହରାଇଲା ଭାରତ

କଲମ୍ବୋ:ମହିଳା ଦିନିକିଆ ବିଶ୍ବକପ୍‌ ୨୦୨୫ରେ ଭାରତୀୟ ମହିଳା କ୍ରିକେଟ୍‌ ଦଳ ପାକିସ୍ତାନକୁ ୮୮ ରନ୍‌ରେ ପରାସ୍ତ କରି ଏକ ବିଶାଳ ବିଜୟ ହାସଲ କରିଛି। କଲମ୍ବୋର ଆର୍‌ ପ୍ରେମଦାସା ଷ୍ଟାଡିୟମ୍‌ରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୪୮ ରନ୍‌ର ଲକ୍ଷ୍ୟ ନିର୍ଦ୍ଧାରଣ କରିଥିଲା। ଜବାବରେ ପାକିସ୍ତାନ ଦଳ ୧୫୯ ରନ୍‌ରେ ଅଲ୍‌ଆଉଟ୍‌ ହୋଇଯାଇଥିଲା।ଭାରତର କ୍ରାନ୍ତି ଗୌଡ଼ ତିନୋଟି ଗୁରୁତ୍ୱପୂର୍ଣ୍ଣ ଓ୍ଵିକେଟ୍‌ ହାସଲ କରି ପାକିସ୍ତାନୀ ବ୍ୟାଟିଂ ଧ୍ୱଂସ କରିଥିଲେ। ବ୍ୟାଟିଂରେ ହରଲିନ୍‌ ଦେଓଲ୍‌ଙ୍କ … Read more