ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଏମ୍‌ସ କର୍ମଚାରୀଙ୍କ ମୃତ୍ୟୁ ଭୁବନେଶ୍ୱର

ଭୁବନେଶ୍ୱର: ଭୁବନେଶ୍ବର ଏମ୍ସରେ କାମ କରୁଥିବା ସୁଧାଂଶୁ ଖୁଣ୍ଟିଆଙ୍କ ଉପରେ ଦୁର୍ବୃତ୍ତ ଗୁଳି କରିଥିବା ଖବର ସାମ୍ନାକୁ ଆସିଛି । ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି ପରେ ମୃତ୍ୟୁ ଘୋଷଣା କରିଛନ୍ତି ଡାକ୍ତର। ତେବେ ଏହି ଘଟଣାରେ ଜଣେ ଦୁର୍ବୃତ୍ତ ଥିବା ଖବର ମିଳିଛି । ଖବର ମୁତାବକ, ସକାଳୁ ସକାଳୁ ଏମ୍ସରୁ କାମସାରି ଫେରୁଥିଲେ ସୁଧାଂଶୁ , ସେହି ସମୟରେ ଗୁଳିମାଡ ହୋଇଥିଲା । ଖାଲି ଏତିକି ନୁହେଁ ଏହି ଘଟଣାରେ ପୂର୍ବ ଶତ୍ରୁତା ଜମିଜମା … Read more

ପାଟଣାଗଡ ସ୍ୱାସ୍ଥ୍ୟକେନ୍ଦ୍ର ଶୌଚାଳୟରେ ମିଳିଛି କଙ୍କାଳ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ପାଟଣାଗଡ ଥାନା ଅନ୍ତର୍ଗତ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଏକ ଅଘଟଣ ଦେଖିବାକୁ ମିଳିଛି । ସେଠାରେ ଥିବା ଏକ ପୁରୁଣା ଶୌଚାଳୟରେ ପଡି ରହିଛି କଙ୍କାଳ । ଏହି ଦୃଶ୍ୟ ଦେଖିବା ପରେ ଗ୍ରାମବାସୀ ମାନେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ କଙ୍କାଳ ଦୁଇଟି କାହାର ସେ ନେଇ ଏପର୍ଯ୍ୟନ୍ତ କିଛି ସ୍ପଷ୍ଟ ଖବର ମିଳିପାରିନାହିଁ ।ଖବର ଅନୁସାରେ, ଆଜି ସକାଳୁ … Read more

ସବୁଜ ହାଇଡ୍ରୋଜେନ୍ ହବ୍ ପାଇଁ ପାରାଦୀପ ବନ୍ଦର

ଭୁବନେଶ୍ୱର: କେନ୍ଦ୍ର ସରକାର ଜାତୀୟ ସବୁଜ ହାଇଡ୍ରୋଜେନ୍ ମିଶନ (ଏନଜିଏଚଏମ) ଅଧୀନରେ ଦେଶର ୩ଟି ପ୍ରମୁଖ ବନ୍ଦରକୁ ସବୁଜ ହାଇଡ୍ରୋଜେନ୍ ହବ୍ (ଜିଏଚଏଚ) ଭାବରେ ଚିହ୍ନଟ କରିଛନ୍ତି । ସେଥି ମଧ୍ୟରେ ରହିଛି ଓଡିଶାର ପାରାଦୀପ ବନ୍ଦର । ଅନ୍ୟ ଦୁଇଟି ହେଉଛି ଗୁଜରାଟ ଏବଂ ତାମିଲନାଡୁରେ ଥିବା ବନ୍ଦର । ଜାତୀୟ ସବୁଜ ହାଇଡ୍ରୋଜେନ୍ ମିଶନ ଉତ୍ପାଦନ ଏବଂ ବ୍ୟବହାର ପାଇଁ ଗୁରୁତ୍ବପୂର୍ଣ୍ଣ ଭାବରେ କାର୍ଯ୍ୟ କରିବା ସହିତ ବୃହତ ପରିମାଣର ହାଇଡ୍ରୋଜେନ ହବ୍‌ ଗୁଡ଼ିକର … Read more

ନୂଆପଡ଼ା ଉପନିର୍ବାଚନ ପାଇଁ ସମଗ୍ର ଜିଲ୍ଲା ରେ ଆଦର୍ଶ ଆଚରଣ ବିଧି ଲାଗୁ

ନୂଆପଡ଼ା : ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସମଗ୍ର ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି l ଏହି ସମୟରେ ନିର୍ବାଚନ ଖର୍ଚ୍ଚ ତଦାରଖ ପାଇଁ ନିଯୁକ୍ତ ଅଧିକାରୀମାନଙ୍କୁ ନିଜ କର୍ତ୍ତବ୍ୟ ସମ୍ବନ୍ଧରେ ଅବଗତ କରିବା ପାଇଁ ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିରିକ୍ତ ଶାସନ ସଚିବ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ତଥା ନିର୍ଦ୍ଦେଶକ ଟାଉନ ପ୍ଲାନିଂ ଶତୃଘ୍ନ କର … Read more

ପ୍ରତିନିଧିଙ୍କ ଅଧିକାରର ସୁରକ୍ଷା ପାଇଁ ସୁପ୍ରିମ କୋର୍ଟ ଯିବ ବିଜେଡି : ନବୀନ

ଭୁବନେଶ୍ୱର: ନବୀନ ନିବାସ ଠାରେ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ପ୍ରାୟ ୫୦ରୁ ଅଧିକ ପଞ୍ଚାୟତ ସମିତିର ଚେୟାରମ୍ୟାନ । ନବୀନଙ୍କୁ ଭେଟି ପଞ୍ଚାୟତର ନିର୍ବାଚିତ ପ୍ରତିନଧିମାନଙ୍କ ପ୍ରଶାସନିକ ଓ ଆର୍ଥିକ କ୍ଷମତା ସଂକୋଚନ ପାଇଁ ରାଜ୍ୟ ସରକାରଙ୍କ ଅଗଣତାନ୍ତ୍ରିକ ନିଷ୍ପତ୍ତି ବିରୁଦ୍ଧରେ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।ଶ୍ରୀ ପଟ୍ଟନାୟକ ରାଜ୍ୟ ସରକାରଙ୍କ ଏହି ଅଗଣତାନ୍ତ୍ରିକ ନିଷ୍ପତ୍ତିରେ ନିନ୍ଦା କରିଥିଲେ ଏବଂ ପଞ୍ଚାୟତର ନିର୍ବାଚିତ ପ୍ରତିନିଧିଙ୍କ ସାମ୍ବିଧାନିକ ଅଧିକାରର ସୁରକ୍ଷା ପାଇଁ ବିଜେଡିର ଲଢେଇ ଜାରି ରହିବ … Read more

ବିଜେପିରେ ଯୋଗଦେଲେ ଜୟ ଢୋଲକିଆ

ଭୁବନେଶ୍ୱର: ବଦଳିଗଲା ନୂଆପଡ଼ା ଆସନ ସମୀକରଣ। ଉପନିର୍ବାଚନ ପୂର୍ବରୁ ବିଜେଡ଼ିକୁ ଲାଗିଛି ପ୍ରଥମ ଝଟକା । ଶେଷରେ ଆଜି ପୂର୍ବତନ ବିଜେଡ଼ି ବିଧାୟକ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ଶତାଧିକ ସମର୍ଥକଙ୍କ ସହିତ ବଡ଼ ଶୋଭାଯାତ୍ରାରେ ଆସି ଭୁବନେଶ୍ୱରସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସଭାପତି ମନମୋହନ ସାମଲଙ୍କ ବହୁ ତୁଙ୍ଗ ନେତୃବୃନ୍ଦଙ୍କ ଉପସ୍ଥିତିରେ ସେ ଯୋଗଦେଇଛନ୍ତି । ଜୟ ଢୋଲକିଆରେ ବିଜେଡ଼ିରୁ ଉପନିର୍ବାଚନ … Read more

କୃଷି ଓ କିସାନ ସଶକ୍ତିକରଣ ବିଭାଗର ୨୬ଟି ନୂଆ ଯୋଜନାର ଶୁଭାରମ୍ଭ: ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୃଷି ଓ କିସାନ ସଶକ୍ତିକରଣ ବିଭାଗର ୨୬ଟି ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି। ସେ ରାଜଧାନୀର ପାଣ୍ଡରାଠାରେ ଏକ ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କରିଛନ୍ତି। ‘ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା’ ଅଧୀନରେ ରାଜ୍ୟ ପାଇଁ ଏକ ସମନ୍ୱିତ ଆକ୍ଵା ପାର୍କ ଏବଂ ଏକ ପାଇକାରୀ ମାଛ ବଜାରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସମାରୋହରେ … Read more

ଆଜିଠାରୁ ଆରମ୍ଭ ହେବ ୨୮ତମ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍

ଭୁବନେଶ୍ୱର: ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପର ଆୟୋଜନ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ଆଥଲେଟିକ୍ସ ସେଣ୍ଟରରେ କରାଯିବ। ଅନ୍ତର୍ଜାତୀୟ ଟେବୁଲ ଟେନିସ୍‌ ମହାସଂଘ, ଭାରତୀୟ ଟେବୁଲ ଟେନିସ୍ ମହାସଂଘ, ଏସିଆନ୍‌ ଟେବୁଲ ଟେନିସ୍ ୟୁନିୟନ, ଓଡ଼ିଶା ଟେବୁଲ ଟେନିସ୍ ଆସୋସିଏସନ ଏବଂ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଏହି ପ୍ରତିଯୋଗିତା ଆୟୋଜନ ହେବ। ଦୀର୍ଘ ୧୬ ବର୍ଷ ପରେ ଭାରତରେ ଏସୀୟ ଟେବୁଲ ଟେନିସ୍‌ ଚାମ୍ପିୟନସିପର … Read more

୧୫ଟି ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟର ମୋହର

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୦ଟି ବିଭାଗର ୧୫ ପ୍ରସ୍ତାବ ଉପରେ ବାଜିଛି ମୋହର । ଓଡ଼ିଶା ଦୋକାନ ଏବଂ ବାଣିଜ୍ୟିକ ପ୍ରତିଷ୍ଠାନ ସଂଶୋଧନ ଅଧ୍ୟାଦେଶକୁ ମଞ୍ଜୁରୀ । ଦୈନିକ କାର୍ଯ୍ୟ ନିର୍ଘଣ୍ଟକୁ ୯ ଘଣ୍ଟାରୁ ୧୦ଘଣ୍ଟା ବୃଦ୍ଧି କରିବା ନିଷ୍ପତ୍ତିକୁ ମୋହର । ତୈମାସିକ ଓଭରଟାଇମ୍ କାର୍ଯ୍ୟ ସୀମା ୫୦ଘଣ୍ଟାରୁ ୧୪୪ଘଣ୍ଟାକୁ ବୃଦ୍ଧି । ମହିଳା କର୍ମଚାରୀମାନେ ରାତିରେ କାମ କରିପାରିବେ । ତେବେ ସେମାନଙ୍କ ଠାରୁ ଲିଖିତ ସମ୍ମତି … Read more

ସବ୍ଇନସ୍ପେକ୍ଟର କାର୍ତ୍ତିକ ଜେନା ନିଲମ୍ବିତ

ଭଦ୍ରକ: ଭଦ୍ରକ ଗ୍ରାମାଞ୍ଚଳ ଥାନା ଏସଆଇ କାର୍ତ୍ତିକ ଜେନାଙ୍କୁ ନିଳମ୍ବିତ କଲେ ଭଦ୍ରକ ଏସପି ମନୋଜ୍ ରାଉତ। ଏକ ଘରୋଇ ମାମଲା ଥାନାରେ ରୁଜୁ ହେବା ପରେ ତଦନ୍ତ କରିବାକୁ ଯାଇଥାନ୍ତେ ତଦନ୍ତକାରୀ ପୋଲିସ। କିନ୍ତୁ ନିଜେ ନଯାଇ ସରକାରୀ ବାଇକ୍ ଦେଇ ଜଣେ ମଧ୍ୟସ୍ଥି ଭାବେ ଜନୈକ ଯୁବକଙ୍କୁ ତଦନ୍ତ ପାଇଁ ପଠାଇଦେଲେ ପୋଲିସ ବାବୁ। ମଧ୍ୟସ୍ଥି ଜଣକ ମଧ୍ୟ ଗାଁକୁ ଯାଇ ଅଭିଯୋଗକାରିଣୀଙ୍କ ଘରେ ପହଞ୍ଚି ପଚରାଉଚରା କରିବା ପରେ କିଛି ଟଙ୍କା ମଧ୍ୟ … Read more