ମହିଳା କମିଶନ ଅଧ୍ୟକ୍ଷା ନିଯୁକ୍ତ

ଭୁବନେଶ୍ୱର: ଶୋଭନା ମହାନ୍ତିଙ୍କୁ ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷା ଭାବେ ନିଯୁକ୍ତି କରାଯାଇଛି । ଏନେଇ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨୦୨୪ ମସିହାରେ ମହିଳା କମିଶନ ଆୟୋଗକୁ ଭଙ୍ଗ କରିଥିଲେ ରାଜ୍ୟ ସରକାର। ଏହାପରଠାରୁ ପ୍ରାୟ ବର୍ଷେ ହେବ ଖାଲି ପଡିଥିଲା ମହିଳା କମିଶନ ଅଧ୍ୟକ୍ଷା ପଦ। ହେଲେ ମଙ୍ଗଳବାର ଦିନ ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶାନାମା ଜାରି କରାଯାଇଛି । … Read more

ଅପାରଗ କର୍ମଚାରୀଙ୍କ ତଥ୍ୟ ମାଗିଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବିଭାଗରେ ଥିବା ଅପାରଗ କର୍ମଚାରୀ ଏବଂ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ତା’ର ହିସାବ ମାଗିଛନ୍ତି ରାଜ୍ୟ ସରକାର। ଏନେଇ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ନିକଟରେ ସଚିବସ୍ତରୀୟ ବୈଠକରେ ସମସ୍ତ ସଚିବଙ୍କୁ ସୂଚାଇ ଥିବାବେଳେ ଜୁଲାଇ ୩୧ରେ ମୁଖ୍ୟସଚିବଙ୍କ ନିର୍ଦ୍ଦେଶକ୍ରମେ ସ୍ଵତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ(ଓଏସ୍‌ଡି) କଲ୍ୟାଣ କୁମାର ରଥ ସମସ୍ତ ବିଭାଗର ସଚିବମାନଙ୍କୁ ପତ୍ର ଲେଖିଛନ୍ତି। ଚଳିତମାସ ୭ତାରିଖ ପୂର୍ବରୁ ସରକାରଙ୍କୁ ସମସ୍ତ ତଥ୍ୟ ଅବଗତ … Read more

ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ନିର୍ମାଣ ହେବ ୮୩୫ଟି ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛିଯେ, ପ୍ରଥମ ପର୍ଯ୍ୟାୟରେ ୮୩୫ ଆଦର୍ଶ ବିଦ୍ୟାଳୟ ନିର୍ମାଣ ହେବ। ଏହି ବିଦ୍ୟାଳୟ ଗୁଡିକ ରାଜ୍ୟର ଉଚ୍ଚ ବିଦ୍ୟାଳୟ ପାଇଁ ଏକ ଫିଡର ସ୍କୁଲ ଭାବରେ କାର୍ଯ୍ୟ କରିବ । ପ୍ରତ୍ୟେକ ବିଦ୍ୟାଳୟ ପାଇଁ ୭ କୋଟି ଟଙ୍କା ପର୍ଯ୍ୟନ୍ତ ବ୍ୟୟ ଅଟକଳ ରଖା ଯାଇଛି । ଯେଉଁ ସ୍କୁଲରେ ୧୦୦ରୁ … Read more

ଓକିଲ ସଂଘ ସ୍ଥିର କରନ୍ତୁ ହାଇକୋର୍ଟ ବେଞ୍ଚ କେଉଁଠି ହେବ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବି ସପକ୍ଷରେ ଆମେ ଥିଲୁ ଏବଂ ଅଛୁ । ଓକିଲ ସଙ୍ଘ ନିଜ ଭିତରେ ଆଲୋଚନା କରି ସ୍ଥିର କରିବା କଥା ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା, କେଉଁଠି ହାଇକୋର୍ଟ ବେଞ୍ଚ ସ୍ଥାପନ ହେବ ବୋଲି କହିଛନ୍ତି ମନ୍ତ୍ରୀ ଶ୍ରୀ ପୂଜାରୀ । ରାଜସ୍ୱ ମନ୍ତ୍ରୀ କହିଛନ୍ତି, ସ୍ଥାୟୀ ବେଞ୍ଚ ପାଇଁ ଅନେକ … Read more

ପୂର୍ବତନ ମୁଖ୍ୟ ସଚିବ ଏବଂ ଲେଖକ ସୁବାସ ପାଣିଙ୍କ ପରଲୋକ

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟ ସଚିବ ସୁବାସ ପାଣିଙ୍କର ନିଧନରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏନେଇ ନିଜ ଏକ୍ସରେ ଲେଖିଛନ୍ତି, ଓଡ଼ିଶା ସରକାରଙ୍କ ପ୍ରାକ୍ତନ ମୁଖ୍ୟ ଶାସନ ସଚିବ ତଥା ବିଶିଷ୍ଟ ଜଗନ୍ନାଥ ସଂସ୍କୃତି ଗବେଷକ ଓ ଲେଖକ ସୁବାସ ପାଣିଙ୍କ ଦେହାନ୍ତ ବିଷୟରେ ଶୁଣି ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ । ତାଙ୍କ ବିୟୋଗ ଆମ ସମସ୍ତଙ୍କ ପାଇଁ ଏକ ଅପୂରଣୀୟ କ୍ଷତି । ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା … Read more

ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଉଡ଼ିଗଲା ରେଲୱେ ଟ୍ରାକ୍

ଭୁବନେଶ୍ୱର: ମାଓ ସପ୍ତାହ ପାଳନ ଅବସରରେ ହିଂସାକାଣ୍ଡ । ସୁନ୍ଦରଗଡ଼ ଜିଲ୍ଲା ଝାଡ଼ଖଣ୍ଡ ସୀମାବର୍ତ୍ତି ବାନ୍ଧମୁଣ୍ଡା ରେଲୱେ କଂଟ୍ରୋଲର ରେଞ୍ଜଡ଼ା-କରମପଦା ମଝିରେ ରେଳଟ୍ରାକକୁ ଉଡାଇ ଦେଇଛନ୍ତି ମାଓବାଦୀ, ବିସ୍ପୋରଣରେ ଦୁଇଟି ସ୍ଲିପର ବାହାରି ଯାଇଥିବା ବେଳେ ଟ୍ରାକ କ୍ଷତିଗ୍ରସ୍ତ ହୋଇଛି। ବିସ୍ପୋରଣ ସ୍ଥଳଠୁ ଏକ କିଲୋମିଟର ବ୍ୟବଧାନରେ ମାଓପୋଷ୍ଟର ଲଗାଇଛନ୍ତି। ସୁରକ୍ଷା ଦୃଷ୍ଟିକୋଣରୁ ମୁମ୍ବାଇ-ହାୱାଡା ମୁଖ୍ୟ ରେଳମାର୍ଗରେ ରେଳ ଚଳାଚଳ ବନ୍ଦ ରହିଛି । ଟ୍ରାକ କ୍ଷତିଗ୍ରସ୍ତ ହେବାରୁ ମୁମ୍ବାଇ- ହାୱାଡା ମୁଖ୍ୟ ରେଳମାର୍ଗରେ ଟ୍ରେନ ଚଳାଚଳ … Read more

ବଳଙ୍ଗା ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସମ୍ପୃକ୍ତି ନାହିଁ:ଓଡ଼ିଶା ପୋଲିସ

ଭୁବନେଶ୍ଵର: ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ସନ୍ଧ୍ୟାରେ ପୀଡ଼ିତା ଆଖି ବୁଜିଛନ୍ତି। ଜୁଲାଇ ୧୯ରେ ଘଟିଥିବା ଏହି ଅଭାବନୀୟ ଘଟଣାରେ ପୋଲିସ ଏ ପର୍ଯ୍ୟନ୍ତ କାହାରିକୁ ଗିରଫ କରିବାରେ ସମର୍ଥ ହୋଇ ପାରିନାହିଁ। ଏହା ମଧ୍ୟରେ ଓଡ଼ିଶା ପୋଲିସ ଏକ୍ସରେ ଟୁଇଟ୍ କରି ଘଟଣାର ତଦନ୍ତକୁ ନେଇ ବଡ଼ ଟିପ୍ପଣୀ କରିଛନ୍ତି। ଓଡ଼ିଶା ପୋଲିସ ଏକ୍ସରେ ଲେଖିଛି ଯେ, ବଳଙ୍ଗା ଘଟଣାରେ ପୀଡିତା ଝିଅଙ୍କ ମୃତ୍ୟୁ ଖବର ଶୁଣି ଆମେ ଅତ୍ୟନ୍ତ ଦୁଃଖିତ । ଏହି … Read more

OTET ପ୍ରଶ୍ନପତ୍ର ଲିକ୍‌ ଘଟଣା: ବୋର୍ଡ ଉପସଭାପତିଙ୍କୁ ଜେରା କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ଜୁଲାଇ ୨୦ରେ ହେବାକୁ ଥିବା OTET ପରୀକ୍ଷା ପୂର୍ବ ଦିନ ସୋସିଆଲ ମିଡିଆରେ ପ୍ରଶ୍ନପତ୍ର ଭାଇରାଲ ହେବା ପରେ ବାତିଲ କରାଯାଇଥିଲା। ଏହି ମାମଲାରେ ଏବେ ସୁଦ୍ଧା ୭ ଜଣ ଗିରଫ ହୋଇଛନ୍ତି । ସେପଟେ କୋରାପୁଟରୁ ସମ୍ପୃକ୍ତ ଜେରକ୍ସ ଦୋକାନ ମାଲିକଙ୍କୁ ଉଠାଇ ଆଣିଛି କ୍ରାଇମବ୍ରାଞ୍ଚ୍‌ । ସମ୍ପୃକ୍ତ ବ୍ୟକ୍ତିଙ୍କ ଜେରକ୍ସ ଦୋକାନରେ ହୋଇଥିଲା OTET ପ୍ରଶ୍ନପତ୍ର ଫଟୋକପି । ସୂଚନାଅନୁଯାୟୀ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେସନ (BSE) କାର୍ଯ୍ୟାଳୟର ଡାଟା ଏଣ୍ଟ୍ରି ଅପରେଟର … Read more

ପୂର୍ବ ସରକାର କୃଷିକୁ ଗୁରୁତ୍ଵ ଦେଇନାହାନ୍ତି;ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ଚାଷୀଙ୍କ ଖାତାକୁ ଗଲା ପିଏମ କିଷାନ ଯୋଜନାର୨ ହଜାର ଟଙ୍କା । ବାରଣାସୀରୁ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଡିବିଟି ମାଧ୍ୟମରେ ଟଙ୍କା ପଠାଇଲେ ପ୍ରଧାନମନ୍ତ୍ରୀ । ଏଣେ ପିଏମ୍ କିଷାନ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ପିଏମ କିଷାନରେ ୬ ଲକ୍ଷ ନୂଆ ଚାଷୀଙ୍କୁ ଯୋଡ଼ିଲେଣି ନୂଆ ସରକାର। ସିଏମ କିଷାନରେ ୫୦ ଲକ୍ଷରୁ ଅଧିକ ଚାଷୀ ଥିବା ବେଳେ ପିଏମ କିଷାନରେ ସଂଖ୍ୟା କମ ଥିଲା। ନୂଆ ସରକାର ଆସିବା … Read more

ଅଗଷ୍ଟ ୧୫ ତାରିଖକୁ ଘୁଞ୍ଚିଲା ଇଗ୍ନୋର ନାମଲେଖା ଅବଧି

ଭୁବନେଶ୍ୱର: ଇନ୍ଦିରାଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟରେ ଜୁଲାଇ-୨୦୨୫ ଶିକ୍ଷା ସେସନ ପାଇଁ ନାମ ଲେଖା ଏବଂ ପୁନଃ ପଞ୍ଜୀକରଣ ପ୍ରକ୍ରିୟା ଘୋଷଣା କରାଯାଇଛି। ବିଭିନ୍ନ କାରଣରୁ ଅଧାରୁ ପାଠ ଛାଡ଼ିଥିବା କିମ୍ବା ଉଚ୍ଚ ଶିକ୍ଷା ପାଇବାରୁ ବଂଚିତ ହୋଇଥିବା କୌଣସି ବୟସର ବ୍ୟକ୍ତି ବିଶେଷଙ୍କ ପାଇଁ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟର ସମସ୍ତ ବିଭାଗରେ ଅଣ୍ଡର ଗ୍ରାଜୁଏଟ (ସ୍ନାତକ), ପୋଷ୍ଟ ଗ୍ରାଜୁଏଟ (ସ୍ନାତକୋତ୍ତର), ପିଜି ଡିପ୍ଲୋମା (ସ୍ନାତକୋତ୍ତର ଡିପ୍ଲୋମା) ଏବଂ ସାର୍ଟିଫିକେଟ ପ୍ରୋଗ୍ରାମରେ ନାମ ଲେଖା … Read more