ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ହେବେ ମୁହାଁମୁହିଁ
କଟକ: ଆସନ୍ତା ଡିସେମ୍ବର ୯ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍ ଯେପରି ସୁବ୍ୟବସ୍ଥିତ ଓ ସୁନିୟନ୍ତ୍ରିତ ଭାବେ ଆୟୋଜନ ହେବ ସେଥିପାଇଁ ସମସ୍ତ ବ୍ୟବସ୍ଥାକୁ ତ୍ରୁଟିଶୂନ୍ୟ ଭାବେ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ପରାମର୍ଶ ଦେଇଛନ୍ତି।ଲୋକସେବା ଭବନଠାରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଟି-୨୦ ମ୍ୟାଚ୍ ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତାକରି ମୁଖ୍ୟମନ୍ତ୍ରୀ ଓଡ଼ିଶା କ୍ରିକେଟ ଆସୋସିଏସନ ଓ ରାଜ୍ୟ ପ୍ରଶାସନର … Read more