ଆଜି ଜନସମ୍ପର୍କ ପଦଯାତ୍ରା ପାଇଁ ସଙ୍କଳ୍ପ ନେବ ବିଜେଡି

ଭୁବନେଶ୍ୱର: ଆଜି ଜନ ସମ୍ପର୍କ ପଦଯାତ୍ରା ପାଇଁ ସଙ୍କଳ୍ପ ନେବ ବିଜେଡି । ସରକାରଙ୍କ ବିଫଳତା ବିରୋଧରେ ଜନସଚେତନତା ସୃଷ୍ଟି କରିବ । ହେଲେ ପାର୍ବଣ ଥିବାରୁ ଆଜି ପଦଯାତ୍ରା କରିବନି ବିଜେଡି । ଆଜି ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ବିଜୁ ଜନତା ଦଳ ତରଫରୁ ଜନସମ୍ପର୍କ ପଦଯାତ୍ରା ପାଇଁ ସଂକଳ୍ପ ନିଆଯିବ । ଏହାପରେ ଅକ୍ଟୋବର ୯ ତାରିଖ ଗୋପବନ୍ଧୁ ଜୟନ୍ତୀରୁ ପଦଯାତ୍ରା କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇ … Read more

ଗଭୀର ଅବପାତର ରୂପ ନେଲା ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଗଭୀର ଅବପାତରେ ପରିଣତ ହୋଇଛି। ଶୁକ୍ରବାର ସକାଳେ ଏହା ପାରାଦୀପ-ଗୋପାଳପୁର ମଧ୍ୟ ଦେଇ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଯାହାର ପ୍ରଭାବ ରେ ଗୁରୁବାର ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ପୁରୀ ଓ ଜଗତସିଂପୁରକୁ ରେଡ୍ ଆଲର୍ଟ ଜାରି … Read more

ପୋଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି, କ୍ରାଇମବ୍ରାଞ୍ଚ କରୁଛି ତଦନ୍ତ

ଭୁବନେଶ୍ବର: ଓଡ଼ିଶା ପୁଲିସ ନିଯୁକ୍ତି ବୋର୍ଡ (ଓପିଆର୍‌ବି) ଦ୍ବାରା ପରିଚାଳିତ ପୁଲିସ ଏସ୍‌ଆଇ ପରୀକ୍ଷାରେ ବଡ଼ ଦୁର୍ନୀତି ସାମନାକୁ ଆସିଛି। ଏହି ସମ୍ବେଦନଶୀଳ ଘଟଣା ପଦାକୁ ଆସିବା ପରେ ପୁଲିସ ନିଯୁକ୍ତି ବୋର୍ଡ ପକ୍ଷରୁ ପରୀକ୍ଷାକୁ ବାତିଲ କରାଯାଇଛି। କ୍ରାଇମବ୍ରାଞ୍ଚ ଏହି ଘଟଣାରେ ୧୧୭ ଜଣ ପରୀକ୍ଷାର୍ଥୀ ଓ ୨ ଦଲାଲଙ୍କୁ ଗିରଫ କରିଛି। ଏହି କେ‌େଳଙ୍କାରୀରେ ୨୯ କୋଟି ୨୫ ଲକ୍ଷ ଟଙ୍କାର ଲାଞ୍ଚ କାରବାର ପାଇଁ ହୋଇଥିବା ଡିଲ୍ ସଂପର୍କିତ ତଥ୍ୟ ସାମନାକୁ ଆସିଛି। … Read more

ନବରତ୍ନ କମ୍ପାନି ନାଲ୍‌କୋରେ ସିବିଆଇ ର ଯାଞ୍ଚ

ଭୁବନେଶ୍ବର: ନବରତ୍ନ କମ୍ପାନି ନାଲ୍‌କୋରେ ଅଫିସ ରେ ସିବିଆଇ ଯାଞ୍ଚ କରିଛି। ନିଯୁକ୍ତି ସଂକ୍ରାନ୍ତୀୟ ଏକ ଅଭିଯୋଗ ଉପରେ ଏହି ଯାଞ୍ଚ କରାଯାଇଥିବା ସୂଚନା ମିଳିଛି। ତେବେ ସିବିଆଇ ହାତରେ ନିର୍ଦ୍ଦିଷ୍ଟ ପ୍ରମାଣ କିଛି ଲାଗିଛି କି ନାହିଁ, ତାହା ସ୍ପଷ୍ଟ ହୋଇ ନାହିଁ। ପୂର୍ବରୁ ଘରୋଇ ଅସ୍ଥାୟୀ କର୍ମଚାରୀଙ୍କ ଅଭିଜ୍ଞତା ଥିବ‌ା ଦର୍ଶାଇ ୨୦ ଜଣଙ୍କୁ ନାଲ୍‌କୋରେ ନିଯୁକ୍ତି ମିଳିଥିବା ନେଇ ସିବିଆଇରେ ଅଭିଯୋଗ ହୋଇଥିଲା। କିଛି ଉପରିସ୍ଥ ଅଧିକାରୀ ଅର୍ଥ ନେଇ ନିଯୁକ୍ତି ଦେଇଥିବା … Read more

ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିବା ପରେ ପୋଲିସ SI ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର:ରାଜ୍ୟରେ ହେବାକୁ ଥିବା ପୋଲିସ SI ପରୀକ୍ଷା ସ୍ଥଗିତ । ଓଡ଼ିଶା ପୋଲିସ ପକ୍ଷରୁ ପରୀକ୍ଷା ତାରିଖ ସ୍ଥଗିତ ଘୋଷଣା । ଆସନ୍ତା ଅକ୍ଟୋବର 5 ଓ 6 ତାରିଖରେ ହୋଇଥାନ୍ତା ଏସଆଇ ପରୀକ୍ଷା । ପରବର୍ତ୍ତୀ ସମୟରେ ପରୀକ୍ଷା ତାରିଖ ଘୋଷଣା ହେବ ।ସୂଚନା ଅନୁଯାୟୀ ଓଡ଼ିଶା ପୋଲିସର ସବ୍‌ ଇନ୍ସପେକ୍ଟର ପଦବୀ ପାଇଁ ହେବାକୁ ଥିବା ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ପାଇଁ ବଡ଼ ଯୋଜନା ପ୍ରସ୍ତୁତ କରାଯାଇଥିଲା । ପରୀକ୍ଷାର୍ଥୀଙ୍କୁ ୩ଟି ବସରେ ଆନ୍ଧ୍ରପ୍ରଦେଶ … Read more

ଶ୍ରୀମନ୍ଦିରର ୧ କିମି ପରିଧି ସହିତ ବଡ଼ଦାଣ୍ଡରେ ବିକ୍ରି ହେବନି ମଦ

ପୁରୀ :ଶ୍ରୀମନ୍ଦିରର ୧ କିମି ପରିଧି କିମ୍ବା ବଡ଼ଦାଣ୍ଡରେ ବିକ୍ରି ହେବନି ମଦ । ଶ୍ରୀକ୍ଷେତ୍ରକୁ ନିଶାମୁକ୍ତ କରିବା ପାଇଁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି ବୋଲି କହିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।ସେ ଆହୁରି ମଧ୍ୟ କହିଛନ୍ତି ଯେ, ମନ୍ଦିର ଚତୁଃପାର୍ଶ୍ୱରେ ମାଦକ ଦ୍ରବ୍ୟ ବିକ୍ରିକୁ ସମ୍ପୂର୍ଣ୍ଣ ଭାବେ ବ୍ୟାନ କରାଯାଇଛି। ସେହିପରି ବଡ଼ଦାଣ୍ଡରେ ଗୋଟିଏ ବି ମଦ ଦୋକାନ ରହିବ ନାହିଁ । ଏହାଛଡ଼ା ବଡଦାଣ୍ଡକୁ ସଂଯୋଗ କରୁଥିବା ସମସ୍ତ ଛୋଟ … Read more

ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ; 3 ଦିନ ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆଗାମୀ ତିନି ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି, ପବନ ସହିତ ବର୍ଷା ସମ୍ଭାବନା ଅଛି। ସେଥିପାଇଁ ୩ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩୦ ତାରିଖରେ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ନୂତନ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ଅଛି। ଏହାର ପ୍ରଭାବରେ ଉତ୍ତର ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ, ଅକ୍ଟୋବର ୧ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି।ଲଘୁଚାପ କ୍ଷେତ୍ର … Read more

ପାର୍ବଣ ପାଇଁ କଟକ-ଭୁବନେଶ୍ୱରରେ ସୁରକ୍ଷା କଡ଼ାକଡ଼ି।

ଭୁବନେଶ୍ୱର: ପାର୍ବଣ ପାଇଁ କଟକ-ଭୁବନେଶ୍ୱରରେ ସୁରକ୍ଷା କଡ଼ାକଡ଼ି। ସାମ୍ୱାଦିକ ସମ୍ମିଳନୀରେ ପୋଲିସ୍ କମିଶନର ଦେଇଛନ୍ତି ସୂଚନା। ଏଥର ଟ୍ୱିନସିଟିରେ ମୁତୟନ ହେବେ ୬୧ ପ୍ଲାଟୁନ୍ ଫୋର୍ସ। ପୋଲିସ ସହ ୨୦ ପ୍ଲାଟୁନ୍ ହୋମଗାର୍ଡ ମୁତୟନ ହେବେ। ମୋଟ ୧୯୩ ମଣ୍ଡପ ପାଇଁ ସୁରକ୍ଷା ବ୍ୟବସ୍ଥା ହୋଇଛି।ପୋଲିସ୍ କମିଶନର କହିଛନ୍ତି, ୨୪ଟି ପେଣ୍ଡାଲରେ ଅଳଙ୍କାର ସୁରକ୍ଷା ବ୍ୟବସ୍ଥା ହୋଇଛି। ବିଦ୍ୟୁତ୍ ଓ ନିଆଁରୁ ରକ୍ଷା କରିବାକୁ ବିଶେଷ ପଦକ୍ଷେପ ନିଆଯାଇଛି। ଭିଡ଼ ଓ ଟ୍ରାଫିକ ନିୟନ୍ତ୍ରଣ ଉପରେ ଗୁରୁତ୍ୱ … Read more

ରାଜ୍ୟ କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ମାରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର ମାରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୩ଟି ବିଭାଗର ୪ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ସେଗୁଡିକ ହେଲା-ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬, କାରଖାନା ୧୯୪୮ର ସଂଶୋଧନ ଆଇନ ପାରିତ। ଦୈନିକ କାର୍ଯ୍ୟ ନିର୍ଘଣ୍ଟ ୯ ଘଣ୍ଟାରୁ ୧୦ ଘଣ୍ଟାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି। ସପ୍ତାହକରେ ୪୮ ଘଣ୍ଟାରୁ ଅଧିକ କାମ କଲେ ଓଭରଟାଇମ ମିଳିବ। ମହିଳା କର୍ମଚାରୀ ଚାହିଁଲେ ସମ୍ମତି … Read more

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସିବିଆଇ ତଦନ୍ତ ଦାବିକଲେ ଗୋବିନ୍ଦ ସାହୁଙ୍କ ପରିବାର

ଭୁବନେଶ୍ବର: ପିତାଙ୍କ ହତ୍ୟାକାରୀକୁ ଧରିବା ପାଇଁ ସିବିଆଇ ତଦନ୍ତ ଦାବି କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଦାବିପତ୍ର ଦେଲେ ଗୋବିନ୍ଦ ସାହୁଙ୍କ ପତ୍ନୀ ଓ ଝିଅ।ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ହେଉଛି ଗୋବିନ୍ଦ ସାହୁ । ୨୦୨୨ ଡିସେମ୍ବର ୨୦ ତାରିଖରେ କଣ୍ଟାବାଞ୍ଜି ସବ୍‌-ଜେଲ୍‌ରେ ଥିବା ସମୟରେ ଗୋବିନ୍ଦଙ୍କ ମୃତ୍ୟୁ ହୋଇଥିଲା ।ରବିବାର ଗୋବିନ୍ଦ ସାହୁଙ୍କ ପରିବାର ସଦସ୍ୟ ପୁର୍ବତନ ବିରୋଧୀଦଳ ନେତା ପ୍ରଦୀପ୍ତ କୁମାର ନାଏକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ପହଞ୍ଚିଥିଲେ । ଘଟଣାର … Read more