କିମ୍ସରେ ଡାକ୍ତରଙ୍କ ଦ୍ୱାରା ଜଟିଳ ଯକୃତ ଅସ୍ତ୍ରୋପଚାର

ଭୁବନେଶ୍ୱର: ପ୍ରଥମ ଥର ପାଇଁ ଓଡ଼ିଶାର କିମ୍ସରେ ଏକ ଜଟିଳ ଯକୃତ ଅସ୍ତ୍ରୋପଚାର କରାଯାଇଛି । କିମ୍ସର ୭ଟି ବିଭାଗର ୧୫ଜଣ ଡାକ୍ତର ଓ ବିଶେଷଜ୍ଞଙ୍କ ଅକ୍ଳାନ୍ତ ପରିଶ୍ରମ ଫଳରେ ନୂଆ ଜୀବନ ପାଇଛି ଜଣେ ୨ ବର୍ଷ ୭ ମାସ ବୟସର ଶିଶୁ କନ୍ୟା। ଶିଶୁର ଯକୃତରେ ହେପାଟୋବ୍ଲାଷ୍ଟୋମା ନାମକ ଏକ ବିରଳ ଟ୍ୟୁମର ହୋଇଥିଲା। ଏହା ଶିଶୁଟିର ଫୁସ୍‍ଫୁସ୍‍ ପର୍ଯ୍ୟନ୍ତ ବ୍ୟାପିଯାଇଥିଲା। ଶିଶୁଟି ପେଟରେ ମାସ ମାସ ଧରି ଯନ୍ତ୍ରଣା ଅନୁଭବ କରିବା ସହ … Read more

ଆସନ୍ତାକାଲି ରାଜ୍ୟ ବିଜେପିର କୋର୍ କମିଟି ବୈଠକ

ଭୁବନେଶ୍ୱର: ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଖବର ଦେଇଛନ୍ତି ଯେ, ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଜେପି ସଭାପତିଙ୍କ ଅଧ୍ୟକ୍ଷତାରେ କୋର୍ କମିଟି ବୈଠକ ବସିବ। ଦୁଇ ପ୍ରଭାରୀଙ୍କ ସହ ସମସ୍ତ କୋର୍ କମିଟିର ସଦସ୍ୟ ଉପସ୍ଥିତ ରହିବେ। ନୂୂଆପଡା ଉପନିର୍ବାଚନ ନେଇ ବୈଠକରେ ଆଲୋଚନା ହେବ। ସେ କହିଛନ୍ତି ଯେ ନୂଆପଡ଼ା ଉପନିର୍ବାଚନ ପାଇଁ ଖୁଵ୍‌ ଶୀଘ୍ର ପ୍ରାର୍ଥୀ ଘୋଷଣା କରିବ ବିଜେପି। କୋର କମିଟି ବୈଠକରେ ବହୁତ ଆଶାୟୀଙ୍କ ନାମ ଆଲୋଚନା … Read more

ଆଜି ଆଇନଜୀବୀ ଙ୍କ ରାଜ୍ୟବ୍ୟାପୀ କଲମଛାଡ଼

କଟକ:ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣା ପ୍ରତିବାଦରେ ଆଜି ରାଜ୍ୟବ୍ୟାପୀ ଆଇନଜୀବୀମାନେ କଲମଛାଡ଼ କରିବେ। ରାଜ୍ୟ ଆଇନଜୀବୀ ପରିଷଦ ଅଧ୍ୟକ୍ଷ ସୀତାଂଶୁ ମୋହନ ଦ୍ବିବେଦୀ ଏ ନେଇ ପ୍ରେସ୍‌ ଇସ୍ତାହାରରେ ମଙ୍ଗଳବାର ସୂଚନା ଦେଇଛନ୍ତି। ଏଥିସହ ପୀତବାସଙ୍କ ପରିବାରକୁ ସରକାର କୋଟିଏ ଟଙ୍କା କ୍ଷତିପୂରଣ ପ୍ରଦାନ, ୪୮ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ସହ ନ୍ୟାୟିକ ତଦନ୍ତ ଦାବି କରିଛି ରାଜ୍ୟ ଆଇନଜୀବୀ ପରିଷଦ।ଘଟଣା ଅନୁସାରେ, ଦୁଇଜଣ ଅଜଣା ଯୁବକ ବ୍ରହ୍ମପୁରସ୍ଥିତ ତାଙ୍କ ଘର ସାମ୍ନାରେ … Read more

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ନୂଆପଡା: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ନୂଆପଡ଼ା ଜିଲ୍ଲା କଂଗ୍ରେସ କମିଟିର ସଭାପତି ଘାସିରାମ ମାଝୀଙ୍କୁ ଦଳୀୟ ପ୍ରାର୍ଥୀ କରିବା ପାଇଁ ସୋମବାର ପିସିସି ସଭାପତି ଭକ୍ତ ଚରଣ ଦାସ ଓ ପିସିସିର ରାଜନୈତିକ ବ୍ୟାପାର କମିଟିର ସର୍ବସମ୍ମତ ପ୍ରସ୍ତାବରେ ମଙ୍ଗଳବାର ମୋହର ଲଗାଇଛି ଏଆଇସିସି। ଆଜି ଏହି ମର୍ମରେ ଏଆଇସିସି ପକ୍ଷରୁ ସାଧାରଣ ସଂପାଦକ (ସଙ୍ଗଠନ) ବିଜ୍ଞପ୍ତି ପ୍ରକାଶ କରିଛନ୍ତି।ଘାସିରାମ ମାଝୀଙ୍କ ନାମ ଆନୁଷ୍ଠାନିକ ଭାବେ ଘୋଷିତ ହେବାପରେ ଦଳୀୟ … Read more

ବସ୍‌ ଭିତରେ ପଶି ଯାତ୍ରୀଙ୍କୁ ହାଣି ପକାଇଲା ଯୁବକ

ପୁରୀ : କଣାସରେ ଜଘନ୍ୟ କାଣ୍ଡ । ବସ୍‌ ଭିତରେ ପଶି ଯାତ୍ରୀଙ୍କୁ ହାଣି ପକାଇଲା ଯୁବକ । ଘଟଣାରେ ୭ଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଲକ୍ଷ୍ମୀ ବସ୍‌ରେ ଯାତ୍ରା କରୁଥିବାବେଳେ ବସ୍ ଭିତରେ ପଶି ୭ଜଣଙ୍କୁ ଅମାନୁଷିକ ଭାବେ ହାଣି ପକାଇଛି ଯୁବକ । ଖବର ପାଇ କଣାସ ଖାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ କାବୁ କରିଛି । ଅଭିଯୁକ୍ତ ଏବେ ଗଡ଼ିଶା ଗଦା ଥାନାରେ ରହିଛି । ସୂଚନା … Read more

ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ: ଶ୍ରୀକ୍ଷେତ୍ରରେ ହବିଷିଆଳୀଙ୍କ ଭିଡ଼

ପୁରୀ : ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ । ଏନେଇ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେଉଛି ସ୍ବତନ୍ତ୍ର ନୀତିକାନ୍ତି । ସକାଳୁ ସକାଳୁ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ସଂକଳ୍ପ କରି ବ୍ରତ ଆରମ୍ଭ କରିଛନ୍ତି ହବିଷ୍ୟାଳୀ । ଆଜି ଠାରୁ ଏକ ମାସ ପର୍ଯ୍ୟନ୍ତ ବ୍ରତ ପାଳନ କରିବେ ହବିଷ୍ୟାଳି l ପୁରୀ ର ୫ ଟି ହବିଷ୍ୟାଳୀ କେନ୍ଦ୍ର ରେ ୨୫ଶହ ହବିଷ୍ୟାଳୀଙ୍କ ପାଇଁ ରହିବାର ବ୍ୟବସ୍ଥା ହୋଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ହବିଷ୍ୟାଳିଙ୍କ … Read more

ନୂଆପଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା

ଆସନ୍ତା ନଭେମ୍ବର ୧୧ ତାରିଖରେ ଅନୁଷ୍ଠିତ ହେବ ଓଡ଼ିଶାର ନୂଆପଡ଼ା ବିଧାନସଭା ଆସନ ପାଇଁ ଉପନିର୍ବାଚନ । ନଭେମ୍ବର ୧୪ ତାରିଖରେ ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ । ଭାରତୀୟ ନିର୍ବାଚନ ଆୟୋଗ ବା ଇସିଆଇଙ୍କ ତରଫରୁ ଆଜି ଏନେଇ ସୂଚନା ଦିଆଯାଇଛି । ସେହିପରି ନିର୍ବାଚନ ତାରିଖ ଘୋଷଣା ହେବା କ୍ଷଣି ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି । ନୂଆପଡା ଉପନିର୍ବାଚନ ନେଇ ଆଜି ବିଗୁଲ ବାଜିଛି । ବିଧାୟକ ରାଜେନ୍ଦ୍ର … Read more

ଗୁଳିମାଡ଼ରେ ବିଜେପି ନେତା ମୃତ

ଭୁବନେଶ୍ବର: ବ୍ରହ୍ମପୁରରେ ଚାଞ୍ଚଲ୍ୟ। ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କୁ ଗୁଳିମାଡ଼। ଦୁର୍ବୃତ୍ତମାନେ ଏକ ବାଇକରେ ଆସି ଗୁଳିମାଡ଼ କରିଥିଲେ। ଘର ନିକଟ ବୈକୁଣ୍ଠନଗର ମୁଖ୍ୟଗଳିରେ ୨ଜଣ ଦୁର୍ବୃତ୍ତ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଗୁଳିମାଡ଼ କରିଥିଲେ। ଗୁରୁତର ଅବସ୍ଥାରେ ଶ୍ରୀ ପଣ୍ଡାଙ୍କୁ ଏମ୍‌କେସିଜିରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଥିବାବେଳେ ପୁଲିସ ଘଟଣାର ତଦନ୍ତ କରୁଛି। ସୂଚନାଯୋଗ୍ୟ, ପୀତବାସ ବିଜେପି ଦଳର ସକ୍ରିୟ … Read more

ବାଲେଶ୍ଵର ସହରରେ ଲାଗୁ ହେଲା ନାଇଟ୍‌ କର୍ଫ୍ୟୁ

ବାଲେଶ୍ବର: ବାଲେଶ୍ଵର ସହରରେ ଲାଗୁ ହେଲା ନାଇଟ କର୍ଫ୍ୟୁ। ସୋମବାର ଠାରୁ ଲାଗୁ ହୋଇଥିବା ଏହି ନାଇଟ କର୍ଫ୍ୟୁ ଅନୁସାରେ, ଆସନ୍ତା ୨୧ ତାରିଖ ଯାଏ ରାତି ୧୦ଟା ଠାରୁ ସକାଳ ୬ଟା ପର୍ଯ୍ୟନ୍ତ ଦୋକାନ ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିବି। ସହରରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଥିବାବେଳେ, ଏହି ନିୟମ କଡ଼ାକଡ଼ି ଭାବେ ପାଳନ କରିବାକୁ ଉଦ୍ୟମ ଆରମ୍ଭ ହୋଇଛି। ପୋଲିସ ମାଇକ ଯୋଗେ ଲୋକଙ୍କୁ … Read more

ନୂଆପଡ଼ା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ନୂଆପଡ଼ା:ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆପଡ଼ା ପାଇଁ ୧୧୦୧ କୋଟି ଟଙ୍କାର ଭେଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ନୂଆପଡ଼ା ଜିଲ୍ଲାର ବିକାଶ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ।ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରରୁ ସ୍ବତନ୍ତ୍ର ବିମାନରେ ଆସି ଖରିଆରରୋଡ ଗୋତମାସ୍ଥିତ ହେଲିପ୍ୟାଡ୍‌ରେ ଅବତରଣ କରିଥିଲେ l ସେଠୁ ସଡ଼କ ପଥରେ ନୂଆପଡ଼ା ଆସି ମିନି ଷ୍ଟାଡିୟମଠାରେ ଆୟୋଜିତ ସଭାରେ ସାମିଲ ହୋଇଛନ୍ତି। ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦ୍‌ଘାଟନ ଓ … Read more