କମିଶନ ରିପୋର୍ଟ ହଜିବା ଘଟଣାର ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଆବେଦନ
କଟକ:ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜଷ୍ଟିସ ନାଇଡୁ କମିଶନଙ୍କ ତଦନ୍ତ ରିପୋର୍ଟ ହଜିଯିବା ଘଟଣାକୁ ନେଇ ବୁଧବାର ଦିନ ହାଇକୋର୍ଟରେ ଏକ ମଧ୍ୟବର୍ତ୍ତୀକାଳୀନ ଆବେଦନ ଦାଖଲ କରାଯାଇଛି। ଏହା ସହିତ ଏହି ବହୁଚର୍ଚ୍ଚିତ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରାଇବା ପାଇଁ ପୁଣି ଥରେ ଦାବି ହୋଇଛି । ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଦେବାଶିଷ ହୋତା ହାଇକୋର୍ଟରେ ଏହି ମାମଲା ରୁଜୁ କରିଛନ୍ତି। ହତ୍ୟାକାଣ୍ଡର ରହସ୍ୟ ଉନ୍ମୋଚନ ପାଇଁ ଗଠିତ କମିଶନଙ୍କ ଗୁରୁତ୍ୱପୂର୍ଣ୍ଣ ରିପୋର୍ଟ ହଜିଯିବା କେବଳ ଦୁର୍ଭାଗ୍ୟଜନକ ନୁହେଁ, … Read more